କିନ୍ନରଙ୍କ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ରାଜ୍ୟ ମହାସଂଘ

ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଯାତ୍ରା କଳାକାର କିନ୍ନର ଅର୍ଚ୍ଚିତା ଓରଫ ଅଜିତ ବିଷୋୟୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ କିନ୍ନର ମହାସଂଘ ପକ୍ଷରୁ ଦାବି କରାଯାଇଛି। ରବିବାର ମହାସଂଘର ରାଜ୍ୟ ସଭାନେତ୍ରୀ ସ୍ବିଟି କୁମାରୀଙ୍କ ସମେତ ବହୁ ସଂଖ୍ୟକ କର୍ମକର୍ତ୍ତା ଦିଗପହଣ୍ଡି ଥାନାରେ ପହଞ୍ଚି ଆଇଆଇସି ପ୍ରଶାନ୍ତ କୁମାର ପାତ୍ରଙ୍କ ସହ ସବିଶେଷ ଆଲୋଚନା କରି ମୃତ୍ୟୁର ପ୍ରକୃତ କାରଣ ଖୋଜି ବାହାର କରିବା ସହ ନିରପେକ୍ଷ ତଦନ୍ତ ପାଇଁ ନିବେଦନ କରିଛନ୍ତି। ଯଦି ଏହାର ବ୍ୟତିକ୍ରମ କରାଯାଏ ତାହେଲେ ଉଚିତ ନ୍ୟାୟ ପାଇଁ କିନ୍ନର ମହାସଂଘ ରାଜରାସ୍ତାକୁ ଓହ୍ଲାଇବ ବୋଲି ରାଜ୍ୟ ସଭାନେତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର କୁଲୁ ବିଷୋୟୀଙ୍କ ଘରୁ ଶନିବାର ସକାଳେ ସନ୍ଦେହଜନକ ଅବସ୍ଥାରେ କିନ୍ନରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଶୁକ୍ରବାର ଦିଗପହଣ୍ଡି ଭୋଇ ସାହିର ଦଣ୍ଡନାଚ ଦଳ ଗ୍ରାମରେ ନାଚ ପରିବେଷଣ କରିଥିଲେ। ଉକ୍ତ ନାଚ ଦଳରେ ଅଜିତ ଚିତ୍ତାକର୍ଷକ ଅଭିନୟ କରୁଥିଲେ। ସନ୍ଧ୍ୟାରେ କୌଣସି କାରଣକୁ ନେଇ ଦଣ୍ଡନାଚ ଦଳର କିଛି ସହକର୍ମୀଙ୍କ ସହ ତାଙ୍କର ଯୁକ୍ତିତର୍କ ହୋଇଥିଲା। ଶନିବାର ସକାଳେ ସନ୍ଦେହଜନକ ଅବସ୍ଥାରେ ଗ୍ରାମର କୁଲୁ ବିଷୋୟୀଙ୍କ ଘରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ଶନିବାର ସନ୍ଧ୍ୟାରେ ଗାଁରେ ପହଞ୍ଚିବା ପରେ କୋଟିନଡା ଗ୍ରାମର ବହୁ ସଂଖ୍ୟକ ବ୍ୟକ୍ତି ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟ ନିକଟରେ ତାଙ୍କ ମୃତଦେହ ରଖି ରାସ୍ତା ଅବରୋଧ କରିବା ପାଇଁ ଉଦ୍ୟମ କରିଥିଲେ। ଖବରପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ପରେ କୋଟିନଡ଼ା ଗ୍ରାମ ଶ୍ମଶାନରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସତ୍କାର କରାଯାଇଥିଲା। କିନ୍ନର ସଂଘର ବହୁ ସଦସ୍ୟ ଓ ଗ୍ରାମବାସୀ ଶ୍ମଶାନରେ ଉପସ୍ଥିତ ଥିଲେ। ତାଙ୍କ ପୁଅ ଜଣେ ଭଲ କଳାକାର ଥିଲେ। କୋଟିନଡ଼ା ଗାଁ ଲୋକଙ୍କ ସେ ପ୍ରିୟପାତ୍ର ଥିଲେ। ନିଷ୍ଠୁର ଚରିତ୍ରର ଲୋକମାନେ ତାଙ୍କୁ ଶେଷ କରିଦେଲେ ବୋଲି କୋହଭରା କଣ୍ଠରେ କହିଛନ୍ତି ଅଜିତଙ୍କ ବାପା ସରୋଜ ବିଷୋୟୀ। ପୁଅଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି କେସ୍‌ ନଂ.୧୪୧/୨୫ ଅନୁଯାୟୀ ହତ୍ୟା ମୋକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri