Posted inଖେଳ

ରାଜ୍ୟସ୍ତରୀୟ ଉଲୁଣ୍ଡା କପ୍‌ ଫୁଟବଲ: କୁଚିଣ୍ଡା ଚାମ୍ପିୟନ

ଉଲୁଣ୍ଡା,୨୬ା୧୧: ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ସ୍ପୋଟର୍‌ସ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ୨୬ତମ ରାଜ୍ୟସ୍ତରୀୟ ଉଲୁଣ୍ଡା କପ୍‌ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ରବିବାର ଅନୁୁଷ୍ଠିତ ଫାଇନାଲରେ ମହାବୀର ସ୍ପୋର୍ଟିଂ କୁଚିଣ୍ଡା ଦଳ ୫-୪ ଟାଇବ୍ରେକର ଜରିଆରେ ଜେ.ଡି. କ୍ଳବ ଫୁଲବାଣୀକୁ ପରାସ୍ତ କରି ଚାମ୍ପିୟନ ହୋଇଛି।

ପୂର୍ବରୁ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ କୁଚିଣ୍ଡା ଦଳ ସୋନପୁର ରାମଧୁନ କ୍ଳବକୁ ୨-୦ ଏବଂ ଦ୍ୱିତୀୟ ସେମିଫାଇନାଲରେ ଫୁଲବାଣୀ ଦଳ ୧-୦ ଗୋଲରେ ଝାରସୁଗୁଡ଼ା ଦଳକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା। ଫାଇନାଲ ମ୍ୟାଚକୁ ଦିଲୀପ କୁମାର ରାଉତ, ସଲିଳ ବେହେରା, ସୁଜି ରାଜହଂସ, ପ୍ରଶାନ୍ତ ବେହେରା, ଜିତେନ୍ଦ୍ର ଥନାପତି ଓ ପ୍ରଶାନ୍ତ ସେଠୀ ପରିଚାଳନା କରିଥିଲେ। ଏହି ଅବସରରେ ଆୟୋଜକ ସଭାପତି ମଞ୍ଜିତ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ହୋଇଥିବା ପୁରସ୍କାର ବିତରଣ ଉତ୍ସବକୁ ଅତିଥି ଭାବେ ବିଧାୟକ ପଦ୍ମନାଭ ବେହେରା, କୃତ୍ତିବାସ ମିଶ୍ର, ଅଶୋକ ପଣ୍ଡା, ବିଜୟ ଲକ୍ଷ୍ମୀ ତରାଇ, ଗଙ୍ଗାଧର ମହାକୁରଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଯୋଗଦେଇ ବିଜେତା କୁଚିଣ୍ଡା ଦଳକୁ ଟ୍ରଫି ସହ ୫୦ ହଜାର ଏବଂ ଉପବିଜେତା ଜେ.ଡି କ୍ଳବ ଫୁଲବାଣୀକୁ ଟ୍ରଫି ସହ ୩୦ହଜାର ଟଙ୍କା ପ୍ରଦାନ କରିଥିଲେ। ମ୍ୟାନ ଅଫ୍‌ ଦ ମ୍ୟାଚ ଭାବରେ ବିନାଳୟ କିଷାନ ଏବଂ ମ୍ୟାନ ଅଫ୍‌ ଦ ସିରିଜ ଭାବରେ କବୀର ମହାବୀରଙ୍କୁ ପୁରସ୍କୃତ କରାଯାଇଥିଲା। ଏହାଛଡ଼ା ପରାଜିତ ସେମିଫାଇନାଲିଷ୍ଟ ରାମଧୁନ କ୍ଲବ ସୋନପୁର ଏବଂ ଜୟ ଜବାନ କ୍ଲବ ଝାରସୁଗୁଡ଼ା ଦଳକୁ ପୁରସ୍କାର ବାବଦରେ ୧୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri