Posted inରାଜ୍ୟ

”ପଇସା ଅଭାବରୁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ”: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୯ା୧୨: ଶୁକ୍ରବାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା–ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ। ଏହି ଅବସରରେ ସେ କହିଛନ୍ତି ”ସ୍ବାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି। ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତର ଭିତ୍ତି। ସ୍ବାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ଯ୍ୟକ୍ରମ ପଛରେ ରହିଛି ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ମହତ୍ବାକାଂକ୍ଷୀ ଲକ୍ଷ୍ୟ । ମୋର ସ୍ବପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା।

ମୁଁ ଏମିତି ଏକ ଓଡିଶା ଚାହେଁ, ଯେଉଁଠାରେ ସ୍ବାସ୍ଥ୍ୟସେବା ଲୋକଙ୍କ ପାଇଁ ଏକ ଅଧିକାର ଏବଂ ଏହା ସବୁ ଲୋକଙ୍କ ପାଇଁ ସୁଲଭ ମୂଲ୍ୟରେ ଉପଲବ୍‌ଧ ହେଉଥିବ। ପଇସା ପାଇଁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହେଉ। ଏହି ଲକ୍ଷ୍ୟକୁ କାର୍ଯ୍ୟକାରୀ କରିବାକୁ ଯାଇ ଆମେ ୫ ବର୍ଷ ତଳେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଥିଲୁ । ଏବଂ ଏହା ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲା। ଆମ ରାଜ୍ୟର ସବୁ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ପର୍ଯ୍ୟାୟକ୍ରମେ ସଂପ୍ରସାରିତ କରାଯାଉଛି।

ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ, ସେମାନଙ୍କର ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍‌ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି । ଦ୍ବିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାମ ଯୋଜନାରେ ଘରୋଇ ଚିକିତ୍ସାଳୟ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି।

BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍‌ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।

ଗତ ୫ ବର୍ଷରେ BSKY ଯୋଜନାରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍‌ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି।

ସାର୍ବଜନୀନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ। ଏକ ଉତ୍ତମ ମଡେଲ। ଓଡିଶାର ଲୋକଙ୍କ ପାଇଁ ଏହା ଏକ ସୁନିଶ୍ଚିତ ସ୍ବାସ୍ଥ୍ୟସେବା ବ୍ୟବସ୍ଥା, ଯେଉଁଥିରେ କି ସରକାରୀ ଓ ଘରୋଇ ଉଭୟ କ୍ଷେତ୍ରର ଉତ୍ତମ ସୁବିଧା ପ୍ରଦାନ କରାଯାଉଛି।

ଏବେ ଆମେ BSKY ଯୋଜନାର ତୃତୀୟ ପର୍ଯ୍ୟାୟ ଆରମ୍ଭ କରୁଛୁ। ଏହି ପର୍ଯ୍ୟାୟରେ BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍‌ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି, ସେମାନେ ଆମର ଏହି ନୂଆ ଯୋଜନାରେ ସାମିଲ ହେବେ। ସେମାନେ ସମସ୍ତେ ଆମର ନୂଆ BSKY-ନବୀନ କାର୍ଡ ପାଇବେ। ସେମାନେ ମଧ୍ୟ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍‌ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ।

ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ଆମ ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଅଟେ। ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ – ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ ।

ମୋର ବିଶ୍ବାସ, BSKY-Naveen card ଦ୍ବାରା ଓଡିଶାର କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗ ଗୁଡିକର ଚିକିତ୍ସା କ୍ଷେତ୍ରରେ କୋଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଏଥିପାଇଁ ଚିକିତ୍ସାର ସମସ୍ତ ଖର୍ଚ୍ଚ ଓଡିଶା ସରକାର ନିଜ ପାଣ୍ଠିରୁ ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri