ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ: ସୁରେନ୍ଦ୍ର କୁମାର ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ

ବାଲିଗୁଡା,୨୪।୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ୱ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦ୍‌ଯାପିତ ହୋଇ ଯାଇଛି।ଏଥିରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର ଯୋଗଦେଇ ଚିରାଚରିତ ଫଟୋ ଛଡ଼ା କିଛି ଭିନ୍ନ ତଥା ସମାଜର ଉନ୍ନତି ଓ ସଂସ୍କାର ଆଣି ପାରୁଥିବା ଫଟୋ ଉଠାଇବା ଦିଗରେ ଯତ୍ନବାନ ହେବାକୁ ଫଟୋଗ୍ରାଫରଙ୍କୁ ପରାମର୍ଶ ଦେଇଥିଲେ।
କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ବାବୁ ସିଂ, ପୂର୍ବତନ ବିଧାୟକ ସୁରେଶ କୁମାର ରାଉତରାୟ, ସମାଜସେବୀ ରୁଦ୍ର ନାରାୟଣ ସାମାନ୍ତରାୟ, ସମାଜସେବୀ ଚିନ୍ମୟ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଫଟୋଗ୍ରାଫରଙ୍କ ସମାଜ ପରିବର୍ତ୍ତନରେ ଏହି ଦିବସ ଅନ୍ତରେ ଅବଦାନ ସମ୍ପର୍କରେ ସମସ୍ତେ ଆଲୋକପାତ କରିବା ସହ ଏଭଳି ପ୍ରଦର୍ଶନୀକୁ ବ୍ୟାପକ କରିବାକୁ କହିଥିଲେ।
ପ୍ରଦର୍ଶନୀରେ ଓଡିଶାର ବିଭିନ୍ନ କୋଣ ଅନୁକୋଣରୁ ବହୁ ଫଟୋଗ୍ରାଫର ଯୋ ଦେଇ ନିଜେ ଉଠାଇଥିବା ଫୋଟୋ ଗୁଡିକୁ ପ୍ରଦର୍ଶନ କରିଥିଲେ l ସେଥି ମଧ୍ୟରୁ ୩ ଜଣଙ୍କୁ ଶ୍ରେଷ୍ଠ ଫଟୋଗ୍ରାଫର ଭାବେ ସମ୍ମାନିତ କରାଯାଇଥିବା ବେଳେ ୫ଜଣ ଯୁବ ଫଟୋଗ୍ରାଫରଙ୍କୁ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ କରାଯାଇଥିଲା l ସେଥି ମଧ୍ୟରେ କନ୍ଧମାଳ ଜିଏାରୁ ଏକମାତ୍ର ବାଲିଗୁଡା ଅଞ୍ଚଳର ସୁରେନ୍ଦ୍ର କୁମାର ସେଠୀ (ବୁଲୁ ଭାଇ) ୫ଟି ଫଟୋ ପ୍ରଦାନ କରିଥିବା ବେଳେ ୪ଟି ଫଟୋ ପ୍ରଦର୍ଶନୀରେ ସ୍ଥାନିତ ପାଇ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ବିନୋଦ ବିହାରୀ ବେହେରା ସଞ୍ଚାଳନ କରିଥିବା ବେଳେ ଅନୁଷ୍ଠାନର ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ଦାସ ଧନ୍ୟବାଦ ଦେଇଥିଲେ। ବୁଲୁ ଭାଇ ଜଣେ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ ହୋଇଥିବାରୁ କନ୍ଧମାଳ ଜିଲାର ଗର୍ବ ଓ ଗୌରବ ବୋଲି ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି l


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri