Posted inଖେଳ

ରାଜ୍ୟ ମହିଳା ଭଲିବଲ ଆରମ୍ଭ

ବୌଦ୍ଧ,୯ା୧୨ ( ଅଜିତ କୁମାର ବାରିକ): ରାଜ୍ୟ ଭଲିବଲ ଆସୋସିଏଶନ ଆନୁକୂଲ୍ୟରେ ଓ ଜିଲା କ୍ରୀଡା ସଂଘ ସହଯୋଗରେ ୭୦ତମ ରାଜ୍ୟ ମହିଳା ଭଲିବଲ ପ୍ରତିଯୋଗିତା ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ବୌଦ୍ଧଜିଲାରେ ଦ୍ୱିତିୟଥର ପାଇଁ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆୟୋଜନର ସୁଯୋଗ ଦେଇଥିବାରୁ ରାଜ୍ୟ ଭଲିବଲ ସଂଘକୁ ମନ୍ତ୍ରୀ ଅମାତ କୃତଜ୍ଞତା ପ୍ରକାଶ କରିବା ସହିତ ଏହାଦ୍ୱାରା ସ୍ଥାନୀୟ ଖେଳାଳିମାନେ ଉତ୍ସାହିତ ହେବା ସହିତ ଜିଲାରେ ଭଲିବଲ ଖେଳର ବିକାଶ ହୋଇପାରିବ ବୋଲି କହିଥିଲେ। ରାଜ୍ୟ ଭଲିବଲ ସଂଘର ସାଧାରଣ ସଂପାଦକ ଗଗନେନ୍ଦୁ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଅନ୍ୟତମ ଅତିଥି ଭାବରେ ଭାରପ୍ରାପ୍ତ ଜିଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଜିଲା ଆରକ୍ଷୀ ଅଧୀକ୍ଷକ ରାଜପ୍ରସାଦ,ଏନଏସି ଅଧ୍ୟକ୍ଷ ମୁତ୍ୟୁଞ୍ଜୟ ମିଶ୍ର, ରାଜ୍ୟ ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର, ଜିଲା କ୍ରୀଡା ସଂଘର ଉପସଭାପତି ଧୂରୀଣ କୁମାର ଦେହୁରୀ ଏବଂ ଜିଲା କ୍ରୀଡା ସଂଘର ସାଧାରଣ ସମ୍ପାଦକ ରବୀନ୍ଦ୍ର କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଆନ୍ତଃ କ୍ଲବ ରାଜ୍ୟସ୍ତରୀୟ ମହିଳା ଭଲିବଲ ପ୍ରତିଯୋଗିତାରେ କିଟ୍‌ ,ରେଲଓ୍ବେ, ପାରାଦୀପ ପୋର୍ଟ ସମେତ କେନ୍ଦ୍ରାପଡା, କନ୍ଧମାଳ, ବଲାଙ୍ଗୀର, ସୁନ୍ଦରଗଡ, ଢେଙ୍କାନାଳ, ଭୁବନେଶ୍ୱର ଓ ଜଗତ୍‌ସିଂହପୁରରୁ ୧୦ ଦଳ ଅଂଶଗ୍ରହଣ କରିଛନ୍ତି। ଓଡ଼ିଶା ଭଲିବଲ ସଂଘ ପକ୍ଷରୁ ରେଫରି ଭାବରେ ଶୁଭସ୍ମିତା ପରିଡା, ଭି.ସ୍ବାତିଲତା ରେଡୀ ସୁଜାତା ବିଶ୍ୱାଳ, ସଞ୍ଜୀବ କୁମାର ପଣ୍ଡା, ରଞ୍ଜନ କୁମାର ସାହୁ ଓ ଦିଲୀପ ପଟେଲ ପ୍ରମୁଖ ଖେଳ ପରିଚାଳନା କରିଥିଲେ। ଭଲିବଲ ଫେଡେରେଶନ ଅଫ୍‌ ଇଣ୍ଡିଆର ସଭାପତି ତଥା କନ୍ଧମାଳ ସାଂସଦ ଅଚ୍ୟୁତାନନ୍ଦ ସାମନ୍ତଙ୍କ ଉଦ୍ୟମକ୍ରମେ ବୌଦ୍ଧ ଓ କନ୍ଧମାଳ ଜିଲାରେ ଏହି ରାଜ୍ୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିବା ବେଳେ କିଟ୍‌ ପକ୍ଷରୁ ସମସ୍ତ ଖେଳାଳିମାନଙ୍କୁ ଜର୍ସି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri