ରାଜ୍ୟ ସରକାର ଚାହିଁଲେ ଦେଇ ପାରିବେ ମାଗଣା କରୋନା ଟିକା!

ନୂଆଦିଲ୍ଲୀ,୨ ।୩: କରୋନା ମହାମାରୀକୁ ଦୂରେଇ ଦେବାକୂ ଏବେ ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଯାଇଛି । ହେଲେ ଏହା ସରକାରୀ ହସ୍ପିଟାଲରେ ମାଗଣାରେ ମିଳୁଥିବା ବେଳେ ବେସରକାୀ ହସ୍ପିଟାଲରେ ଗୋଟିଏ ଡୋଜକୁ ପ୍ରାୟ ୨୫୦ ଟଙ୍କା ଦେବାକୁ ପଡୁଛି । ଗୋଟିଏ ଦିନ ପୂର୍ବରୁ କିନ୍ତୁ ବିହାର ସରକାର ସମସ୍ତ ରାଜ୍ୟବସୀଙ୍କୁ ମାଗଣାରେ ଟିକା ଯୋଗାଇ ଦେବେ ବୋଲି କହିଛନ୍ତି । ଏହାପରେ ଆଲୋଚନା ହେଉଛି କି ସବୁ ରାଜ୍ୟ ସରକାର ଚାହିଁଲେ ଲୋକଙ୍କୁ ମାଗଣାରେ ଟିକା ଦେଇପାରିବେ । ଯେଉଁଥିରେ କେନ୍ଦ୍ର ସରକାରଙ୍କର କୌଣସି ଆପତ୍ତି ନାହିଁ । ତେବେ ଏଥିଲାଗି ରାଜ୍ୟ ସରକାର ପ୍ରତି ଡୋଜ ପାଇଁ କେନ୍ଦ୍ର ସରକାରଙ୍କୁ ୧୫୦ ଟଙ୍କା ଦେବାକୁ ପଡିବ । ସୂଚନାଯୋଗ୍ୟ, ବେସରକାରୀ ହସ୍ପିଟାଲରେ ଯେଉଁ କରୋନା ଟିକା ୨୫୦ ଟଙ୍କାରେ ମିଳୁଛି ସେଥିରେ ୧୦୦ଟଙ୍କା ହସ୍ପିଟାଲ ରଖୁଥିବା ବେଳେ ବାକି ୧୫୦ ଟଙ୍କା କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇ ଦିାଯାଉଛି । ଆଉ ଏହା ଟିକା ନିର୍ମାତା କମ୍ପାନୀକୁ ଯୋଗାଇ ଦିଆଯାଉଛି । ତେବେ ସରକାରୀ ହସ୍ପିଟାଲକୁ କେନ୍ଦ୍ର ସରକାର ମାଗଣାରେ ଟିକା ଦେଉଥିବା ବେଳେ ବେସରକାରୀ ହସ୍ପିଟାଲର ଖର୍ଚ୍ଚ ରାଜ୍ୟ ସରକାର ଉଠାଇ ପାରିବେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri