ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଗଣତନ୍ତ୍ରରେ ସୁଧାର ଆଣିବା ପରିବର୍ତ୍ତେ ଶାସନରେ ଥିବା ଦଳମାନେ ଏହାର ଅପବ୍ୟବହାର କରୁଛନ୍ତି ବୋଲି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଅଭିଯୋଗ କରିଛନ୍ତି। ମଙ୍ଗଳବାର ରାଜ୍ୟ କଂଗ୍ରେସ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପିସିସି ସଭାପତି ପଟ୍ଟନାୟକ କହିଛନ୍ତି, ଗାନ୍ଧିଜୀ ଆମକୁ ଅସହଯୋଗ ଓ ଅହିଂସାର ଶିକ୍ଷା ଦେଇଥିଲେ। ମାତ୍ର ବର୍ତ୍ତମାନ ସମୟରେ ଏହି ଦୁଇଟି ଯାକ ଉଭାନ ହୋଇ ଯାଇଛି। ପ୍ରତିଦିନ ଗଣମାଧ୍ୟମରେ ହଣାକଟା, ଝିଅକୁ ମାରିଦେବା, ନାରୀ ନିର୍ଯାତନା ଭଳି ଖବର ଦେଖିବାକୁ ମିଳୁଛି। ଏଭଳି ଗଣତନ୍ତ୍ର ପ୍ରତିଷ୍ଠା କରିବା କଥା କ’ଣ ଗାନ୍ଧିଜୀ ଆମକୁ ଶିକ୍ଷା ଦେଇଥିଲେ କି ଏବଂ ଏହାଦ୍ୱାରା ସାଧାରଣ ଲୋକଙ୍କର କ’ଣ ଲାଭ ହେବ ବୋଲି ସେ ପ୍ରଶ୍ନ କରିଛନ୍ତି। ସୁବ୍ରତ ବାଗ୍ଚୀ ଏବଂ ତାଙ୍କ ସହଧର୍ମିଣୀ ସୁସ୍ମିତା ବାଗ୍ଚୀଙ୍କୁ ସେ ପ୍ରଶଂସା କରି କହିଲେ, ସେମାନେ ତାଙ୍କ ଦ୍ୱାରା ଅର୍ଜିତ ଅର୍ଥକୁ ଜନସାଧାରଣଙ୍କ ହିତ ଉଦ୍ଦେଶ୍ୟରେ ଖର୍ଚ୍ଚ କରିବା ପାଇଁ ଚେଷ୍ଟିତ। କିନ୍ତୁ ଜଣେ ରାଜନୀତିରେ ମିଶି ଔଷଧ ହେଉ ଅବା ଡାକ୍ତରଖାନା ବେପାରକୁ ମାଧ୍ୟମ କରି କୋଟି କୋଟି ଟଙ୍କା କମାଉଛନ୍ତି। ଓଡ଼ିଶା ଏବେ ଦୁର୍ନୀତିର ଗନ୍ତାଘର ପାଲଟି ଗଲାଣି। ଛୋଟରୁ ଛୋଟ ସରକାରୀ କର୍ମଚାରୀଙ୍କ ଘରୁ ବିପୁଳ ଟଙ୍କା ବାହାରୁଛି। ଆମେ ଯେଉଁମାନେ ରାଜନୀତି କରୁଛୁ ଏବଂ ସାଧାରଣ ଜୀବନରେ ଅଛୁ, ସେମାନଙ୍କ ପ୍ରୋତ୍ସାହନ ଓ ପୃଷ୍ଠପୋଷକତା ବିନା ଏଭଳି ଦୁର୍ନୀତି, ହିଂସା, ଭ୍ରଷ୍ଟାଚାର ବୃଦ୍ଧି ସମ୍ଭବ ହୋଇପାରିବ ନାହିଁ। ସୋରରେ ଜଣେ ବୟସ୍କ ପୂର୍ବତନ ବିଧାୟକ ବର୍ତ୍ତମାନର ବିଜେଡି ବିଧାୟକଙ୍କୁ ପଞ୍ଚାୟତକୁ ଆସିଥିବା ଅର୍ଥ ବାବଦରେ ପଚାରିଥିଲେ। ଏଥିଯୋଗୁ ବିଜେଡି ବିଧାୟକ ତାଙ୍କୁ ମାରିବା ଓ ଅପମାନିତ କରିବା ଘଟଣା ଆମ ଗଣତନ୍ତ୍ର ପ୍ରତି ଉପହାସ। ସମ୍ପ୍ରତି ନିର୍ବାଚନ ବେଳେ ଗୋଟିଏ ଗୋଟିଏ ପଞ୍ଚାୟତରେ ବିପୁଳ ଟଙ୍କା ଖର୍ଚ୍ଚ ହେଉଛି। ଏସବୁ ଆସୁଛି କେଉଁଠୁ। ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବ ଗାଁ ମଜଲିସରେ ଲେଖିଥିଲେ ‘ଦୁର୍ନୀତିକୁ ନୀତି କରିଦେଲେ ଭଲ ହେବ’। ସମ୍ଭବତଃ ଏହାକୁ ବିଜେଡି ଓ ଭାଜପା ପାଳନ କରୁଛନ୍ତି। ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ୪୦ ପ୍ରତିଶତ ପଛୁଆ ବର୍ଗ ସଂରକ୍ଷଣ କଥା କହିଥିଲା, କିନ୍ତୁ ପାଳନ କଲା ନାହିଁ। ତେବେ କଂଗ୍ରେସ ପଛୁଆ ବର୍ଗରୁ ୪୪. ୭୮ ପ୍ରତିଶତ ପ୍ରାର୍ଥୀ ଦେଇଛି। ରାଜ୍ୟରେ ୨୨ ବର୍ଷର ବିଜେଡି ସରକାର ଓ କେନ୍ଦ୍ରରେ ୮ବର୍ଷର ଭାଜପା ସରକାର କେବଳ ଲୋକଙ୍କୁ ପ୍ରତିଶ୍ରୁତି ଓ ପ୍ରତାରଣା ଦେଇଛନ୍ତି। ଏଣୁ ଜନସାଧାରଣ ଉପଯୁକ୍ତ ନେତାଙ୍କୁ ଭୋଟ ଦେବା ପାଇଁ ସେ ଆହ୍ବାନ କରିଛନ୍ତି। ଅପରପକ୍ଷରେ ନିରଞ୍ଜନ ରାଜନୀତିରୁ ସନ୍ନ୍ୟାସ ନେବା ସମ୍ପର୍କରେ କହିଛନ୍ତି, ସେ ଗାନ୍ଧିଜୀଙ୍କ ଦ୍ୱାରା ଅନୁପ୍ରାଣିତ। ତେଣୁ ହାତ ଗୋଡ଼ ଚାଲିଥିବା ଯାଏ ବିନା ପଦବୀରେ ମଧ୍ୟ ରାଜନୀତି ଜାରି ରଖିବେ ବୋଲି ପ୍ରକାଶ କରିଛନ୍ତି। ଏହି ସମ୍ମିଳନୀରେ ପିସିସି ଉପସଭାପତି ଯଜ୍ଞେଶ୍ୱର ବାବୁ, ସାମାଜିକ ଗଣମାଧ୍ୟମ ଅଧ୍ୟକ୍ଷ ଅଭିଷେକ ମହାନନ୍ଦ, ମୁଖପାତ୍ର ରଜନୀ ମହାନ୍ତି, ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଉପସ୍ଥିତ ଥିଲେ।
ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା
ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...
ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍ସେବା, ମାଗଣାରେ ପିଲାଙ୍କୁ ମିଳିବ…
ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍ବିଏସ୍। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ବାଇକ୍ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...
ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...
Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ
ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...
ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ
ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...
ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ
ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...
Archives


