ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୧୪ା୨: ବିଷ୍ଣୁ ଗୌଡ଼ ହତ୍ୟା ମାମଲାର ଅନ୍ୟତମ ସାକ୍ଷୀ ଥିବା ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ ପ୍ରଦୀପ କୁମାର ମହାରଣା ସୋମବାର ଅତିରିକ୍ତ ଜିଲା ଜଜ୍‌-୩ (ଏଡିଜେ) ଡ. ଇନ୍ଦୁ ଶର୍ମାଙ୍କ କୋର୍ଟରେ ହାଜର ହୋଇଥିଲେ। ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ମୁଖ୍ୟ ଅଭିଯୁକ୍ତ ଡାକ୍ତର ହୃଷୀକେଶ ତ୍ରିପାଠୀଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସେହିପରି ଏହି ହତ୍ୟା ମାମଲାରେ ଜାମିନରେ ଥିବା ଡାକ୍ତରଙ୍କ ସହଯୋଗୀ ଗଙ୍ଗା ବେହେରା ଓ ବିଧାନ ସେଠୀ ମଧ୍ୟ ହାଜର ହୋଇଥିଲେ। ମାମଲାର ୧୫ତମ ସାକ୍ଷୀ ଭାବେ ହାଜର ହୋଇଥିବା ପ୍ରଦୀପ ମହାରଣାଙ୍କୁ ପ୍ରତିପକ୍ଷ ଓକିଲ ହତ୍ୟା ଘଟଣାର ବିଭିନ୍ନ ଦିଗକୁ ନେଇ ପ୍ରଶ୍ନ କରିଥିଲେ। କିଛି ପ୍ରଶ୍ନର ଉତ୍ତର ସେ କହିଥିବା ବେଳେ ଅନ୍ୟ କିଛି ବିଷୟ ଜାଣିନଥିବା କହିଥିଲେ। ଏହି ମାମଲାରେ ମୋଟ ୪୪ଜଣ ସାକ୍ଷୀ ଥିବା ବେଳେ ସୋମବାର ୧୫ତମ ସାକ୍ଷୀ ପ୍ରଦୀପଙ୍କ ବୟାନ ରକର୍ଡ କରାଯାଇଛି। ମାର୍ଚ୍ଚ ୨ରେ ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି।
ପ୍ରକାଶ ଯେ, ୨୦୧୮ ସେପ୍ଟେମ୍ବର ୪ରେ ବିଷ୍ଣୁଙ୍କୁ ହତ୍ୟା କରାଯାଇଥିଲା। ବୈଦ୍ୟନାଥପୁର ପୋଲିସ ହତ୍ୟାକାରୀ ଡାକ୍ତର ହୃଷୀକେଶ ତ୍ରିପାଠୀଙ୍କୁ ମାମଲା ନମ୍ବର ୧୮୬/୧୮ରେ ଗିରଫ କରି କୋର୍ଟଚାଲାଣ କରିଥିଲା। ମୃତଦେହ ବ୍ୟବଚ୍ଛେଦ ବେଳେ ମାଜିଷ୍ଟ୍ରେଟ ଭାବେ ପ୍ରଦୀପ ମହାରଣା ଉପସ୍ଥିତ ଥିଲେ।
ସୂଚନା ଅନୁଯାୟୀ, ୨୦୧୮ରେ ତ୍ରିକୋଣୀୟ ପ୍ରେମକୁ କେନ୍ଦ୍ରକରି ବିଷ୍ଣୁଙ୍କୁ ହତ୍ୟା କରାଯାଇଥିଲା। ଅଭିଯୁକ୍ତ ଡାକ୍ତର, ବିଷ୍ଣୁଙ୍କୁ ନିଶା ଦେଇ ହତ୍ୟା କରିବା ପରେ ତାଙ୍କ ଶରୀରକୁ ବ୍ଲେଡ୍‌ରେ କାଟି ଦେଇଥିଲେ। ପରେ ଡାକ୍ତର ତ୍ରିପାଠୀ ତାଙ୍କର ଅନ୍ୟ ଦୁଇ ସହଯୋଗୀଙ୍କ ସହାୟତାରେ ସହର ଉପକଣ୍ଠ ପଲିଗୁମୁଳାରେ କ୍ଲିନିକର ଆବର୍ଜନା ପକାଯାଉଥିବା ସ୍ଥାନରୁ ପୋଲିସ ବିଷ୍ଣୁଙ୍କ ମୃତଦେହ ଜବତ କରିଥିଲା। ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ କପିଳ ପଟ୍ଟନାୟକ ଓ କୃଷ୍ଣପ୍ରସାଦ ପଟ୍ଟନାୟକ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri