ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୭୧.୪%

ଭୁବନେଶ୍ୱର: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟସୂଚୀ ସେପ୍ଟେମ୍ବରରେ ୧୧୮.୧ ପଏଣ୍ଟ ଥିଲା। ଏହା ଅକ୍ଟୋବରରେ ୧୧୯.୫ ପଏଣ୍ଟକୁ ବଢିଛି। ତାଳଚେର, ଅନୁଗୋଳରେ ଏହା ୧୨୭.୪ ଥିବାବେଳେ ଅକ୍ଟୋବରରେ ୦.୨ ପଏଣ୍ଟ ବଢି ୧୨୭.୬ ଛୁଇଁଛି। କଟକରେ ଏହା ୧୨୬.୯ ପଏଣ୍ଟରେ ଅପରିବର୍ତ୍ତିତ ରହିଛି। କେନ୍ଦୁଝରରେ ୧୨୫.୭ରୁ ୦.୧ ପଏଣ୍ଟ ବଢି ୧୨୫.୮ ପଏଣ୍ଟ ହୋଇଛି। ଚଳିତ ଥର ରାଉରକେଲାକୁ ଏଥିରୁ ବାଦ ଦିଆଯାଇଛି। ବର୍ତ୍ତମାନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ୧୬୫.୪% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଭତ୍ତାରେ ୬% ବଢି ୧୭୧.୪% ହୋଇଛି। ଏହି ବର୍ଦ୍ଧିତ ଭତ୍ତାକୁ ସେମାନେ ୨୦୨୧ ଜୁଲାଇ ପହିଲାରୁ ପାଇବେ। ଅଧିକାଂଶ ସରକାରୀ କର୍ମଚାରୀ ବର୍ତ୍ତମାନ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ୧୧% ଭତ୍ତା ବୃଦ୍ଧି ହୋଇ ୨୮% ହୋଇଛି। ବର୍ଦ୍ଧିତ ଡିଏ ମଧ୍ୟରୁ ୪% ପିଛିଲା ଭାବେ ଚଳିତ ବର୍ଷ ଜାନୁୟାରୀ ଏବଂ ଅବଶିଷ୍ଟ ୩% ଜୁଲାଇ ପହିଲାରୁ ଏବଂ ଆଉ ଅବଶିଷ୍ଟ ୪%, ୨୦୨୧ ଜାନୁୟାରୀ ପହିଲାରୁ କର୍ମଚାରୀମାନେ ପାଇବେ।
ବ୍ୟାଙ୍କ କର୍ମଚାରୀମାନେ ବର୍ତ୍ତମାନ ୮୧.୮% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଭତ୍ତାରେ ୩.୬% ବୃଦ୍ଧି ଘଟି ୮୫.୪% ହୋଇଛି। ସଂଶୋଧିତ ହାରରେ ୨୬.୩୨% ସେମାନେ ୨୦୨୧ ଫେବୃୟାରୀ ପହିଲାରୁ ପାଇବେ। ସେହିଭଳି ବୀମା କର୍ମଚାରୀମାନେ ବର୍ତ୍ତମାନ ୭୫.୧% ମହଙ୍ଗା ଭତ୍ତା ଲାଭ କରୁଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୩.୬% ବୃଦ୍ଧି ଘଟି ୭୮.୭% ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ଫେବୃୟାରୀ ପହିଲାରୁ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri