ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ବଢିବ ଓଡ୍ରାଫ୍‌ ୧୦ ୟୁନିଟ୍

ଭୁବନେଶ୍ୱର,୪ା୭(ଅନିଲ ଦାସ): କଟକ, ଭୁବନେଶ୍ୱର ଓ ଅନ୍ୟାନ୍ୟ ସହରାଞ୍ଚଳରେ ବନ୍ୟା ପରିଚାଳନା ପାଇଁ ଆଇଆଇଟି ଦିଲ୍ଲୀର ବୈଷୟିକ ସହାୟତା ନିଆଯାଇ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ। ରାଜ୍ୟ, ଜିଲା ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଗୁରୁବାର ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମଗ୍ର ଦେଶରେ ଓଡ୍ରାଫ୍‌ ହେଉଛି ପ୍ରଥମ ରାଜ୍ୟସ୍ତରୀୟ ଡିଜାଷ୍ଟର ରେସ୍‌ପନ୍ସ ଫୋର୍ସ ଏବଂ ଏହା ସର୍ବଭାରତୀୟ ସ୍ତରରେ ମଧ୍ୟ ଶ୍ରେଷ୍ଠ। ରାଜ୍ୟ ଭିତରେ ଏବଂ ରାଜ୍ୟ ବାହାରେ ବିଭିନ୍ନ ବିପର୍ଯ୍ୟୟ ସମୟରେ ଖୋଜିବା ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍‌ ଓଡ଼ିଶା ପାଇଁ ସୁନାମ ଆଣିଛି। ବର୍ତ୍ତମାନ ଓଡ୍ରାଫ୍‌ର ୨୦ଟି ୟୁନିଟ୍‌ ଥିବାବେଳେ ଏହାକୁ ୩୦କୁ ବୃଦ୍ଧି କରି ଏକ ଉତ୍ସର୍ଗୀକୃତ ଫୋର୍ସ କରିବାକୁ ଗୃହ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବ।

ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି (ଏସ୍‌ଡିଆର୍‌ଏଫ୍‌)ରୁ ୩୯୪ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଅଗ୍ନିଶମ ବିଭାଗର ଦକ୍ଷତା ବୃଦ୍ଧି କରାଯାଉଛି। ଏଥିପାଇଁ ଆଉ ୨୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରବଳ ବର୍ଷା ଯୋଗୁ ସହରାଞ୍ଚଳରେ ବନ୍ୟା ସୃଷ୍ଟି ହେଉଥିବାରୁ ନଗର ଉନ୍ନୟନ ବିଭାଗ ପୌରାଞ୍ଚଳରେ ଥିବା ଡ୍ରେନ୍‌ଗୁଡ଼ିକର ପଙ୍କ ଉଦ୍ଧାର କାର୍ଯ୍ୟ ଏବଂ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭୁବନେଶ୍ୱର ମହାନଗର ନିଗମ ସହରାଞ୍ଚଳ ବନ୍ୟା ପରିଚାଳନା ନିମନ୍ତେ ୨୦୦ କୋଟି ଟଙ୍କାର ଏକ ପ୍ରସ୍ତାବ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହିତ ସତର୍କ ମୋବାଇଲ ଆପ୍‌ ମାଧ୍ୟମରେ ଯେପରି ଜନସାଧାରଣଙ୍କୁ ବିଭିନ୍ନ ବିପର୍ଯ୍ୟୟ ବିଷୟରେ ଆଗୁଆ ସୂଚନା ଦିଆଯାଇପାରିବ ସେଥିପାଇଁ ପଦକ୍ଷେପ ନିଆଯିବ ଏବଂ ଜନସାଧାରଣଙ୍କ ମଧ୍ୟରେ ଏହି ଆପ୍‌ ସମ୍ପର୍କରେ ସଚେ।ତନ ସୃଷ୍ଟି କରାଯିବ। ବର୍ଷାଦିନେ ସାପ କାମୁଡ଼ାର ଅଧିକ ସମ୍ଭାବନା ରହିଥିବା ହେତୁ ସମସ୍ତ ସ୍ବାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡ଼ା ଇଞ୍ଜେକ୍ସନ(ଆଣ୍ଟି ସ୍ନେକ୍‌ ଭେନମ୍‌) ଗଚ୍ଛିତ ରଖିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାହାନଗାର ଟ୍ରେନ୍‌ ଦୁର୍ଘଟଣା ଭଳି ବିଭିନ୍ନ ଆକସ୍ମିକ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ୫ଟି ଆଞ୍ଚଳିକ ଅଗ୍ନିଶମ ସେବା ହବ୍‌ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ଅନ୍ୟ ମନ୍ତ୍ରୀ, ଏମ୍‌ପି ଓ ବିଧାୟକମାନେ ଉପସ୍ଥିତ ଥିଲେ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri