ରୁଷିଆ ପାଇଁ ନିଜର ଏୟାର ସ୍ପେସ୍‌ ବନ୍ଦ କଲା ଆମେରିକା

ଓ୍ବାଶିଂଟନ୍‌,୨।୩: ରୁଷିଆ ଓ ୟୁକ୍ରେନ ଭିତରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଷ୍ଟେଟ ଅଫ୍‌ ଦ ୟୁନିଅନର ଅଭିଭାଷଣ ସମୟରେ ବାଇଡେନ ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଟାର୍ଗେଟ କରିଛନ୍ତି। ରୁଷିଆର ଅର୍ଥନୀତିକୁ ନଷ୍ଟ କରିବାରେ ପୁଟିନ୍‌ଙ୍କ ବଡ଼ ହାତ ରହିଛି ବୋଲି ସେ ଅଭିଯୋଗ କରିଛନ୍ତି। ଏଥିସହ ୟୁକ୍ରେନ ବିରୋଧରେ ହୋଇଥିବା ସାମରିକ କାର୍ଯ୍ୟାନୁଷ୍ଠାନ ଉପରେ ବାଇଡେନ ପ୍ରଶ୍ନ ଉଠାଇଛନ୍ତି। ତେବେ ୟୁକ୍ରେନ ସଙ୍କଟକୁ ଦୃଷ୍ଟିରେ ରଖି ବାଇଡେନ ରୁଷିଆ ଉପରେ ସମସ୍ତ ପ୍ରକାରର ପ୍ରତିବନ୍ଧକ ଲଗାଇଛନ୍ତି। ଏହିକ୍ରମରେ ରୁଷିଆ ପାଇଁ ନିଜର ଏୟାର ସ୍ପେସ୍‌ ବନ୍ଦ କରିଛି ଆମେରିକା। ଏନେଇ ବୁଧବାର ଷ୍ଟେଟ ଅଫ୍‌ ଦ ୟୁନିଅନରେ ଆମେରିକା ରାଷ୍ଟ୍ରପତି ଘୋଷଣା କରିଛନ୍ତି। ଏହା ପୂର୍ବରୁ ନାଟୋର ଅନେକ ଦେଶ ରୁଷିଆ ପାଇଁ ନିଜର ଏୟାର ସ୍ପେସ୍‌ ବନ୍ଦ କରିସାରିଛନ୍ତି। ଇତିମଧ୍ୟରେ ନିଜ ଅଭିଭାଷଣରେ ଜୋ ବାଇଡେନ ପୁଣି ଥରେ ସ୍ପଷ୍ଟ କରିଛନ୍ତି ଯେ, ଆମେରିକା ପକ୍ଷରୁ ରୁଷିଆ ବିରୋଧରେ ସମସ୍ତ ପ୍ରକାର କଟକଣା ଲାଗୁ କରାଯାଇଛି ସତ କିନ୍ତୁ ସେ ନିଜେ ଏହି ଯୁଦ୍ଧରେ ଭାଗ ନେବେ ନାହିଁ। ଆମେରିକୀୟ ସୈନ୍ୟମାନେ ରୁଷିଆ ବିରୋଧରେ ଯୁଦ୍ଧ କରିବେ ନାହିଁ ବୋଲି ସେ ସିଧାସଳଖ ମନା କରିଦେଇଛନ୍ତି। ଏତଦ୍‌ ବ୍ୟତୀତ ନାଟୋ ଉଦ୍ଦେଶ୍ୟରେ ସେ ଏକ ବଡ଼ ବୟାନ ଦେଇଛନ୍ତି। କାହାରିକୁ ନାଟୋର ମାଟିକୁ ଦଖଲ କରିବାକୁ ଦିଆଯିବ ନାହିଁ। ନାଟୋକୁ ବଞ୍ଚାଇବା ପାଇଁ ପ୍ରାଣପଣେ ଉଦ୍ୟମ କରାଯିବ ବୋଲି ବାଇଡେନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri