Posted inUncategorized

ଆରିନ୍‌ ଅନ୍ବେଷ ଚାମ୍ପିୟନ

ଭୁବନେଶ୍ୱର, ୨୬ା୯ (ବିଜୟ ରଣା): ସ୍ଥାନୀୟ ପଟିଆସ୍ଥିତ ସ୍ବୟମଶ୍ରୀ ଆକ୍ଟିଭିଟି ହବ୍‌ ଆନୁକୂଲ୍ୟରେ ସୁଭଦ୍ରା ବିଲ୍‌ଡିଂଠାରେ ରବିବାର ଦିନିକିଆ ରାଜ୍ୟସ୍ତରୀୟ ସ୍କୁଲ ଚେସ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲୟୋଲା ସ୍କୁଲର ଆରିନ ଅନ୍ବେଷ ସ୍ବାଇଁ ଚାମ୍ପିୟନ ହୋଇଛନ୍ତି। ସେ ୭ରାଉଣ୍ଡ ଖେଳରୁ ୬.୫ ପଏଣ୍ଟ ଅର୍ଜନ କରିଥିଲେ। ପୁରସ୍କାର ବାବଦରେ ତାଙ୍କୁ ଟ୍ରଫି ସହ ୫ହଜାର ଟଙ୍କା ପ୍ରଦାନ କରାଯାଇଛି। ଖୋର୍ଦ୍ଧା ଜିଲା ଚେସ୍‌ ସଂଘ ଏବଂ ଏସ୍‌.ଆର୍‌. ଚେସ୍‌ ସେଣ୍ଟରର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟରେ କଟକର ଆୟୂଷ ଆର୍ୟନ ମହାପାତ୍ର ଦ୍ୱିତୀୟ, ମନୀଷ ମିଶ୍ର ତୃତୀୟ, ଲଳିତ ରଞ୍ଜନ ସାହୁ ୪ର୍ଥ, ଶୁଭମ ପ୍ରତୀକ ମିଶ୍ର ୫ମ, ଆୟୂଷ ପରିଡ଼ା ୬ଷ୍ଠ, ରାଜଶ୍ରୀ ପୁହାଣ ୭ମ, ଜିତେଶ ସାମଲ ୮ମ, ତ୍ରିଦେବ ତୀର୍ଥଙ୍କର ୯ମ ଏବଂ ସୂର୍ଯ୍ୟାଂଶୁ ମହାକୁଡ଼ ୧୦ମ ସ୍ଥାନ ଅଧିକାର କରିଥିଲେ। ଏମାନଙ୍କୁ ଆର୍ଥତ୍କ ପୁରସ୍କାର ସହ ଟ୍ରଫି ପ୍ରଦାନ କରାଯାଇଥିଲା। ସ୍ବୟମଶ୍ରୀ ଆକ୍ଟିଭିଟି ହବ୍‌ର ଅଧ୍ୟକ୍ଷ ମୁକ୍ତିରଞ୍ଜନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ରାଜ୍ୟର ବୟୋଜ୍ୟେଷ୍ଠ ଚେସ୍‌ ପରାମର୍ଶଦାତା ଅସିତ ମୁଖାର୍ଜୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ ସହ ପ୍ରତିଯୋଗିତାର ଆନୁଷ୍ଠାନିକ ଉଦ୍‌ଘାଟନ କରିଥିଲେ। ରାଜ୍ୟ ଚେସ୍‌ ସଂଘର କାର୍ଯ୍ୟକାରୀ ସଦସ୍ୟ ତଥା ରେଟେଡ ଖେଳାଳି ସୂର୍ଯ୍ୟକାନ୍ତ ବିଶୋଇ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସନ୍ଧ୍ୟାରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ସର୍ବଭାରତୀୟ ଚେସ୍‌ ମହାସଂଘର ଯୁଗ୍ମ ସମ୍ପାଦକ ତଥା ଆୟକର ଅଧିକାରୀ ରଞ୍ଜନ ମହାନ୍ତି ମୁଖ୍ୟଅତିଥି ଏବଂ ଏସ୍‌.ଆର. ଚେସ୍‌ ସେଣ୍ଟର ଅଧ୍ୟକ୍ଷ ଶୁଭାଶିଷ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ପ୍ରତିଯୋଗିତାର ମୁଖ୍ୟ ସଂଯୋଜକ ତଥା ଫିଡେ ପ୍ରଶିକ୍ଷକ ସତ୍ୟରଞ୍ଜନ ପଟ୍ଟନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri