କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ ବ୍ଲକର ମୋଟ ୧୭ ଜଣ ଦଳୀୟ କର୍ମୀ ଓ ନେତାଙ୍କୁ କୌଣସି କାରଣରୁ ନିଲମ୍ବିତ କରିଥିଲେ। ତାଙ୍କୁ ନିଲମ୍ବନ ପ୍ରତ୍ୟାହାର କରିବାକୁ ମଙ୍ଗଳବାର ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ସଭାପତି ଭକ୍ତ ଚରଣ ଦାସ ନିର୍ଦ୍ଦେଶ ଦେଇଛନ୍ତି । ସେ ଏହି ନିର୍ଦ୍ଦେଶ ଜିଲା ସଭାପତିଙ୍କୁ ଲେଖିଥିବା ଜଣାପଡିଛି । ଉକ୍ତ ଚିଠିରେ ରାଜ୍ୟ ଉପ ସଭାପତି (ସଂଗଠକ )ସନ୍ତୋଷ ସିଂ ସାଲୁଜା ଙ୍କ ଦସ୍ତଖତ ସମ୍ବଳିତ ଚିଠି ହୋଇଥିବା ଜଣାପଡିଛି । ଦାରିଙ୍ଗବାଡି ବ୍ଲକର ତିଆଡ଼ି ନାୟକଙ୍କ ସମେତ ପ୍ରଭଞ୍ଜନ ନାୟକ, ସନ୍ତୋଷ ପ୍ରଧାନ, ସୁରେନ୍ଦ୍ର ସାହୁ, ଶରତ ଚନ୍ଦ୍ର ପ୍ରଧାନ, ପ୍ରଦୀପ ମଲିକ, ପିଟର ଦିଗାଲ, ବାପୁଜୀ ଦିଗାଲ, ମନୋଜ ପ୍ରଧାନ, ରଞ୍ଜନ ସିଂ ଏବଂ ନାଗେଶ୍ୱର ପ୍ରଧାନଙ୍କୁ ନିଲମ୍ବନ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ରହିଛି। ସେହିପରି ରାଇକିଆ ବ୍ଲକ ର ମଧ୍ୟ ୬ ଜଣ ଙ୍କୁ ନିଲମ୍ବନ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ରହିଥିବା ଚିଠିରେ ଉଲ୍ହେଖ ରହିଛି ସେମାନଙ୍କ ମଧ୍ୟରେ ପ୍ରକାଶ ଚନ୍ଦ୍ର ପ୍ରଧାନ, ବୀରେନ୍ଦ୍ର ପ୍ରଧାନ, ବିପିନ ଦଳବେହେରା ଓରଫ ବାବୁଲା, ବିଜୟ ସାହୁ, ଆଲିୟ ଦିଗାଲ ଏବଂ ବୁଦ୍ଧଦେବ ମଲ୍ଲିକ ଙ୍କ ନାମ ରହିଥିବା ଜଣାପଡିଛି। ଏସମ୍ପର୍କରେ ଜିଲାସଭାପତି ଚନ୍ଦ୍ରଶେଖର ପରିଡାଙ୍କ ପ୍ରତିକ୍ରିୟା ନିଆଯିବାରୁ ସେ କହିଥିଲେ ଯେ ଦଳର ନୀତି ଆଦର୍ଶ କୁ ମାନି ଚଳିବା ପାଇଁ ରାଜ୍ୟ ସଭାପତିଙ୍କୁ ସେମାନେ ଜଣାଇଥିଲେ। ତେଣୁ ଦଳ ତାଙ୍କୁ ନିଲମ୍ବନ ପ୍ରତ୍ୟାହାର କରିଛି। କାହିଁକି ସେମାନଙ୍କୁ ନିଲମ୍ବନ କରାଯାଇଥିଲା ବୋଲି ପ୍ରଶ୍ନରେ ଜିଲା ସଭାପତି କହିଥିଲେ ଯେ, କଂଗ୍ରେସର ବିଭିନ୍ନ ସମୟରେ କାର୍ଯ୍ୟକ୍ରମକୁ ଏହିମାନେ ବିରୋଧ କରିଆସୁଥିଲେ। ଏଥିସହ ମହମ୍ମଦ ମୁକିମ ନୂତନ ଦଳ ଗଠନ କରିବା ପାଇଁ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ ସେହିସମୟରେ ଦଳୀୟ ନେତା ଓ କର୍ମୀ ତାଙ୍କ ବୈଠକରେ ଯୋଗଦାନ କରିଥିଲେ, ଯାହାକି ଦଳ ବିରୋଧି କାର୍ଯ୍ୟ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri