Posted inଜାତୀୟ

ସମଲିଙ୍ଗୀ ବିବାହରେ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳଙ୍କୁ କରାଯାଉ ପକ୍ଷକାର: ସୁପ୍ରିମକୋର୍ଟରେ କେନ୍ଦ୍ରର ଦାବି…

ନୂଆଦିଲ୍ଲୀ,୧୯।୪ : ଦେଶରେ ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତା ପାଇଁ ଦାଖଲ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚଲ୍‌ର ଶୁଣାଣି କରାଯାଉଛି। ଏହି ସମୟରେ କେନ୍ଦ୍ର କହିଛି , ଏହି ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ରାଜ୍ୟମାନଙ୍କ ସହିତ ପରାମର୍ଶ ପ୍ରକ୍ରିୟା ଶେଷ କରିବାକୁ କୋର୍ଟ କେନ୍ଦ୍ରକୁ ସମୟ ଦେବା ଉଚିତ। ଏହି ପ୍ରସଙ୍ଗରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ପକ୍ଷକାର କରିବାକୁ କେନ୍ଦ୍ର ଦାବି କରିଛି।

କେନ୍ଦ୍ର କହିଛି, ବିବାହ ଭାରତୀୟ ସମ୍ବିଧାନର ସପ୍ତମ ସୂଚୀରେ ସମନ୍ବିତ ତାଲିକାରେ ଅନ୍ତର୍ଭୁକ୍ତ ହୋଇଛି। ତେଣୁ ସମଲିଙ୍ଗୀ ବିବାହର ଆଇନଗତ ସ୍ବୀକୃତି ସମ୍ବନ୍ଧରେ ଦାଖଲ ହୋଇଥିବା ଆବେଦନ ଉପରେ କୌଣସି ନିଷ୍ପତ୍ତି ଆସିବା ପୂର୍ବରୁ ସମସ୍ତ ରାଜ୍ୟ ସହ ପରାମର୍ଶ ଆବଶ୍ୟକ। ସେହି ବିଷୟଗୁଡିକ ଉଭୟ କେନ୍ଦ୍ର ଏବଂ ରାଜ୍ୟ ଅଧୀନରେ ଆସୁଥିବା ଏକକାଳୀନ ତାଲିକାରେ ରଖାଯାଇଛି ।

କେନ୍ଦ୍ର କହିଛି , ସମସ୍ତ ରାଜ୍ୟ ସହ ପରାମର୍ଶ ଆରମ୍ଭ କରାଯାଇଛି। ଯେହେତୁ ଏହି ପ୍ରସଙ୍ଗର ବହୁ ପ୍ରଭାବ ରହିଛି, ତେଣୁ ଅନୁରୋଧ କରାଯାଇଛି ରାଜ୍ୟଗୁଡିକ ବର୍ତ୍ତମାନର ପ୍ରକ୍ରିୟାରେ ପକ୍ଷଭୁକ୍ତ ହୋଇପାରିବେ ଏବଂ ସେମାନଙ୍କର ନିଜସ୍ବ ରେକର୍ଡ ବିଚାରକୁ ନିଆଯିବ। କେନ୍ଦ୍ର ଏହା ମଧ୍ୟ କହିଛି,ରାଜ୍ୟମାନଙ୍କୁ ଏହି ପ୍ରସଙ୍ଗରେ ପକ୍ଷ ନ ଦେଇ ସେମାନଙ୍କ ମତାମତ ନନେଇ କୌଣସି ନିଷ୍ପତ୍ତି ସାମ୍ପ୍ରତିକ ପ୍ରସଙ୍ଗରେ ଅସମ୍ପୂର୍ଣ୍ଣ ହେବ।

ଏହା ସହିତ କେନ୍ଦ୍ର ସରକାର ସମଲିଙ୍ଗୀ ବିବାହର ଆଇନଗତ ସ୍ବୀକୃତି ଦାବିରେ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଅଞ୍ଚଳ ସହିତ ପରାମର୍ଶ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପ୍ରସଙ୍ଗରେ କେନ୍ଦ୍ର ସମସ୍ତ ରାଜ୍ୟ ସରକାରଙ୍କ ଠାରୁ ମତାମତ ଲୋଡିଛି ଏବଂ ୧୦ ଦିନ ମଧ୍ୟରେ ଏହାର ଉତ୍ତର ଦେବାକୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?