ରାଜ୍ୟ ପର୍ଯ୍ୟଟନ ସଚିବଙ୍କ ଦିଗପହଣ୍ଡି ଗସ୍ତ: ୫-ଟି ହାଇସ୍କୁଲ, ମିଶନ ଶକ୍ତି ଗୃହ

ଦିଗପହଣ୍ଡି,୧୮ା୧୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ଗସ୍ତରେ ରାଜ୍ୟ ପର୍ଯ୍ୟଟନ ସଚିବ ତଥା କମିଶନର ବାଲୱନ୍ତ ସିଂ ଆସିଛନ୍ତି। ମଙ୍ଗଳବାର ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟ, ଶ୍ରୀଜଗନ୍ନାଥ ୫-ଟି ହାଇସ୍କୁଲ, ମିଶନ ଶକ୍ତି ଗୃହ ଏବଂ ଅଙ୍ଗନୱାଡ଼ି ଗୃହ ପରିଦର୍ଶନ କରିଥିଲେ। ଅଙ୍ଗନୱାଡ଼ି ଶିଶୁମାନଙ୍କ ସହ ସେମାନଙ୍କ ଖାଦ୍ୟ ପେୟ, ଶୈଶବ ଶିକ୍ଷା ଦାନ ସମ୍ପର୍କରେ ପଚାରି ସେମାନଙ୍କ ବୁଦ୍ଧିମତା ପରଖି ଥିଲେ। ଗଞ୍ଜାମ-ଗଜପତି ଜିଲା ନୋଡାଲ ସଚିବ ଦାୟିତ୍ୱରେ ଥିବା ସିଂ ବାସୁଦେବପୁର ଗ୍ରାମର ମିଶନ ଶକ୍ତି ଗୃହକୁ ବୁଲି ଉପସ୍ଥିତ ମହିଳାମାନଙ୍କୁ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ବୁଝିଥିଲେ। ପରେ ସେ ପଞ୍ଚାୟତ କାର୍ଯ୍ୟାଳୟ ସହ ଗ୍ରାମରେ ଥିବା ଶ୍ରୀ ଜଗନ୍ନାଥ ୫-ଟି ହାଇସ୍କୁଲରେ ପହଞ୍ଚି ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷୀନୀ ତ୍ରିପାଠୀଙ୍କ ସହ ଆଲୋଚନା କରି ବିଦ୍ୟାଳୟର ସମସ୍ୟା ସମାଧାନ ପାଇଁ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସଚିବଙ୍କ ଗସ୍ତ ସମୟରେ ବ୍ରହ୍ମପୁର ଉପ ଜିଲାପାଳ ଦୀନା ଦସ୍ତାଗିର, ପ୍ରୋବେସନାରୀ ଆଇଏଏସ ପ୍ରଣିତା ଦାସ, ଦିଗପହଣ୍ଡି ବିଡ଼ିଓ ଡ଼.ଚିତ୍ତରଞ୍ଜନ ଦାସ, ସିଡ଼ିପିଓ ପୁଷ୍ପାଞ୍ଜଳି ଶତପଥି, ଅଙ୍ଗନୱାଡ଼ି ସୁପର ଭାଇଜର ସଞ୍ଜୁଲତା ପାଣିଗ୍ରାହୀ, ବିପିସି ଦୁର୍ଯ୍ୟୋଧନ ମଲ୍ଲିକ, ବିପିଏମ୍‌ ସଙ୍ଗୀତା ପଣ୍ଡା, ବ୍ଳକ ସହକାରୀ ଯନ୍ତ୍ରୀ ଇଂ.ରାଜୀବ ପ୍ରଧାନ, କନିଷ୍ଠ ଯନ୍ତ୍ରୀ ଇଂ.ତପସ୍ବିନୀ ପାଢ଼ୀ, ସରପଞ୍ଚ ଏମ.ଶ୍ୟାମଘନ, ସେବା ସମବାୟ ସମିତି ସଭାପତି ଡ.ସନାତନ ଦୋରା, ସାମାଜିକ କର୍ମୀ ଏମ.ନରସିଂହ, ଏମ.ସନ୍ତୋଷ, ଜି.ଦାସ ରେଡ୍ଡୀ, କେ.ଭୀମଙ୍କ ସମେତ ବହୁ ସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ। ପରେ ସଚିବ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ପାନ୍ଥ ନିବାସରେ ପହଞ୍ଚି ଦିଗପହଣ୍ଡି ପୂର୍ତ୍ତବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ.କାର୍ତ୍ତିକେଶ୍ୱର ପ୍ରଧାନଙ୍କ ସହ ପର୍ଯ୍ୟଟନ କ୍ଷେତ୍ରର ବହୁବିଧ ବିକାଶ ଦିଗରେ ବିସ୍ତୃତ ଆଲୋଚନା କରିବା ସହ ବିଭାଗ ପକ୍ଷରୁ ପ୍ରସ୍ତୁତ ଡିଟେଲ ପ୍ରୋଜେକ୍ଟ ରିପୋର୍ଟର ଅନୁଧ୍ୟାନ କରିଥିଲେ। ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର, ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଇଂ.ବନୋଜ ସେଠୀଙ୍କ ସମେତ ବହୁ ସରକାରୀ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri