Posted inଖେଳ

ରାଜ୍ୟ ଓପନ ଚେସ୍‌: ସୌମ୍ୟଙ୍କୁ ୬୧ତମ ଟାଇଟଲ

ଭୁବନେଶ୍ୱର, ୨୫।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରବିବାର ବାଲିଅନ୍ତାସ୍ଥିତ ଜବାହରଲାଲ ନେହେରୁ ଜୁନିୟର କଲେଜରେ ଅନୁଷ୍ଠିତ ପ୍ରଥମ ସମର ବିଜୟ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ଚେସ୍‌ ଚାମ୍ପିୟନଶିପ୍‌ରେ ଫିଡେ ମାଷ୍ଟର ସୌମ୍ୟରଞ୍ଜନ ମିଶ୍ର ଚାମ୍ପିୟନ ହୋଇଛନ୍ତି। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଟପ୍‌ ସିଡ୍‌ ସୌମ୍ୟ ୬ ପଏଣ୍ଟ ପାଇ ପ୍ରଥମସ୍ଥାନ ଅଧିକାର କରିଥିଲେ। ରାଜ୍ୟ ଓପନ ଚେସ୍‌ରେ ସୌମ୍ୟଙ୍କର ଏହା ୬୧ତମ ଟାଇଟଲ। ରାଜେନ୍ଦ୍ର କୁମାର ସାହୁ ଓ ଓମ୍‌ ଆଦିତ୍ୟ ଖାଡ଼ଙ୍ଗା ୫.୫ ପଏଣ୍ଟ ଲେଖାଏ ପାଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସ୍ବପ୍ନିଳ ପ୍ରିୟଦର୍ଶୀ, ତନ୍ମୟ ତ୍ରିପାଠୀ, ପ୍ରକାଶ ଚନ୍ଦ୍ର ସାହୁ, ରବୀନ୍ଦ୍ର କୁମାର ଓଝା (ସମସ୍ତେ ୫ ପଏଣ୍ଟ), ହର୍ଷିତ ରଞ୍ଜନ ସାହୁ, ଦେବୀ ପ୍ରସାଦ ବିଶ୍ୱାଳ ଓ ଆରିନ ଅନ୍ବେଷ ସ୍ବାଇଁ (ସମସ୍ତେ ୪.୫) ଟପ୍‌-୧୦ ଫିନିଶ୍‌ କରିଛନ୍ତି। ଏହା ବ୍ୟତୀତ ପ୍ରତୀକ କୁମାର ରାଉତ, ଈଶାନୀ ଦାସ, ଅମ୍ଳାନ ସେନାପତି, ବିକାଶ କୁମାର ଲେଙ୍କା, ଲଳିତ ରଞ୍ଜନ ସାହୁ, ମନସିଜ ସାମଲ, ଅବିନାଶ ଆଚାର୍ଯ୍ୟ, ସାହାନା ଲେଙ୍କା ଓ ତମନ୍ନା ତ୍ରିପାଠୀଙ୍କୁ ସ୍ବତନ୍ତ୍ର ପୁରସ୍କାର ଏବଂ ଉଦୟ ପରିଡ଼ା, ସାଇ ଅମୃତ ପରିଜା, ଅଂଶୁମାନ ପତି, ହର୍ଷିତ ସିଂ ଓ ନିୟତି ନିହାରିକା ମହାପାତ୍ରଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ପ୍ରଶ୍ମିତା ପାତ୍ରୋ ଶ୍ରେଷ୍ଠ ମହିଳା ଖେଳାଳି ବିବେଚିତ ହୋଇଥିଲେ। କଲେଜର ପ୍ରିନ୍ସିପାଲ ଡ. ଧରଣୀଧର ସ୍ବାଇଁ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ, ସମର ବିଜୟ ମହାନ୍ତିଙ୍କ କନ୍ୟା ସୁଚେତା ଭଞ୍ଜ ଓ କଲେଜର ପିଇଟି ପ୍ରଦୀପ କୁମାର ମଙ୍ଗରାଜ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ବୈଭବ ସୂର୍ଯ୍ୟବଂଶୀ ବିବାଦ ଉପରେ ଶ୍ରୀଲଙ୍କା ଅଧିନାୟକଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଫାଇନାଲ ପୂର୍ବରୁ କହିଲେ, ‘ଆମେ କରିନାହୁଁ…’

ନୂଆଦିଲ୍ଲୀ,୨୦।୬: ଭାରତ ଏବଂ ଶ୍ରୀଲଙ୍କା ଦଳ ତ୍ରି-ସିରିଜ ଫାଇନାଲରେ ସେମାନଙ୍କର ସ୍ଥାନ ପକ୍କା କରିଛନ୍ତି। ଭାରତ ଏ ଏବଂ ଶ୍ରୀଲଙ୍କା ଏ ମଧ୍ୟରେ ଟାଇଟଲ ମୁକାବିଲା ଜୁନ…

ବଦଳିଲେ ଦିଲ୍ଲୀ କ୍ୟାପିଟାଲ୍ସର ମାଲିକ, ପନ୍ତଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ହେଲେଣି ସଜବାଜ

ନୂଆଦିଲ୍ଲୀ,୨୦।୬: ଏମିତି ସମୟ ଥିଲା ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଟ୍ରେଡ ହୋଇଥିଲା; ସେହି ସମୟରେ ଏହାକୁ IPL…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri