ଆଜି କଂଗ୍ରେସର ରାଜ୍ୟବ୍ୟାପୀ ପ୍ରତିବାଦ : ଶରତ

ଭୁବନେଶ୍ବର,୨୫ା୩(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଭ୍ୟପଦ ପାର୍ଲାମେଣ୍ଟରେ ରଦ୍ଦ କରାଯିବା ପରେ ରାଜ୍ୟ କଂଗ୍ରେସ ନେତାମାନେ ପ୍ରତିକ୍ରିୟାଶୀଳ ହୋଇପଡ଼ିଛନ୍ତି। ବିଧାନସଭାର ଖର୍ଚ୍ଚଦାବି ଆଲୋଚନା କରାଇ ଦେଇ ନ ଥିବା ବେଳେ ସେମାନେ ଗୃହ ବାହାରେ ମଧ୍ୟ ରାଜନୈତିକ ବିରୋଧକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି।
ରାହୁଲ ଡରିଯିବାର ନେତା ନୁହନ୍ତି। ଭୟ ଦେଖାଇ ତାଙ୍କ ସ୍ବରକୁ କେହି ଚାପି ପାରିବେ ନାହିଁ। ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ସରକାର ପ୍ରଥମ ଥର ପାଇଁ ଭାରତବର୍ଷର ପାର୍ଲାମେଣ୍ଟକୁ ଦୀର୍ଘଦିନ ଧରି ଅଚଳକରି ରଖିଲେ। ପାର୍ଲାମେଣ୍ଟରେ ରାହୁଲ ଗାନ୍ଧୀ ଯେଉଁ ମୋଦି-ଆଦାନୀ ସମ୍ପର୍କିତ ଝଡ଼ ବୁହାଇଲେ ତାକୁ ଭାଜପା ଏମ୍‌ପି ଏବଂ ଖୋଦ ପ୍ରଧାନମନ୍ତ୍ରୀ ସାମ୍ନା କରିବାର ସତ୍‌ସାହସ ଦେଖାଇ ପାରିଲେ ନାହିଁ। ଭାରତବର୍ଷର ବ୍ୟାଙ୍କଗୁଡିକ ପାଖରୁ ହଜାର ହଜାର କୋଟି ଟଙ୍କା ଲୁଟକରି ଆଜି ଲଳିତ ମୋଦି, ନୀରବ ମୋଦି, ମେହୁଲ ଚୋକ୍ସି ଏ ସମସ୍ତେ ଦେଶ ଛାଡ଼ି ପଳାୟନ କରିଛନ୍ତି। ଏହି ପ୍ରଶ୍ନ ଉତ୍‌ଥାପନ କରିବା ଜଣେ ରାଜନୈତିକ ନେତାଙ୍କର ପ୍ରଥମ ଏବଂ ଶେଷ କର୍ତ୍ତବ୍ୟ। ରାହୁଲ ଗାନ୍ଧୀ ସତ୍ୟ ଓ ଅହିଂସା ପଥରେ ଚାଲିଛନ୍ତି ,ତାଙ୍କୁ କେହି ଡରାଇପାରିବେ ନାହିଁ। ସେ ଭାରତବର୍ଷର ନୀରବିଯାଇଥିବା ଜନତାଙ୍କର ସ୍ବର। ଗଣତନ୍ତ୍ର ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଅତୁଟ ରଖିବା ପାଇଁ ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳ ସର୍ବୋପରି ବଦ୍ଧପରିକର। ଯେଉଁ ଗୁଜରାଟ ସେସନ୍ସ କୋର୍ଟ ମାନହାନି ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି ତାହା ବିରୋଧରେ କଂଗ୍ରେସ ଦଳ ଏକ ଆଇନଗତ ଲଢ଼େଇ ଲଢିବ। ଏଥିସହିତ ଏହା ବିରୋଧରେ ଦଳ ଶନିବାର ରାଜ୍ୟବ୍ୟାପୀ ବିକ୍ଷୋଭ ଓ ପ୍ରତିବାଦ ସ୍ବରୁପ ଏକ ରାଜନୈତିକ ଲଢ଼େଇ ଲଢ଼ିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ରାହୁଲ ଗାନ୍ଧୀଙ୍କ ସଦସ୍ୟତା ପଦ ରଦ୍ଦକୁ ପ୍ରତିବାଦକରି ବହୁ କଂଗ୍ରେସ ନେତା ଓ କର୍ମୀମାନେ ମାଷ୍ଟରକ୍ୟାଣ୍ଟିନ ଛକଠାରେ ନରେନ୍ଦ୍ର ମୋଦିଙ୍କ କୁଶପୁତ୍ତଳିକା ଦାହକରିବା ସହିତ ନାରାବାଜି କରିଛନ୍ତି।
କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଓ ତାରା ପ୍ରସାଦ ବାହିନୀପତି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ପ୍ରଥମ ଥର ପାଇଁ ଜଣେ ପ୍ରଧାନମନ୍ତ୍ରୀ ଭୟରେ ବିରୋଧୀଙ୍କ ସ୍ବରକୁ ଚାପିଦେବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପାର୍ଲାମେଣ୍ଟରେ ସଭ୍ୟ ପଦ ରଦ୍ଦ କରିଛନ୍ତି। ଏହା ବିରୋଧରେ ପ୍ରତିବାଦ ଜୋର୍‌ଦାର କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?