Posted inଖେଳ

ରାଜ୍ୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଆରମ୍ଭ

ଭୁବନେଶ୍ୱର, ୨୪ା୯(ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଓଡ଼ିଶା ଶକ୍ତିଉତ୍ତୋଳନ ସଂଘ ପକ୍ଷରୁ ରାଜ୍ୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଅନୁଷ୍ଠିତ ସବ୍‌ଜୁନିୟର ବାଳକ ୫୩ କେଜି ବିଭାଗରେ ଅନୀଲ ନାୟକ (ସୁନ୍ଦରଗଡ଼) ସ୍ବର୍ଣ୍ଣ, ସୁଦର୍ଶନ ମଣ୍ଡଳ (ଖୋର୍ଦ୍ଧା) ରୌପ୍ୟ ଏବଂ ବାଦଲ ବଳିୟାର ସିଂ (ଖୋର୍ଦ୍ଧା) ବ୍ରୋଞ୍ଜ ଜିତିଛନ୍ତି। ସେହିପରି ୫୩କେଜି ଜୁନିୟର ବାଳକ ବିଭାଗରେ ବୈଭବେଶ୍ୱର ସାହୁ (କଟକ) ସ୍ବର୍ଣ୍ଣ, ରିଙ୍କୁ ମହାନ୍ତ (ମୟୂରଭଞ୍ଜ) ରୌପ୍ୟ ଓ ଅମ୍ରିତାଂଶୁ ସାହୁ (କଟକ) ବ୍ରୋଞ୍ଜ ପାଇଛନ୍ତି। ଅନ୍ୟପକ୍ଷରେ୫୩କେଜି ସବ୍‌ ଜୁନିୟର ବାଳକ ବେଞ୍ଚ୍‌ପ୍ରେସ୍‌ରେ ଖୋର୍ଦ୍ଧାର ସୁଦର୍ଶନ ମଣ୍ଡଳ ସ୍ବର୍ଣ୍ଣ ଏବଂ ବାଦଲ ବଳିୟାର ସିଂ ରୌପ୍ୟ ଜିତିଛନ୍ତି। ଜୁନିୟର ବାଳକ ୫୩କେଜି ବେଞ୍ଚ ପ୍ରେସ୍‌ରେ ଅମ୍ରିତାଂଶୁ ସାହୁ ସ୍ବର୍ଣ୍ଣ ଏବଂ ଓ୍ବାସିମ ଆକ୍ରମ (ଖୋର୍ଦ୍ଧା) ରୌପ୍ୟ ପାଇଛନ୍ତି। ପ୍ରତିଯୋଗିତାକୁ ଇଂ ଚିତ୍ତରଞ୍ଜନ ସ୍ବାଇଁ, କୃଷ୍ଣଚନ୍ଦ୍ର ସାହୁ, ପ୍ରଦୀପ ପାତ୍ର, ସମରେନ୍ଦ୍ର ରାଉତରାୟ, ଚିତ୍ତରଞ୍ଜନ ମିଶ୍ର. ଗଙ୍ଗାଧର ବିଶୋଇ, କିର୍ତ୍ତନ ବେହେରା, ରମେଶ ବିଡ଼ିକା, ବି.ପି. ବେହେରା, ଶକ୍ତିରଞ୍ଜନ ବାରିକ, ରାକେଶ ଶତପଥୀ, ଗୌରି ମହାନ୍ତି ଓ ତନୟା ପଣ୍ଡା ପ୍ରମୁଖ ପ୍ରତିଯୋଗିତା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?