ସତ୍ୟପାଠ ଦାଖଲ କଲା ରାଜ୍ୟ ପରିବହନ ବିଭାଗ

କଟକ ଅଫିସ,୧ା୧୧:ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ମାମଲାରେ ସୋମବାର ରାଜ୍ୟ ପରିବହନ ବିଭାଗ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ବିଭିନ୍ନ କାରଣରୁ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ତିଆରି ନିମନ୍ତେ ଲୋକଙ୍କୁ ଅସୁବିଧା ହେଉଥିବାରୁ ଆଉ ଏକମାସ ଅବଧି ବୃଦ୍ଧି କରାଯାଇଥିବା ସତ୍ୟପାଠରେ ଦର୍ଶାଯାଇଛି। ହାଇକୋର୍ଟରେ ଆଗତ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ସମ୍ପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ମୁରାହରି ଶ୍ରୀରମଣଙ୍କ ଖଣ୍ଡପୀଠ ଏ ନେଇ ପରବର୍ତ୍ତୀ ଶୁଣାଣି ପାଇଁ ଆସନ୍ତା ନଭେମ୍ବର ୨୮ ତାରିଖକୁ ଦିନ ଧାର୍ଯ୍ୟ କରିଛନ୍ତି।
ଗତ ୨୬ ତାରିଖରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ମାମଲାର ଶୁଣାଣି କରି ହାଇକୋର୍ଟ ରାଜ୍ୟ ପରିବହନ ବିଭାଗକୁ ଭିତ୍ତିଭୂମି ବିକାଶ ଉପରେ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତଦନୁସାରେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ତିଆରି ଅବଧି ଏକ ମାସ ବୃଦ୍ଧି କରାଯାଇଥିବା ନେଇ ଗତ ୨୯ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଆଧାରରେ ସୋମବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଥିଲା। ଏହାଦ୍ୱାରା ମାଲିକମାନେ ରେଜିଷ୍ଟ୍ରେଶନ ନମ୍ବର ୧, ୨, ୩ ଓ ୪ ରେ ଶେଷ ହେଉଥିବା ଯାନ ନିମନ୍ତେ ନଭେମ୍ବର ୩୦ ତାରିଖ, ୫ ଓ ୬ ଶେଷ ନମ୍ବର ଥିଲେ ଡିସେମ୍ବର ୩୧ ତାରିଖ, ୭ ଓ ୮ ଶେଷ ନମ୍ବର ଥିଲେ ଜାନୁୟାରୀ ୩୧ ତାରିଖ ଏବଂ ୯ ଓ ୦ ଶେଷ ନମ୍ବର ଥିଲେ ଫେବୃୟାରୀ ୨୮ ତାରିଖ ଯାଏ ଅବଧି ବୃଦ୍ଧିର ସୁଯୋଗ ପାଇବେ। ସୂଚନାଯୋଗ୍ୟ, ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ ତାରିଖରୁ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଯାଞ୍ଚ କଡ଼ାକଡ଼ି କରାଯିବାକୁ ଘୋଷଣା କରାଯାଇଥିଲା। ଏଥିସହ ଧାର୍ଯ୍ୟ ସମୟ ମଧ୍ୟରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲାଗି ନ ଥିଲେ ଜରିମାନା ଦେବାକୁ ପଡ଼ିବ ବୋଲି କୁହାଯାଇଥିଲା। ପରେ ନିର୍ଦ୍ଦେଶନାମା ସଂଶୋଧନ କରାଯାଇ ସ୍ଲଟ ବୁକିଂ କରାଯାଇଥିବା ରସିଦ୍‌ ଦେଖାଇଲେ ଜରିମାନାରୁ ଛାଡ଼ ମିଳିବ ବୋଲି କୁହାଯାଇଥିଲା। ସରକାରଙ୍କ ଏଭଳି କଡ଼ା ଆଭିମୁଖ୍ୟ ବିରୋଧରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଥିଲା। ଉକ୍ତ ପ୍ଲେଟ ନିମନ୍ତେ ଏଚ୍‌ଏସ୍‌ଆର୍‌ପି ୱେବସାଇଟ୍‌ରେ ସ୍ଲଟ ବୁକିଂ ପାଇଁ ଆବଶ୍ୟକ ଭିତ୍ତିଭୂମି ଓ ଇଣ୍ଟରନେଟ ସୁବିଧା ସବୁଠାରେ ଉପଲବ୍ଧ ନାହିଁ। ତେଣୁ ସରକାର ନିୟମ କଡ଼ାକଡ଼ି କରିବାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଥିଲେ। ଜନସାଧାରଣ ଆଉ କ’ଣ ବିକଳ୍ପ ବ୍ୟବସ୍ଥା ଆପଣାଇପାରିବେ ସେନେଇ ତଥ୍ୟ ଉପସ୍ଥାପନ ନିମନ୍ତେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ତିଆରି ଅବଧିକୁ ମାସେ ବୃଦ୍ଧି କରାଯାଇ ନଭେମ୍ବର ୧ରୁ କଡ଼ାକଡ଼ି ଲାଗୁ କରାଯିବାକୁ ଘୋଷଣା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri