Posted inଖେଳ

ରାଜ୍ୟ ଓପନ ଚେସ୍‌: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୧୦।୧୦ (କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ୧୫ତମ ସନ୍ଦିପ ମହାନ୍ତି ମେମୋରିଆଲ ରାଜ୍ୟ ଓପନ ଚେସ୍‌ ରବିବାର ଅନୁଷ୍ଠିତ ହୋଇଯାଇଛି। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ କଟକର ହର୍ଷିତ ରଞ୍ଜନ ସାହୁ ୬.୫ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। କଟକର ରବୀନ୍ଦ୍ର କୁମାର ଓଝା ୬ ଓ ଭୁବନେଶ୍ୱରର ସୌମ୍ୟରଞ୍ଜନ ମିଶ୍ର ୫.୫ ପଏଣ୍ଟ ସହିତ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବୀରେନ୍ଦ୍ର ରାଇତା, ଲଳିତ ରଞ୍ଜନ ସାହୁ, ଅବିନାଶ ବଳିୟାରସିଂ, ସଞ୍ଜୀବନ ନାୟକ, ଅମରେନ୍ଦ୍ର ଖମାରି, କମଳ ଲୋଚନ ପାଢ଼ୀ, ଅକ୍ଷୟ ଶବର ଟପ୍‌-୧୦ରେ ରହିଛନ୍ତି। ମୁଖ୍ୟ ପୁସ୍କାର ବ୍ୟତୀତ ୭, ୯, ୧୧, ୧୩ ବର୍ଷରୁ କମ୍‌ ଏବଂ ବାଳିକା ବର୍ଗରେ ଶ୍ରେଷ୍ଠ ୨ ଜଣ ଲେଖାଏ ଖେଳାଳିଙ୍କୁ ସ୍ବତନ୍ତ୍ର ଏବଂ ୫ ଜଣଙ୍କୁ ସାନ୍ତ୍ୱନା ମୂଳକ ପୁରସ୍କାର ପ୍ରଦାନ କରାଯାଇଥିଲା। ସ୍ବାଗତିକା ସାମନ୍ତରାୟ ଶ୍ରେଷ୍ଠ ମହିଳା, ଭିମସେନ ପ୍ରଧାନ ଶ୍ରେଷ୍ଠ ଭେଟେରାନ ଖେଳାଳି ବିବେଚିତ ହୋଇଥିଲେ। ୫ ବର୍ଷୀୟ ଲୋହିତାକ୍ଷ ପରିଡ଼ା ପ୍ରତିଯୋଗିତାର ସର୍ବକନିଷ୍ଠ ଖେଳାଳି ଥିଲେ। ବିପିଏଲ୍‌ ଇଣ୍ଡିଆର ପୂର୍ବତନ ରିଜିଓନାଲ ମ୍ୟାନେଜର ସୌମେନ୍ଦ୍ର ମହାନ୍ତି, ଭୁବନେଶ୍ୱର ଚେସ୍‌ ଆସୋସିଏଶନ ସମ୍ପାଦକ ଦେବାଶିଷ ପାଣିଗ୍ରାହୀ, ଯୁଗ୍ମ ସମ୍ପାଦକ ସୁରିନ୍ଦରନାଥ ମହାନ୍ତି, ସାଇ ବୀଣାପାଣୀ ଜ୍ଞାନ ମନ୍ଦିର ସମ୍ପାଦକ ଭବାନୀ ଶଙ୍କର ମହାପାତ୍ର, ପ୍ରଧାନ ଶିକ୍ଷୟିତ୍ରୀ ମମତା ମହାପାତ୍ର ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri