ଡିଏଚ୍‌ଏଚ୍‌ରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର

ଭୁବନେଶ୍ୱର,୬।୩ (ଅଭୟ ଦାଶ): ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଏକ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର (ଟିସିସି) ସୋମବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେଶନ ପକ୍ଷରୁ ଝାରସୁଗୁଡ଼ା ଜିଲାରେ ପ୍ରଥମ ଟିସିସିର ଶୁଭାରମ୍ଭ କରାଯାଇଛି। ବିଶେଷକରି ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେଶନ ଏବଂ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମିଳିତ ସହଯୋଗରେ ପଶ୍ଚିମ ଓଡ଼ିଶା ପାଇଁ ଏହା ପ୍ରଥମ ଟ୍ରମା କେୟାର ସେଣ୍ଟର ହେବାକୁ ଯାଉଛି। ଉଲ୍ଲେଖଯୋଗ୍ୟ, ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ତଥା ଜେଏସ୍‌ଡବ୍ଲ୍ୟୁର ଓଡ଼ିଶା ୟୁନିଟ୍‌ ଜେଏସ୍‌ଡବ୍ଲ୍ୟୁ ବିପିଏସ୍‌ଏଲ୍‌ ସମ୍ବଲପୁର ଓ୍ବାର୍କସର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଉକ୍ତ ଟିସିସି କାର୍ଯ୍ୟକ୍ଷମ ହୋଇଛି। ଏହି ଅବସରରେ ଝାରସୁଗୁଡ଼ା ବିଧାୟିକା ଦୀପାଳୀ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜେଏସ୍‌ଡବ୍ଲ୍ୟୁ ବିପିଏସ୍‌ଏଲ୍‌ର ସଭାପତି ତଥା ପୂର୍ଣ୍ଣକାଳୀନ ନିର୍ଦ୍ଦେଶକ ଅନୀଲ କୁମାର ସିଂଙ୍କ ସମେତ ଜିଲାପାଳ ଅବୋଲି ସୁନୀଲ ନାରବୋନେ (କଲେକ୍ଟର ଓ ଜିଲା ମାଜିଷ୍ଟ୍ରେଟ,ଝାରସୁଗୁଡ଼ା), ଏସ୍‌ପି ପରମାର ସ୍ମିତ ପରଷୋତ୍ତମ ଦାସ ଏବଂ ଡ.ମହେଶ ପଣ୍ଡା (ସିଓଏମ୍‌ ତଥା ପିଏଚ୍‌ଓ,ଝାରସୁଗୁଡ଼ା) ପ୍ରମୁଖ ଯୋଗଦେଇଥିଲେ। ସେହିଭଳି ଝାରସୁଗୁଡ଼ା ଡିଏଚ୍‌ଏଚ୍‌ରେ ୧୦ଟି ଶଯ୍ୟା ବିଶିଷ୍ଟ ଟ୍ରମା କେୟାର ସେଣ୍ଟର କାର୍ଯ୍ୟ କରିବ। ବିଶେଷକରି ଏଥିରେ ମଡ୍ୟୁଲାର ଅପରେଶନ ଥିଏଟର, ଅଲ୍‌ଟ୍ରାସାଉଣ୍ଡ, ସିଆର୍‌ ସିଷ୍ଟମ, ଏକ୍ସ-ରେ ଭଳି ଆବଶ୍ୟକ ଉପକରଣର ସୁବିଧା ରଖାଯାଇଛି। ଅପରପକ୍ଷରେ ଜିଲାର ସ୍ବାସ୍ଥ୍ୟସେବା ଉପରେ ଅନିଲ କୁମାର ସିଂ ବିସ୍ତୃତ ଗୁରୁତ୍ୱାରୋପ ଓ ନୂଆ ଟ୍ରମା କେୟାର ସେଣ୍ଟର ପଡ଼ୋଶୀ ଅଞ୍ଚଳ ପାଇଁ ମଧ୍ୟ ବେଶ୍‌ ସହାୟକ ହୋଇପାରିବ ବୋଲି କହିଥିଲେ। ଏପରିକି ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବକିଶୋର ଦାସଙ୍କ ସହ ହୋଇଥିବା ଆଲୋଚନା ଅନୁସାରେ ଏହି ଟିସିସି ଉଦ୍‌ଘାଟନ ହୋଇଥିବା ସେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri