Posted inଖେଳ

ରାଜ୍ୟ ୯ ବର୍ଷରୁ କମ୍‌ ଚେସ୍‌ ଉଦ୍‌ଯାପିତ

ଭୁବନେଶ୍ୱର, ୮।୮ (ତପନ ସ୍ବାଇଁ) :କଟକ ଜିଲା ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ବାରବାଟୀ ଷ୍ଟାଡିୟମ ହର୍ଷଗେଟ୍‌ ପରିସରରେ ରାଜ୍ୟ ୯ ବର୍ଷରୁ କମ୍‌ ଚେସ୍‌ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଛି। ଏହାର ବାଳିକା ବିଭାଗରେ କଟକର ଇ. ଦିବ୍ୟା ଓ ବାଳକରେ ଖୋର୍ଦ୍ଧାର ମନୀଷ ମିଶ୍ର ଚାମ୍ପିୟନ ହୋଇଛନ୍ତି। ବାଳିକା ବିଭାଗରେ ଅର୍ଷିୟା ସାହୁ, ଆର୍ନିକା ଦାଶ, ଶ୍ରୀଜଲ ସେନାପତି, ଜନଭି ମିଶ୍ର, ଅକ୍ଷତ ମିଶ୍ର, ସମିନା ସ୍ବାଇଁ, ପ୍ରେରଣା ପ୍ରିୟମ୍ବଦା ବେହେରା, ଅଦିତି ମହାରଣା ଓ ଆଦ୍ୟାଶ୍ରୀ ପଣ୍ଡା ପ୍ରଥମ ୧୦ ସ୍ଥାନରେ ରହିଛନ୍ତି। ସେହିପରି ବାଳକରେ ସାତ୍ତ୍ୱିକ ସ୍ବାଇଁ, ଧନୁଜ ଏ., ଗାଙ୍ଗେଶ ରାଓ ଜି., ଅଦଭିକ ଆଦିତ୍ୟ ସ୍ବାଇଁ, ଦେବପ୍ରିୟ ବିଶ୍ୱାଳ, ଶ୍ରେୟାଂଶ ଦାସ, ସତ୍ୟଜିତ ସେନାପତି, ମୃଗଙ୍କ ଶେଖର ଦାସ ଓ ଜୀତେଶ ସାମଲ ଯଥାକ୍ରମେ ୨ୟରୁ ୧୦ମ ସ୍ଥାନ ଅଧିକାର କରିଛନ୍ତି। ଏମାନଙ୍କ ବ୍ୟତୀତ ବିଭିନ୍ନ ବୟସ ବର୍ଗର କୃତୀ ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କାର ପ୍ରଦାନ କରାଯାଇଥିଲା। ଉଦ୍‌ଯାପନୀ ଉତ୍ସବରେ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ (ଡିଡବ୍ଲ୍ୟୁ ଆଣ୍ଡ ଏସ୍‌) ବି. ପରମେଶ୍ୱରନ ମୁଖ୍ୟଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ ସମ୍ପାଦକ ଦେବବ୍ରତ ଭଟ୍ଟ, ଓଡ଼ିଶା ଅଲିମ୍ପିକ୍‌ ଆସୋସିଏଶନ ସମ୍ପାଦକ ଅଭିଜିତ ପାଲ, ରାଜ୍ୟର ପ୍ରଥମ ଚେସ୍‌ ଗ୍ରାଣ୍ଡମାଷ୍ଟର ଦେବାଶିଷ ଦାସ, ଓଲିଉଡ୍‌ ଅଭିନେତା ତଥା ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର, କଟକ ଜିଲା ଚେସ୍‌ ଆସୋସିଏଶନ ସଭାପତି ବିବେକ ତିବରଓ୍ବାଲ, ସମ୍ପାଦକ ଅଜୟ କୁମାର ନାୟକ, ଯୁଗ୍ମ ସମ୍ପାଦକ ତାପସ ମହାନ୍ତି, ଆୟୋଜକ କମିଟି ଚେୟାରମ୍ୟାନ ପ୍ରଶାନ୍ତ କୁମାର, ମୁଖ୍ୟ ଆର୍ବିଟର ନୀହାର ରଞ୍ଜନ ସାସମଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri