Posted inଜାତୀୟ

“ସୁଲଭ ଔଷଧ, ଚିକିତ୍ସା ଉପକରଣ ଯୋଗାଇବାରେ ରାଜ୍ୟଗୁଡ଼ିକ ବିଫଳ ହୋଇଛନ୍ତି…”:ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪।୩: ରାଜ୍ୟ ସରକାରଗୁଡ଼ିକ ସୁଲଭ ଚିକିତ୍ସା ସେବା ଏବଂ ଭିତ୍ତିଭୂମି ସୁନିଶ୍ଚିତ କରିବାରେ ବିଫଳ ହୋଇଛନ୍ତି। ସମାଜର ଗରିବ ବର୍ଗର ଲୋକଙ୍କ ପାଇଁ ସୁଲଭ ମୂଲ୍ୟର ଔଷଧ, ବିଶେଷକରି ଅତ୍ୟାବଶ୍ୟକ ଔଷଧ ଯୋଗାଇବା କ୍ଷେତ୍ରରେ ରାଜ୍ୟଗୁଡ଼ିକର ବିଫଳତାକୁ ଉଲ୍ଲେଖ କରି ସୁପ୍ରିମକୋର୍ଟ କଠୋର ସମାଲୋଚନା କରିଛନ୍ତି।

ଏହି ବିଫଳତା, “ବେସରକାରୀ ହସ୍ପିଟାଲଗୁଡ଼ିକୁ ସୁବିଧା ଏବଂ ପ୍ରୋତ୍ସାହନ ପ୍ରଦାନ କରିଛି ବୋଲି କୋର୍ଟ ଉଲ୍ଲେଖ କରିଛନ୍ତି”।

ବିଚାରପତି ସୂର୍ଯ୍ୟକାନ୍ତ ଏବଂ ଏନକେ ସିଂହଙ୍କ ଖଣ୍ଡପୀଠ ଏକ ଜନସ୍ୱାର୍ଥ ମାମଲା ଶୁଣାଣି କରୁଥିଲେ। ଯେଉଁଥିରେ ଦାବି କରାଯାଇଥିଲା ଯେ, ଘରୋଇ ହସ୍ପିଟାଲଗୁଡ଼ିକ ରୋଗୀ ଏବଂ ସେମାନଙ୍କ ପରିବାରକୁ ଅତ୍ୟଧିକ ଟଙ୍କା ଦାବି କରିବା ସହିତ ସେଠାରେ ଥିବା ଫାର୍ମାସିରୁ ଔଷଧ, ଇମ୍ପ୍ଲାଣ୍ଟ ଏବଂ ଅନ୍ୟାନ୍ୟ ଚିକିତ୍ସା ସାମଗ୍ରୀ କିଣିବାକୁ ବାଧ୍ୟ କରୁଛନ୍ତି।

ଏଥିରେ ଆହୁରି ମଧ୍ୟ କୁହାଯାଇଥିଲା ଯେ ରୋଗୀମାନଙ୍କୁ କେବଳ ହସ୍ପିଟାଲ ଫାର୍ମାସିରୁ କିଣିବାକୁ ବାଧ୍ୟ ନ କରିବା ଏବଂ ଏହା ମଧ୍ୟ ଅଭିଯୋଗ କରିଥିଲା ​​ଯେ କେନ୍ଦ୍ର ଏବଂ ରାଜ୍ୟଗୁଡ଼ିକ ନିୟାମକ ଏବଂ ସଂଶୋଧନମୂଳକ ପଦକ୍ଷେପ ନେବାରେ ବିଫଳ ହୋଇଛନ୍ତି, ଯାହା ଫଳରେ ରୋଗୀମାନେ ଶୋଷଣ ହେଉଛନ୍ତି।

ଏହା ଜବାବରେ କୋର୍ଟ କହିଥିଲେ “ଆମେ ଆପଣଙ୍କ ସହିତ ସହମତ… କିନ୍ତୁ ଏହାକୁ କିପରି ନିୟନ୍ତ୍ରଣ କରିବେ?” ଜଷ୍ଟିସ ସୂର୍ଯ୍ୟକାନ୍ତ ପ୍ରଶ୍ନ କରିଥିଲେ। କୋର୍ଟ ଶେଷରେ ଉଲ୍ଲେଖ କରିଛନ୍ତି ଯେ ଉପଯୁକ୍ତ ଚିକିତ୍ସା ସେବା ସୁନିଶ୍ଚିତ କରିବା ରାଜ୍ୟଗୁଡ଼ିକର କର୍ତ୍ତବ୍ୟ।

ଏହା ମଧ୍ୟ କୁହାଯାଇଛି ଯେ କିଛି ରାଜ୍ୟ ଆବଶ୍ୟକୀୟ ଚିକିତ୍ସା ସେବା ପ୍ରଦାନ କରିବାରେ ସକ୍ଷମ ହୋଇନାହାଁନ୍ତି ଏବଂ ତେଣୁ, “ବେସରକାରୀ ସଂସ୍ଥାଗୁଡ଼ିକୁ ସୁବିଧା ଏବଂ ପ୍ରୋତ୍ସାହନ” ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri