Posted inଜାତୀୟ

ସୁଶାନ୍ତଙ୍କ ମୃତ୍ୟୁ ମାମଲା : ଚାର୍ଜଶିଟ୍‌ରେ ଦୀପିକା, ଶ୍ରଦ୍ଧା, ସାରା

ନୂୂଆଦିଲ୍ଲୀ,୫।୩ : ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ଡ୍ରଗ୍ସ କାରବାର ମାମଲାରେ ଶୁକ୍ରବାର ଚାର୍ଜ ଶିଟ୍‌ ଦାଖଲ କରିଛି ନାର୍କୋଟିକ୍‌ ସେଣ୍ଟ୍ରାଲ ବ୍ୟୁରୋ (ଏନ୍‌ସିବି)। ଏଥିରେ ବଲିଉଡ୍‌ ଷ୍ଟାର ଦୀପିକା ପାଦୁକୋଣ, ଶ୍ରଦ୍ଧା କପୁର ଓ ସାରା ଅଲି ଖାନଙ୍କ ନାମ ରହିଛି। ସୁଶାନ୍ତଙ୍କ ମୃତ୍ୟୁ ମାମଲାର ତଦନ୍ତ କରୁଥିବା ଏନ୍‌ସିବି ଏହି ବଲିଉଡ୍‌ ଅଭିନେତ୍ରୀମାନଙ୍କୁ ପଚରାଉଚୁରା କରିଥିଲା। ଅଭିଯୁକ୍ତଙ୍କ ତାଲିକାରେ ସୁଶାନ୍ତଙ୍କ ଗାର୍ଲ ଫ୍ରେଣ୍ଡ ତଥା ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ ଓ ତାଙ୍କ ଭାଇଙ୍କ ନାମ ମଧ୍ୟ ରହିଛି।

ଦୀର୍ଘ ୬ ମାସର ଲମ୍ବା ତଦନ୍ତ ପ୍ରକ୍ରିୟା ପରେ କେନ୍ଦ୍ରୀୟ ସଂସ୍ଥା ସ୍ବତନ୍ତ୍ର କୋର୍ଟରେ ଦାଖଲ କରିଛି ପ୍ରାୟ ୭୦ ହଜାର ପୃଷ୍ଠା ବିଶିଷ୍ଟ ଚାର୍ଜଶିଟ୍‌। ଏଥିରେ ୨୦୦ ସାକ୍ଷୀଙ୍କ ବୟାନ ସାମିଲ କରାଯାଇଛି। ଆଉ ଅନୁଜ କେଶଓ୍ବାନି ଓ ଆଜାମ ଜୁମ୍ମାନ ନାମକ ଦୁଇ ବ୍ୟକ୍ତିଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇଛି ଏନ୍‌ସିବି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri