ପୁରୀରେ ଖୋଲିଲା ରାଜ୍ୟର ପ୍ରଥମ ‘ହୋମ୍‌ ଷ୍ଟେ’

ପୁରୀ,୧୩ା୩(ଅଜିତ୍‌ ମହାନ୍ତି): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ସହଯୋଗିତାରେ ଓୟୋ ରୁମ୍ସ ପକ୍ଷରୁ ମଙ୍ଗଳବାର ରାଜ୍ୟରେ ପ୍ରଥମ ‘ହୋମ୍‌ ଷ୍ଟେ’ ହୋଟେଲ ସେବା ଆରମ୍ଭ ହୋଇଛି। ଏହି ସେବାକୁ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଉଦଘାଟନ କରିଛନ୍ତି। ପୁରୀର ସାରଦା ଦେବୀ ରୋଡରେ ଓୟୋ ସୁଶିଳା ନିବାସରେ ‘ହୋମ୍‌ ଷ୍ଟେ’ ସେବା ଖୋଲିଛି। ପୁରୀକୁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନେ ଏଠାରେ ସୁବିଧାରେ ରହିପାରିବେ। ଆଗାମୀ ଦିନରେ ଓୟୋ ପକ୍ଷରୁ ପୁରୀ ଓ କୋଣାର୍କ ଭଳି ରାଜ୍ୟର ପ୍ରମୁଖ ପର୍ଯ୍ୟଟନ ସ୍ଥଳରେ ୫୦ଟି ହୋମ୍‌ ଷ୍ଟେ ସେବା ଖୋଲିବାକୁ ଯାଉଛି। ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଏସ୍‌ଡିଏ ଏବଂ ଓୟୋ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। ଏହି ବୁଝାମଣା ଅନୁଯାୟୀ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣ ବିଭିନ୍ନ ‘ହୋମ୍‌ ଷ୍ଟେ’ ପାଇଁ ଦକ୍ଷ ମାନବ ସମ୍ବଳ ଯୋଗାଇ ଦେବାକୁ ନିଷ୍ପତ୍ତି ହୋଇଥିଲା।
ପ୍ରତିଦିନ ବହୁ ଭକ୍ତ ଓ ପର୍ଯ୍ୟଟକ ଆସିଥାନ୍ତି। ଓଏସ୍‌ଡିଏ ସହଯୋଗ କ୍ରମେ ଓୟୋ ପକ୍ଷରୁ ଆରମ୍ଭ ହୋଇଥିବା ଏହି ହୋମ୍‌ ଷ୍ଟେ ସେବା ପର୍ଯ୍ୟଟକଙ୍କ ପାଇଁ ବିଶେଷ ସୁବିଧାଜନକ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନରେ ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଲାଗି ଯେଉଁ କାର୍ଯ୍ୟକ୍ରମ କରାଯାଉଛି, ସେଥିରେ ତାଲିମପ୍ରାପ୍ତ ଯୁବତୀ ଯୁବକମାନେ ଏହି ‘ହୋମ୍‌ ଷ୍ଟେ’ରେ ନିଯୁକ୍ତି ପାଇପାରିବେ ବୋଲି ମନ୍ତ୍ରୀ ବେହେରା କହିଛନ୍ତି। ପ୍ରଥମ ହୋମ୍‌ ଷ୍ଟେ ଲାଗି ଆଗେଇ ଆସିଥିବା ସୁଶିଳା ନିବାସର ମାଲିକ ଓ ତାଙ୍କ ପରିବାରକୁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷା ଅଳକା ମିଶ୍ର ଅଭିନନ୍ଦନ ଜଣାଇଛନ୍ତି। ଆଗାମୀ ଦିନରେ ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଓୟୋ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୫୦ଟି ହୋମ୍‌ ଷ୍ଟେ ଆରମ୍ଭ କରିବାକୁ ଯୋଜନା ରହିଛି ବୋଲି କମ୍ପାନୀର ଷ୍ଟ୍ରାଟେଜିକ୍‌ ଆଲିଆନ୍ସ ମୁଖ୍ୟ ନିତିନ ଠାକୁର ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ପିନାକୀ ପଟ୍ଟନାୟକ, ଓୟୋର ଅନ୍ୟ ବରିଷ୍ଠ ଅଧିକାରୀ ଏବଂ ସୁଶିଳା ନିବାସର ମାଲିକ ଓ ପରିବାରବର୍ଗ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?