ଅଗଷ୍ଟ ୧୬ରୁ ରାଜ୍ୟବ୍ୟାପୀ ଘରୋଇ ବସ୍‌ ଧର୍ମଘଟ

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ମୋ ବସ୍‌ ଚଳାଚଳକୁ ନେଇ ଘରୋଇ ବସ୍‌ ମାଲିକ ଚିନ୍ତାରେ ପଡ଼ିଛନ୍ତି। ସହରାଞ୍ଚଳ ଛାଡ଼ି ବିଭିନ୍ନ ସ୍ଥାନକୁ ମୋ ବସ୍‌ ସେବା ଯୋଗାଇ ଦିଆଯିବା ଫଳରେ ସେମାନେ ରୋଜଗାର ହରାଇବାକୁ ବସିଲେଣି। ଯାତ୍ରୀମାନେ ମୋ ବସ୍‌କୁ ଅଧିକ ପସନ୍ଦ କରୁଛନ୍ତି। ଫଳରେ ରାଜ୍ୟ ସରକାର କେବଳ ସହରାଞ୍ଚଳ ନୁହେଁ ଗ୍ରାମାଞ୍ଚଳରେ ମଧ୍ୟ ମୋ ବସ୍‌ ସେବା ଯୋଗାଇ ଦେବାକୁ ଲକ୍ଷ୍ମୀ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ପଞ୍ଚାୟତରୁ ବ୍ଲକ ସଦର ମହକୁମାକୁ ଏହା ଚଳାଚଳ କରିବ। ସେହିପରି ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ମୋ ବସ୍‌ ସେବା ଜାରି ରହିଥିବାରୁ ଘରୋଇ ବସ୍‌ ମାଲିକ ହାତବାନ୍ଧି ବସିଲେଣି । ମୋ ବସ୍‌ ନାମରେ ବହୁ ବସ୍‌ ପର୍‌ମିଟ ନ ଥାଇ ବେଆଇନ ଭାବେ ବିଭିନ୍ନ ରୁଟ୍‌ରେ ଚଳାଚଳ କରୁଛି। ଏଥିଯୋଗୁ ସେହି ରୁଟ୍‌ରେ ଚଳାଚଳ କରୁଥିବା ବସ୍‌ଗୁଡ଼ିକ ଘୋର ଆର୍ଥିକ କ୍ଷତି ସହୁଛନ୍ତି। ମୋ ବସ୍‌ ସେବା ସହରାଞ୍ଚଳରେ ଚାଲିବାକୁ ଥିବାବେଳେ ତାହା ଗ୍ରାମାଞ୍ଚଳକୁ ସମ୍ପ୍ରସାରଣ କରାଇ ବିଶୃଙ୍ଖଳା ସୃଷ୍ଟି କରିବାକୁ ପ୍ରୋତ୍ସାହନ ଦିଆଯାଉଛି ବୋଲି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ଅଭିଯୋଗ କରିଛି। ପୁନଶ୍ଚ ଅନ୍ୟ ଏକ ସ୍କିମ୍‌ରେ ଗ୍ରାମାଞ୍ଚଳରୁ ବ୍ଲକ ସଦର ମହକୁମାର ଏବଂ ସହରାଞ୍ଚଳକୁ ବସ୍‌ ଚଳାଚଳ କରିବ। ଏହାଦ୍ୱାରା ଆହୁରି ଅରାଜକତା ସୃଷ୍ଟି ହେବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ସମସ୍ୟାକୁ ନେଇ ସଂଘ ପକ୍ଷରୁ ଭୁବନେଶ୍ୱରରେ ବୁଧବାର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ରାଜ୍ୟର ବିଭିନ୍ନ ବସ୍‌ ମାଲିକ ସଂଘର କର୍ମକର୍ତ୍ତା ଯୋଗଦେଇ ମୋ ବସ୍‌ ସେବାକୁ ଗ୍ରାମାଞ୍ଚଳରୁ ବ୍ଲକ ସଦର ମହକୁମା ଓ ଆନ୍ତଃଜିଲାକୁ ଚଳାଚଳ କରିବାକୁ କଡ଼ା ବିରୋଧ କରିଛନ୍ତି। ରାଜ୍ୟ ସରକାର ଯଦି ଏହି ପ୍ରସ୍ତାବରୁ ନ ଓହରିବେ ତେବେ ସମସ୍ତ ବସ୍‌ ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟ ସରକାର ଯଦି ଏ ଦିଗରେ କୌଣସି ପଦକ୍ଷେପ ନ ନିଅନ୍ତି ତେବେ ୧୬ ଠାରୁ ରାଜ୍ୟରେ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିବା ସଂଘର ମୁଖପାତ୍ର ଦେବାଶିଷ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri