Posted inଖେଳ

ରାଜ୍ୟ ସ୍କୁଲ୍ସ ଓପନ ଚେସ୍‌: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୫।୪(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିରରେ ରବିବାର ଅନୁଷ୍ଠିତ ନିଶିତ ମହାନ୍ତି ମେମୋରିଆଲ ରାଜ୍ୟ ସ୍କୁଲ୍ସ ଓପନ ଚେସ୍‌ରେ ହର୍ଷିତ ରଞ୍ଜନ ସାହୁ ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ କଟକର ହର୍ଷିତ ୬ ପଏଣ୍ଟ ସହ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ୪.୫ ପଏଣ୍ଟ ଲେଖାଏ ପାଇ ଆଦିତ୍ୟ ରଞ୍ଜନ ଦାସ ଓ ନିଖିଲ ସାହୁ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପ୍ରତୀକ କୁଶାଲ ରାଉତ, ପ୍ରଜ୍ଞାଶ୍ରୀ ଦେହୁରି, ମନସିଜ ସାମଲ, ତ୍ରିଦେବ ତୀର୍ଥଙ୍କର (ସମସ୍ତେ ୪ ପଏଣ୍ଟ), ଲଳିତ ରଞ୍ଜନ ସାହୁ, ଅର୍କ ମିଶ୍ର ଓ ଅଂଶୁମାନ ପଟ୍ଟନାୟକ (୩ ପଏଣ୍ଟ) ଟପ୍‌-୧୦ ଫିନିଶ୍‌ କରିଛନ୍ତି। ସାର୍ଥକ ମହାନ୍ତି, ତନିରିକା ସାହୁ, ହର୍ଷିତ ସିଂ, ଅମ୍ଳାନ ସେନାପତି, ଅଂଶୁମାନ ପତି, ଅର୍ନବ ମହାନ୍ତି, ସାହାନା ଲିମ୍‌କା, ବୈଭବ ଘୋଷ, ନମସ୍ୟ ନଳିନୀ ଓ ଅଦିତି ମହାରଣାଙ୍କୁ ସ୍ବତନ୍ତ୍ର ଏବଂ ଆୟୁଷ୍ମାନ ସାମନ୍ତରାୟ, ଦିବ୍ୟାଂଶୁ ମହାପାତ୍ରଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ପ୍ରଦାନ କରାଯାଇଛି। ଅଜୟ ବିନୟ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜିର ଏମ୍‌ସିଏ ବିଭାଗ ମୁଖ୍ୟ ଅମରେଶ ସାହୁ, ରାଜ୍ୟ ଗୋଇନ୍ଦା ବିଭାଗ ଇନ୍ସପେକ୍ଟର ଦୀପିକା ପ୍ରିୟଦର୍ଶିନୀ ସାହୁ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ, ଜ୍ଞାନମନ୍ଦିରର ସମ୍ପାଦକ ଭବାନୀ ଶଙ୍କର ମହାପାତ୍ର, ପ୍ରଧାନ ଶିକ୍ଷୟିତ୍ରୀ ମମତା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri