Posted inଖେଳ

ରାଜ୍ୟ ସିନିୟର ବ୍ୟାଡମିଣ୍ଟନ: ଫାଇନାଲ ଆଜି

ବଲାଙ୍ଗୀର, ୨୯ା୧୧(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲ ଇନଡୋର ଷ୍ଟାଡିୟମଠାରେ ଚାଲିଥିବା ଓଡ଼ିଶା ରାଜ୍ୟ ସିନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିନ ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ରାଜ୍ୟର ପ୍ରାୟତଃ ସମସ୍ତ ମାନ୍ୟତାପ୍ରାପ୍ତ ଖେଳାଳି ନିଜ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହୋଇ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି ା ପୁରୁଷ ସିଙ୍ଗଲ୍ସ ରାଉଣ୍ଡ ୧୬ରେ ବଲାଙ୍ଗୀରର ଅରବିନ୍ଦ ସାହୁ ୨୧-୧୧ ଓ ୨୧-୧୮ ସେଟ୍‌ରେ ଭୁବନେଶ୍ୱରର ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହୋଇଥିଲେ। ବାଲେଶ୍ୱରର ଆରିଆ ମାଝି ସୁନ୍ଦରଗଡ଼ର ଅଙ୍କିତ ମହନ୍ତଙ୍କୁ ୨୧-୧୧ ଓ ୨୧-୭ ସେଟ୍‌ରେ, ଭୁବନେଶ୍ୱରର ପାରସ ମାଥୁର ଭଦ୍ରକର ଅଂଶୁମାନ ମହାଲିକଙ୍କୁ ୨୧-୧୦ ଓ ୨୧-୧୪ ସେଟ୍‌ରେ, ସମ୍ବଲପୁରର ତହସିଫ ଖାନ କଟକର ଆୟାଂଶୁ ପରିଡ଼ାଙ୍କୁ ୨୧-୧୮ଓ ୨୧-୯ ସେଟ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି ା ମହିଳା ସିଙ୍ଗଲ୍ସରେ କଳାହାଣ୍ଡିର ବିଶାଖା ନାଏକ କଟକର ଅନିଶା ମିଶ୍ରଙ୍କୁ ୨୧-୧୫ ଓ ୨୧-୧୧ ସେଟ୍‌ରେ ହରାଇଥିଲେ। କୋରାପୁଟର ରାଜେଶ୍ୱରୀ ଖୋରା ବାଲେଶ୍ୱରର ମୋନାଲିନା ମହାରାଣାଙ୍କୁ ୨୧-୬ ଓ ୨୧-୭, ସମ୍ବଲପୁରର ଶ୍ରେୟା ବିଶ୍ୱାଳ ଖୋର୍ଦ୍ଧାର ଅର୍ପିତା ସାହୁଙ୍କୁ ୨୧-୧୩ ଓ ୨୧-୧୨ , ବାଲେଶ୍ୱରର ଶ୍ୱେତାଙ୍ଗୀ ହୋତା ବଲାଙ୍ଗୀରରର ସମ୍ପଦା ମହାନ୍ତିଙ୍କୁ ୨୧-୧୧ ଓ ୨୧-୯ ପଏଣ୍ଟରେ ପରାଜିତ କରି ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ମହିଳା ସିଙ୍ଗଲ୍ସ, ପୁରୁଷ ସିଙ୍ଗଲ୍ସ, ମହିଳା ଡବଲ୍ସ, ପୁରୁଷ ଡବଲ୍ସ ଓ ମିକ୍ସଡ ଡବଲ୍ସର ସମସ୍ତ ସେମିଫାଇନାଲ ଖେଳ ଚୂଡ଼ାନ୍ତ ହୋଇଛି। ବୁଧବାର ଫାଇନାଲ ଖେଳ ଅନୁଷ୍ଠିତ ହେବ ବୋଲି ରାଜ୍ୟ ଚାମ୍ପିୟନଶିପ୍‌ ସାଙ୍ଗଠନିକ ସମ୍ପାଦକ ସୁରୁଲାଲ ମଟାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri