Posted inଖେଳ

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୬୭ କେଜି ୟୁଥ୍‌ ବର୍ଗରେ ସ୍ବୟମଜିତ ମୋଟ ୨୪୭ କେଜି ଉତ୍ତୋଳନ କରି ଏହି ସଫଳତା ପାଇଛନ୍ତି। ସେ ସ୍ନାଚ୍‌ରେ ୧୦୯ ଓ କ୍ଲିନ୍‌ ଆଣ୍ଡ ଜର୍କରେ ୧୩୮ କେଜି ଭାରୋତ୍ତୋଳନ କରିଥିଲେ। ମଙ୍ଗଳବାର ପ୍ରତିଯୋଗିତାର ପ୍ରଥମ ଦିବସରେ ମୀନା ସାନ୍ତା ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ଏବଂ ଜ୍ୟୋତ୍ସ୍ନା ଶବର ଗୋଟିଏ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଫଳରେ ଏହି ସମ୍ମାନଜନକ ପ୍ରତିଯୋଗିତାରେ ଦ୍ୱିତୀୟ ଦିବସ ଶେଷସୁଦ୍ଧା ଓଡ଼ିଶା ପ୍ରତିଯୋଗୀମାନେ ୪ ସ୍ବର୍ଣ୍ଣ ଓ ୧ ରୌପ୍ୟ ପଦକ ଜିତି ରାଜ୍ୟକୁ ଗର୍ବିତ କରିଛନ୍ତି। ସ୍ବୟମଜିତ ସମ୍ପ୍ରତି କଳିଙ୍ଗ ଷ୍ଟାଡିୟମରେ ଭାରୋତ୍ତୋଳନ ଏଚ୍‌ପିସିରେ ଟ୍ରେନିଂ ନେଉଛନ୍ତି। ୫୫ କେଜି ୟୁଥ୍‌ ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ମୀନା ମୋଟ ୧୮୦ (ସ୍ନାଚ୍‌-୮୧, କ୍ଲିନ୍‌ ଆଣ୍ଡ ଜର୍କ-୯୯) କେଜି ଭାରୋତ୍ତୋଳନ କରିଥିଲେ। ବାଳିକା ୟୁଥ୍‌ ବର୍ଗରେ ଏହା ଏକ ଜାତୀୟ ରେକର୍ଡ ବୋଲି ବୁଧବାର ଭାରତୀୟ ଭାରୋତ୍ତୋଳନ ସଂଘ (ଆଇଡବ୍ଲ୍ୟୁଏଲଏଫ୍‌) ପକ୍ଷରୁ ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri