ମୟୂରଭଞ୍ଜକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି

ବାରିପଦା ଅଫିସ,୧୦ା୧୨: ମୟୂରଭଞ୍ଜ ଜିଲାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରଦାନ ଦାବିରେ ଅଣରାଜନୈତିକ ସଂଗଠନ ଭଞ୍ଜସେନା ପକ୍ଷରୁ ଶୁକ୍ରବାର ୪ଦଫା ସମ୍ବଳିତ ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ସେନାର ଜିଲା ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ଭେଟି ଏହି ଦାବିପତ୍ର ପ୍ରଦାନ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ମଧ୍ୟ ଦାବିପତ୍ର ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ମୟୂରଭଞ୍ଜ ଗଡ଼ଜାତ ରାଜ୍ୟ ମିଶ୍ରଣକୁ ୭୩ବର୍ଷ ପୂରି ଥିଲେ ମଧ୍ୟ ଜିଲାରେ ବିକାଶ ଅପହଞ୍ଚ ପାଲଟିଛି। ମିଶ୍ରଣ ପୂର୍ବରୁ ଏକ ସମୃଦ୍ଧ ସ୍ବାଧୀନ ରାଜ୍ୟ ଥିବା ମୟୂରଭଞ୍ଜ ବର୍ତ୍ତମାନ ଏକ ଅନୁନ୍ନତ ଜିଲା ଭାବେ ପରିଗଣିତ ହେଉଛି। ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ଶିଳ୍ପ, ପର୍ଯ୍ୟଟନସ୍ଥଳୀ, ଗମନାଗମନ, ଜଳସେଚନ, ବାଣିଜ୍ୟ ବ୍ୟବସାୟ ଆଦି ସବୁ କ୍ଷେତ୍ରରେ ଜିଲାବାସୀ ଅବହେଳିତ। ଦାଦନ ଶ୍ରମିକଠାରୁ ଆରମ୍ଭ କରି ବେକାରୀ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି ା ଜିଲା ସୀମାନ୍ତରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟ ରହିଥିବା ବେଳେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରୋକିବାରେ ପ୍ରଶାସନ ବିଫଳ ହୋଇଛି। ଜିଲାରେ ପ୍ରାକୃତିକ ଭିତ୍ତିଭୂମିର ଅଭାବ ନ ଥିବା ବେଳେ ପର୍ଯ୍ୟଟନ ଶିଳ୍ପ ପ୍ରତି ଆଦୌ ଗୁରୁତ୍ୱ ଦିଆଯାଉ ନାହିଁ। ୧୯୪୯ ଜାନୁୟାରୀ ୧ତାରିଖରେ ଭାରତ ସରକାର ଓଡ଼ିଶା ରାଜ୍ୟକୁ ମୟୂରଭଞ୍ଜର ଶାସନ ଭାର ହସ୍ତାନ୍ତର କରିବା ପରେ ଜିଲାରେ ଯେପରି ବିକାଶ ହେବା କଥା ତାହା ସମ୍ପୂର୍ଣ୍ଣ ବାଟବଣା ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ଭଞ୍ଜସେନା ପୂର୍ବ ରାଜ୍ୟ ଫେରାଇ ଦେବାକୁ ସ୍ବର ଉତ୍ତୋଳନ କରିଛି। ମୟୂରଭଞ୍ଜର ତକତ୍ାଳୀନ ମହାରାଜା ପ୍ରତାପଚନ୍ଦ୍ର ଭଞ୍ଜଦେଓ ଏବଂ ଭାରତ ସରକାରଙ୍କ ରାଜ୍ୟ ସମୂହ ମନ୍ତ୍ରାଳୟ ଶାସନ ସଚିବ ଏମ୍‌କେ ଭେଲୋଡିଙ୍କ ଦସ୍ତଖତରେ ଯେଉଁ ଚୁକ୍ତିନାମା ସ୍ବାକ୍ଷର ହୋଇଥିଲା ତାହା ସାର୍ବଜନୀନ କରିବା, ମିଶ୍ରଣ ଚୁକ୍ତିକୁ କାର୍ଯ୍ୟକାରୀ କରିବା, ମୟୂରଭଞ୍ଜ ମଧ୍ୟରେ ଥିବା ୪ ଉପଖଣ୍ଡକୁ ଜିଲାର ମାନ୍ୟତା ପ୍ରଦାନ କରିବା, ଉଦଳା ଓ କରଞ୍ଜିଆ ଏନ୍‌ଏସିକୁ ମ୍ୟୁନସିପାଲିଟି ମାନ୍ୟତା ପ୍ରଦାନ କରିବା, ନୂତନ ଭାବେ ବେତନଟୀ ଓ ଯଶିପୁରକୁ ଏନ୍‌ଏସି ମାନ୍ୟତା ପ୍ରଦାନ କରିବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି। ଅନ୍ୟମାନଙ୍କ ମଧ୍ୟରେ ଶୁଭେନ୍ଦୁ ମହାନ୍ତି, ସତ୍ୟସ୍ବରୁପ ଦାସ, ଉପାଧ୍ୟକ୍ଷ ନିମାଇଁ ତ୍ରିପାଠୀ, ଜିତେନ୍ଦ୍ର ହେମ୍ବ୍ରମ, ମହମ୍ମଦ ଖାନ, ବାଜୁନ ହଁାସଦା, ରାକେଶ ବେହେରା, ରମଜାନ ବେଗ, ସାମନ୍ତ ଚନ୍ଦ୍ର ଶେଖର ପାଲ, ଏସ.କେ. ରାଜାଖାନ, ମାନସ ବେହେରା, ସୌମ୍ୟ ରଞ୍ଜନ ମିଶ୍ରଙ୍କ ସମେତ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri