ଆଜି କଂଗ୍ରେସର ରାଜ୍ୟବ୍ୟାପୀ ପ୍ରତିବାଦ : ଶରତ

ଭୁବନେଶ୍ବର,୨୫ା୩(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଭ୍ୟପଦ ପାର୍ଲାମେଣ୍ଟରେ ରଦ୍ଦ କରାଯିବା ପରେ ରାଜ୍ୟ କଂଗ୍ରେସ ନେତାମାନେ ପ୍ରତିକ୍ରିୟାଶୀଳ ହୋଇପଡ଼ିଛନ୍ତି। ବିଧାନସଭାର ଖର୍ଚ୍ଚଦାବି ଆଲୋଚନା କରାଇ ଦେଇ ନ ଥିବା ବେଳେ ସେମାନେ ଗୃହ ବାହାରେ ମଧ୍ୟ ରାଜନୈତିକ ବିରୋଧକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି।
ରାହୁଲ ଡରିଯିବାର ନେତା ନୁହନ୍ତି। ଭୟ ଦେଖାଇ ତାଙ୍କ ସ୍ବରକୁ କେହି ଚାପି ପାରିବେ ନାହିଁ। ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ସରକାର ପ୍ରଥମ ଥର ପାଇଁ ଭାରତବର୍ଷର ପାର୍ଲାମେଣ୍ଟକୁ ଦୀର୍ଘଦିନ ଧରି ଅଚଳକରି ରଖିଲେ। ପାର୍ଲାମେଣ୍ଟରେ ରାହୁଲ ଗାନ୍ଧୀ ଯେଉଁ ମୋଦି-ଆଦାନୀ ସମ୍ପର୍କିତ ଝଡ଼ ବୁହାଇଲେ ତାକୁ ଭାଜପା ଏମ୍‌ପି ଏବଂ ଖୋଦ ପ୍ରଧାନମନ୍ତ୍ରୀ ସାମ୍ନା କରିବାର ସତ୍‌ସାହସ ଦେଖାଇ ପାରିଲେ ନାହିଁ। ଭାରତବର୍ଷର ବ୍ୟାଙ୍କଗୁଡିକ ପାଖରୁ ହଜାର ହଜାର କୋଟି ଟଙ୍କା ଲୁଟକରି ଆଜି ଲଳିତ ମୋଦି, ନୀରବ ମୋଦି, ମେହୁଲ ଚୋକ୍ସି ଏ ସମସ୍ତେ ଦେଶ ଛାଡ଼ି ପଳାୟନ କରିଛନ୍ତି। ଏହି ପ୍ରଶ୍ନ ଉତ୍‌ଥାପନ କରିବା ଜଣେ ରାଜନୈତିକ ନେତାଙ୍କର ପ୍ରଥମ ଏବଂ ଶେଷ କର୍ତ୍ତବ୍ୟ। ରାହୁଲ ଗାନ୍ଧୀ ସତ୍ୟ ଓ ଅହିଂସା ପଥରେ ଚାଲିଛନ୍ତି ,ତାଙ୍କୁ କେହି ଡରାଇପାରିବେ ନାହିଁ। ସେ ଭାରତବର୍ଷର ନୀରବିଯାଇଥିବା ଜନତାଙ୍କର ସ୍ବର। ଗଣତନ୍ତ୍ର ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଅତୁଟ ରଖିବା ପାଇଁ ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳ ସର୍ବୋପରି ବଦ୍ଧପରିକର। ଯେଉଁ ଗୁଜରାଟ ସେସନ୍ସ କୋର୍ଟ ମାନହାନି ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି ତାହା ବିରୋଧରେ କଂଗ୍ରେସ ଦଳ ଏକ ଆଇନଗତ ଲଢ଼େଇ ଲଢିବ। ଏଥିସହିତ ଏହା ବିରୋଧରେ ଦଳ ଶନିବାର ରାଜ୍ୟବ୍ୟାପୀ ବିକ୍ଷୋଭ ଓ ପ୍ରତିବାଦ ସ୍ବରୁପ ଏକ ରାଜନୈତିକ ଲଢ଼େଇ ଲଢ଼ିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ରାହୁଲ ଗାନ୍ଧୀଙ୍କ ସଦସ୍ୟତା ପଦ ରଦ୍ଦକୁ ପ୍ରତିବାଦକରି ବହୁ କଂଗ୍ରେସ ନେତା ଓ କର୍ମୀମାନେ ମାଷ୍ଟରକ୍ୟାଣ୍ଟିନ ଛକଠାରେ ନରେନ୍ଦ୍ର ମୋଦିଙ୍କ କୁଶପୁତ୍ତଳିକା ଦାହକରିବା ସହିତ ନାରାବାଜି କରିଛନ୍ତି।
କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଓ ତାରା ପ୍ରସାଦ ବାହିନୀପତି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ପ୍ରଥମ ଥର ପାଇଁ ଜଣେ ପ୍ରଧାନମନ୍ତ୍ରୀ ଭୟରେ ବିରୋଧୀଙ୍କ ସ୍ବରକୁ ଚାପିଦେବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପାର୍ଲାମେଣ୍ଟରେ ସଭ୍ୟ ପଦ ରଦ୍ଦ କରିଛନ୍ତି। ଏହା ବିରୋଧରେ ପ୍ରତିବାଦ ଜୋର୍‌ଦାର କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri