Posted inଖେଳ

ରାଜ୍ୟ ଓପନ ଚେସ୍‌: ସୌମ୍ୟରଞ୍ଜନଙ୍କୁ ଆଉ ଏକ ଟାଇଟଲ

ଭୁବନେଶ୍ୱର, ୧ା୨(କ୍ରୀଡ଼ା ପ୍ରତିନିଧି)-ଫିଡେ ମାଷ୍ଟର ସୌମ୍ୟରଞ୍ଜନ ମିଶ୍ର ଆଉ ଏକ ଚେସ୍‌ ଟାଇଟଲ ହାସଲ କରିଛନ୍ତି। ଗତ ସପ୍ତାହରେ କ୍ୟାରିୟରର ୬୧ତମ ରାଜ୍ୟ ଓପନ ଚେସ୍‌ ଟାଇଟଲ ଜିତିଥିବା ସୌମ୍ୟ ଏବେ ଏହି ସଂଖ୍ୟାକୁ ୬୨ରେ ପହଞ୍ଚାଇଛନ୍ତି। ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଏବଂ ଜଟଣୀ ଚେସ୍‌ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଜଟଣୀରେ ଅନୁଷ୍ଠିତ ୨ୟ ସତ୍ୟସାଇ ରାଜ୍ୟ ଓପନ ଚେସ୍‌ରେ ଚାମ୍ପିୟନ ହୋଇଛନ୍ତି ଟପ୍‌ ସିଡ୍‌ ସୌମ୍ୟରଞ୍ଜନ। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ସୌମ୍ୟ ୬.୫ ପଏଣ୍ଟ ପାଇ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ରାଜେନ୍ଦ୍ର କୁମାର ସାହୁ ୬ ପଏଣ୍ଟ ସହ ରନର୍ସ ଅପ୍‌ ହୋଇଛନ୍ତି। ପ୍ରଦର୍ଶନଭିତ୍ତିରେ ହର୍ଷିତ ରଞ୍ଜନ ସାହୁ, ପ୍ରକାଶ ଚନ୍ଦ୍ର ସାହୁ (ଉଭୟେ ୫.୫ ପଏଣ୍ଟ), ଅମରେଶ୍ୱର ନନ୍ଦ, ହୃଦାନନ୍ଦ ସାମନ୍ତରାୟ, ଆରିନ୍‌ ଅନ୍ବେଷ ସ୍ବାଇଁ (ସମସ୍ତେ ୫ ପଏଣ୍ଟ), ରବୀନ୍ଦ୍ର କୁମାର ଓଝା, ମାନସ ରଞ୍ଜନ ପରିଡ଼ା, ପ୍ରବୋଧ କୁମାର ମିଶ୍ର, ଦେବୀ ପ୍ରସାଦ ବିଶ୍ୱାଳ ଓ ଗୁରୁ ପ୍ରସାଦ ଭଟ୍ଟ (ସମସ୍ତେ ୪) ଟପ୍‌-୧୨ ଫିନିଶ୍‌ କରିଛନ୍ତି। ସାଇ ଅଦିତ୍ରୀ, ଅମନ ଅର୍ପିତ ସ୍ବାଇଁ, ଈଶାନ୍ତ ଦାସ, ଅମ୍ଳାନ ସେନାପତି, ଆୟନ ଅଙ୍କିତ ସ୍ବାଇଁ, ଆଦିତ୍ୟ ରଞ୍ଜନ ଦାସ, ସ୍ଥିତିପ୍ରଜ୍ଞ ସାହୁ, ବୈଭବ ମଜୁମଦାର ବିଭିନ୍ନ ବୟସ ବର୍ଗରେ ଏବଂ ସାହାନା ଲେଙ୍କା ଓ ତନିସ୍କା ଅଗ୍ରଓ୍ବାଲଙ୍କୁ ସ୍ବତନ୍ତ୍ର ଭାବେ ପୁରସ୍କୃତ କରାଯାଇଛି। ଅନ୍ୟପକ୍ଷରେ ରୋନିତ ଅଗ୍ରଓ୍ବାଲ, ଅଂଶୁମାନ ସୁବୁଦ୍ଧି, ଡି. ରାହୁଲ, ଆରବ ଅଗ୍ରଓ୍ବାଲ, ସାଇଲି ଅଗ୍ରଓ୍ବାଲ ଏବଂ ବୈଭବ ଅଗ୍ରଓ୍ବାଲଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ପ୍ରଦାନ କରାଯାଇଥିଲା। ଭାରତୀୟ ଜନତା ଯୁବ ମୋର୍ଚ୍ଚାର ରାଜ୍ୟ ସାଧାରଣ ସମ୍ପାଦକ ସୂରଜ ପାଇକରାୟ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ପ୍ରତିଯୋଗିତା ଆୟୋଜନସ୍ଥଳ ଜଟଣୀ ଏଡିଏସ୍‌ ପବ୍ଲିକ୍‌ ସ୍କୁଲର ପ୍ରିନ୍ସିପାଲ ମୁରଲୀ ମୋହନ ପଟ୍ଟନାୟକ, ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ, ଜଟଣୀ ଚେସ୍‌ ଆସୋସିଏଶନ ସଭାପତି ସୁରେଶ ଚନ୍ଦ୍ର ବଳିୟାରସିଂ, ସମ୍ପାଦକ ଅବିନାଶ ବଳିୟାରସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri