ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ ଅନୁଷ୍ଠିତ ୩ୟ ଓଡ଼ିଶା ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬ ରେ ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡୁମେର ପଦର ଗ୍ରାମର କ୍ରୀଡ଼ାବିତ୍ ଶୁଭମ୍ ଶ୍ରୀଚନ୍ଦନ ନାଏକ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରି ଦ୍ବିବିଧ ସଫଳତା ହାସଲ କରିଛନ୍ତି । ଶୁଭମ୍ ହେଉଛନ୍ତି ଥୁଆମୂଳ ରାମପୁର ବ୍ଲକ୍‌ର ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ଥଥା ବର୍ତ୍ତମାନର ସମିତି ସଭ୍ୟ ରାଇଦାସ ନାଏକଙ୍କ ସୁପୁତ୍ର।

ତାଳଚେର ରାଇଫଲ କ୍ଲବ୍, ଅନୁଗୁଳ ଜିଲା ରାଇଫଲ ଆସୋସିଏସନ୍ ଏବଂ ଓଡ଼ିଶା ରାଇଫଲ ଆସୋସିଏସନର ମିଳିତ ଆନୁକୂଲ୍ୟରେ ଜୁଲାଇ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଏହି ରାଜ୍ୟସ୍ତରୀୟ ବନ୍ଧୁକ ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପ୍ରତିଯୋଗୀମାନେ ଭାଗ ନେଇଥିବା ବେଳେ ଶୁଭମ୍ ଶ୍ରୀଚନ୍ଦନ ନାଏକ ନିଜର ନିଖୁଣ ସୁଟିଂ କଳା ପ୍ରଦର୍ଶନ କରି ଗ୍ରୁପ୍ ସୁଟିଙ୍ଗ୍ ବର୍ଗରେ ସ୍ୱର୍ଣ୍ଣ ପଦକ (ପ୍ରଥମ ସ୍ଥାନ) ଏବଂ ସିନିୟର ମ୍ୟାନ୍ ବର୍ଗରେ ବ୍ରୋଞ୍ଜ ପଦକ (ତୃତୀୟ ସ୍ଥାନ) ହାସଲ କରିଛନ୍ତି। ଏହି ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ କ୍ରୀଡ଼ାବିତ୍‌ମାନଙ୍କୁ ଉତ୍ସାହିତ କରିଥିବା ବେଳେ ଅନୁଗୁଳର ଅତିରିକ୍ତ ଜିଲାପାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ସୁଟର ଶୁଭମ୍‌ଙ୍କୁ ପଦକ ଓ ପ୍ରମାଣପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

କଳାହାଣ୍ଡିର ଏହି ପଛୁଆ ଦୁର୍ଗମ ଅଞ୍ଚଳରୁ ବାହାରି ରାଜ୍ୟସ୍ତରରେ ଏଭଳି ସଫଳତା ହାସଲ କରି ଚାମ୍ପିୟନ୍ ହୋଇଥିବାରୁ ଏହା ସମଗ୍ର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ ସାଜିଛି । ଏହି ସଫଳତା ପାଇଁ ଶୁଭମ୍ ଶ୍ରୀଚନ୍ଦନ ନାଏକଙ୍କୁ ସ୍ଥାନୀୟ ବୁଦ୍ଧିଜୀବୀ, କ୍ରୀଡ଼ାପ୍ରେମୀ, ପରିବାର ଓ ଶୁଭେଚ୍ଛୁମାନଙ୍କ ତରଫରୁ ଅନେକ ଅନେକ ଆନ୍ତରିକ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଆଗାମୀ ଦିନରେ ସେ ଜାତୀୟ ସ୍ତରରେ ସୁଟିଂ କ୍ରୀଡ଼ାରେ ଆହୁରି ସୁନାମ ଆଣିବେ ବୋଲି ସମସ୍ତେ ଆଶା ବ୍ୟକ୍ତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri