Posted inରାଜ୍ୟ

”ପଇସା ଅଭାବରୁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ”: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୯ା୧୨: ଶୁକ୍ରବାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା–ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ। ଏହି ଅବସରରେ ସେ କହିଛନ୍ତି ”ସ୍ବାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି। ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତର ଭିତ୍ତି। ସ୍ବାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ଯ୍ୟକ୍ରମ ପଛରେ ରହିଛି ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ମହତ୍ବାକାଂକ୍ଷୀ ଲକ୍ଷ୍ୟ । ମୋର ସ୍ବପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା।

ମୁଁ ଏମିତି ଏକ ଓଡିଶା ଚାହେଁ, ଯେଉଁଠାରେ ସ୍ବାସ୍ଥ୍ୟସେବା ଲୋକଙ୍କ ପାଇଁ ଏକ ଅଧିକାର ଏବଂ ଏହା ସବୁ ଲୋକଙ୍କ ପାଇଁ ସୁଲଭ ମୂଲ୍ୟରେ ଉପଲବ୍‌ଧ ହେଉଥିବ। ପଇସା ପାଇଁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହେଉ। ଏହି ଲକ୍ଷ୍ୟକୁ କାର୍ଯ୍ୟକାରୀ କରିବାକୁ ଯାଇ ଆମେ ୫ ବର୍ଷ ତଳେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଥିଲୁ । ଏବଂ ଏହା ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲା। ଆମ ରାଜ୍ୟର ସବୁ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ପର୍ଯ୍ୟାୟକ୍ରମେ ସଂପ୍ରସାରିତ କରାଯାଉଛି।

ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ, ସେମାନଙ୍କର ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍‌ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି । ଦ୍ବିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାମ ଯୋଜନାରେ ଘରୋଇ ଚିକିତ୍ସାଳୟ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି।

BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍‌ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।

ଗତ ୫ ବର୍ଷରେ BSKY ଯୋଜନାରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍‌ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି।

ସାର୍ବଜନୀନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ। ଏକ ଉତ୍ତମ ମଡେଲ। ଓଡିଶାର ଲୋକଙ୍କ ପାଇଁ ଏହା ଏକ ସୁନିଶ୍ଚିତ ସ୍ବାସ୍ଥ୍ୟସେବା ବ୍ୟବସ୍ଥା, ଯେଉଁଥିରେ କି ସରକାରୀ ଓ ଘରୋଇ ଉଭୟ କ୍ଷେତ୍ରର ଉତ୍ତମ ସୁବିଧା ପ୍ରଦାନ କରାଯାଉଛି।

ଏବେ ଆମେ BSKY ଯୋଜନାର ତୃତୀୟ ପର୍ଯ୍ୟାୟ ଆରମ୍ଭ କରୁଛୁ। ଏହି ପର୍ଯ୍ୟାୟରେ BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍‌ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି, ସେମାନେ ଆମର ଏହି ନୂଆ ଯୋଜନାରେ ସାମିଲ ହେବେ। ସେମାନେ ସମସ୍ତେ ଆମର ନୂଆ BSKY-ନବୀନ କାର୍ଡ ପାଇବେ। ସେମାନେ ମଧ୍ୟ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍‌ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ।

ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ଆମ ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଅଟେ। ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ – ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ ।

ମୋର ବିଶ୍ବାସ, BSKY-Naveen card ଦ୍ବାରା ଓଡିଶାର କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗ ଗୁଡିକର ଚିକିତ୍ସା କ୍ଷେତ୍ରରେ କୋଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଏଥିପାଇଁ ଚିକିତ୍ସାର ସମସ୍ତ ଖର୍ଚ୍ଚ ଓଡିଶା ସରକାର ନିଜ ପାଣ୍ଠିରୁ ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri