ଆନ୍ତଃ ରାଜ୍ୟ ର଼୍ୟାକେଟ ସମ୍ପୃକ୍ତି: ୯ ଗିରଫ

ସମ୍ବଲପୁର,୧ା୭(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ନଂ. ଜାତୀୟ ରାଜପଥର ଗଡଗଡବାହାଲ ନିକଟ ଗାୟତ୍ରୀ କମ୍ପାନୀ ଅଫିସ ନିକଟରେ ଗୁରୁବାର ହାଇୱାଗୁଡିକୁ କାଟି ବିକ୍ରି କରାଯାଉଥିବାବେଳେ ପୋଲିସ ଚଢାଉ କରିଥିଲା। ଶୁକ୍ରବାର ଏହି ଆନ୍ତଃରାଜ୍ୟ ସ୍କ୍ରାପ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ୯ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରୁ ୬ଜଣ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲା ପାନଗଡର ବୋଲି ଜଣାପଡିଛି। ସେମାନେ ହେଲେ ଭାବତ ତରଣ (୩୫), ରବି ବାଗଡି (୨୫), ତିତେନ ବାଗଡି (୩୫), ମନପ୍ରିତ ସିଂ (୨୩), ଶିବ ଗୁପ୍ତା (୨୨) ଓ ସତିଶ ଯାଦବ (୨୪)। ଅନ୍ୟମାନେ ହେଲେ ଉତ୍ତରପ୍ରଦେଶ ବସ୍ତି ଜିଲାର ପପୁ ଗୁପ୍ତା (୩୫), ରାକେଶ ଯାଦବ (୨୦) ଓ ବଲାଙ୍ଗୀର ଜିଲାର ବାବୁଲାଲ ନାଗ (୫୨)। ଏ ନେଇ ଯୁଯୁମୁରା ଥାନାରେ କେସ୍‌ ନଂ.୭୫/୨୩ରେ ମାମଲା ରୁଜୁ ହୋଇଛି। ଘଟଣାସ୍ଥଳରୁ ୧୦ଟି ଅକ୍ସିଜେନ ସିଲିଣ୍ଡର, ଗ୍ୟାସ୍‌ କଟର, ୪ଟି ଆଇରନ କଟିଂ ପ୍ଲେଟ, ୧ଟି ସ୍କ୍ରାପ ଲୋଡ୍‌ କରିବା ପାଇଁ ବ୍ୟବହୃତ ହାଇଡ୍ରା (୧୫ଏସ-୫୨୨୫) ଓ ସ୍କାପ ମାଫିଆଙ୍କ ଦାମୀ ଥର ଗାଡି (ଓଡି୩୩ଏସି-୮୮୯୧) ଜବତ ହୋଇଛି। ସୂଚନାଯୋଗ୍ୟ ଅଭିଯୁକ୍ତମାନେ ୪ଟି ହାଇୱାକୁ ଗୁରୁବାର କାଟୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଯୁଯୁମୁରା ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରଶାନ୍ତ ଗଡନାୟକଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଚଢାଉ କରିଥିଲା। ଘଟଣାସ୍ଥଳରୁ ସ୍କ୍ରାପ ବ୍ୟବସାୟୀମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ ୪ଜଣ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚୁରା କରୁଥିଲା। ଏହି ଗାଡିଗୁଡିକ ଜାତୀୟ ରାଜପଥ ନିର୍ମାଣ ସଂସ୍ଥାର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri