Posted inଖେଳ

ରାଜ୍ୟ ଓପନ ରାପିଡ୍‌ ଚେସ୍‌: ସୌମ୍ୟରଞ୍ଜନ ଚାମ୍ପିୟନ

ଭୁବନେଶ୍ୱର, ୧୪ା୧୨ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଏବଂ ମା’ ଉତ୍ତରେଶ୍ୱରୀ କ୍ଲବ ମିଳିତ ଆନୁକୂଲ୍ୟରେ ପିପିଲିଠାରେ ଚାଲିଥିବା ୪ର୍ଥ ରାଜ୍ୟ ଓପନ ରାପିଡ୍‌ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ମା’ ଉତ୍ତରେଶ୍ୱରୀ ଟେମ୍ପଲ ହଲ୍‌ଠାରେ ଅନୁଷ୍ଠିତ ୭ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଭୁବନେଶ୍ୱରର ସୌମ୍ୟରଞ୍ଜନ ମିଶ୍ର ଓ ପ୍ରବୋଧ କୁମାର ମିଶ୍ର ସମାନ ୬ ପଏଣ୍ଟ ହାସଲ କରିଥିଲେ ହେଁ ବୁକୋଲୋଜରେ ସୌମ୍ୟ ପ୍ରଥମ ସ୍ଥାନ ଅଧିକାର କରିବା ସହ ଚାମ୍ପିୟନ ହୋଇଥିଲେ। ସୌମ୍ୟରଞ୍ଜନଙ୍କର ଏହା ହେଉଛି ୬୦ତମ ଟାଇଟଲ।
କଟକର ରବୀନ୍ଦ୍ର କୁମାର ଓଝା (୫.୫ ପଏଣ୍ଟ) ତୃତୀୟ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ହର୍ଷିତ ରଞ୍ଜନ ସାହୁ (କଟକ), ବିଭୂତି ଭୂଷଣ ଦାସ (ପୁରୀ), ଜ୍ଞାନରଞ୍ଜନ ପ୍ରଧାନ (ଦାଣ୍ଡମୁକୁନ୍ଦପୁର) ଯଥାକ୍ରମେ ୪ର୍ଥ, ୫ମ ଓ ୬ଷ୍ଠ ସ୍ଥାନ ଅଧିକାର କରିଥିଲେ। ସେହିପରି ରାଜେନ୍ଦ୍ର କୁମାର ସାହୁ (ଭୁବନେଶ୍ୱର)୭ମ, ସ୍ଥିତପ୍ରଜ୍ଞ ସାହୁ ୮ମ (ଜଟଣୀ), ମାନସରଞ୍ଜନ ପରିଡ଼ା ୯ମ (ଭୁବନେଶ୍ୱର) ଓ ଅଶୋକ କୁମାର ମହାନ୍ତି (ଭୁବନେଶ୍ୱର) ୧୦ମ ସ୍ଥାନରେ ରହିଥିଲେ। ସ୍କୁଲ ଛାତ୍ରମାନଙ୍କୁ ସ୍ବତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା। ଉଦ୍‌ଯାପନୀ ଉତ୍ସବରେ ପୁରୀ ଭାଜପା ସଭାପତି ଆଶ୍ରିତ ପଟ୍ଟନାୟକ, ସରପଞ୍ଚ ଦ୍ରୌପଦୀ ପୃଷ୍ଟି, ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଗେମ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ମା’ ଉତ୍ତରେଶ୍ୱରୀ କ୍ୱଲର ସମ୍ପାଦକ ମନୋରଞ୍ଜନ ପରିଡା ଓ ସଭାପତି ସୁଜିତ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ପୁରସ୍କାର ବିତରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri