ରାଜ୍ୟର ସଫଳତା ନବୀନଙ୍କ ସୁଶାସନର ପ୍ରତିଫଳନ: ବିଜେଡି

ଭୁବନେଶ୍ୱର,୨୬।୧ (ଅନିଲଦାସ): ନୀତି ଆୟୋଗଙ୍କ ଦ୍ୱାରା ପ୍ରକାଶିତ ୨୦୨୫ର ବିତ୍ତୀୟ ସ୍ବାସ୍ଥ୍ୟସୂଚୀରେ, ଓଡ଼ିଶା ଦେଶର ସମସ୍ତ ରାଜ୍ୟକୁ ପଛରେ ପକାଇ ଶୀର୍ଷସ୍ଥାନରେ ରହିଛି। ଏହି ରିପୋର୍ଟକୁ ନେଇ ଶନିବାର ବିଜୁ ଜନତା ଦଳ ଭାଜପାକୁ ଘେରିଛି। ଶନିବାର ଶଙ୍ଖଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ବରିଷ୍ଠନେତା ତଥା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସଂତୃପ୍ତ ମିଶ୍ର କହିଛନ୍ତି , ଭାଜପା ନେତା ଓ ମନ୍ତ୍ରୀମାନଙ୍କ ଦ୍ୱାରା ବାରମ୍ବାର ନବୀନଙ୍କ ଶାସନ କାଳରେ କିଛି ହୋଇନାହିଁ ବୋଲି କରୁଥିବା ପ୍ରଚାରକୁ କେନ୍ଦ୍ର ସରକାରଙ୍କ ସଂସ୍ଥା ନୀତି ଆୟୋଗ ରିପୋର୍ଟରେ ଭୁଲ୍‌ ପ୍ରମାଣିତ ହୋଇଛି।
ସେ କହିଛନ୍ତି, ୨୦୨୨-୨୩ ଆର୍ଥିକବର୍ଷ ପାଇଁ ଏହି ସୂଚୀ ଜାରି କରାଯାଇଛି, ଯେଉଁଥିରେ ଓଡ଼ିଶା ପ୍ରଥମ ସ୍ଥାନ ହାସଲ କରି ଆଚିଭର୍‌ ବର୍ଗରେ ରହିଛି। ନୀତି ଆୟୋଗର ଏହି ରିପୋର୍ଟ ଅନୁଯାୟୀ, ୨୦୧୪-୧୫ରୁ ୨୦୨୧-୨୨ ପର୍ଯ୍ୟନ୍ତ ଲଗାତର ଭାବେ ଓଡ଼ିଶା ପ୍ରଥମ ସ୍ଥାନ ହାସଲ କରିଆସୁଛି। ତେଣୁ ଦୀର୍ଘସମୟ ଧରି ବିତ୍ତୀୟ ଶୃଙ୍ଖଳା ପ୍ରଦର୍ଶନ କରିବାରେ ଓଡ଼ିଶା ଉଦାହରଣ ସୃଷ୍ଟି କରିଛି।
ନୀତି ଆୟୋଗଙ୍କ ଏହି ରିପୋର୍ଟ ଅନୁଯାୟୀ ସାମଗ୍ରିକ ୬୭.୮ପଏଣ୍ଟ ପାଇ ଓଡ଼ିଶା ପ୍ରଥମ ସ୍ଥାନରେ ରହିଥିବା ବେଳେ ୫୫.୨ ପଏଣ୍ଟ ପାଇ ଛତିଶଗଡ଼ ଦ୍ୱିତୀୟ ଓ ୫୩.୬ ପଏଣ୍ଟ ପାଇ ଗୋଆ ତୃତୀୟ ସ୍ଥାନରେ ରହିଛି। ଏହି ରିପୋର୍ଟ ଅନୁଯାୟୀ, ଓଡ଼ିଶା ଋଣ ସୂଚକାଙ୍କରେ ୯୯.୦ ଓ ନିୟମିତ ଋଣ ପୈଠ ଓ ଉନ୍ନତ ଋଣ ସ୍ଥିତିରେ ୬୪.୦ ସହିତ ପ୍ରଥମ ସ୍ଥାନରେ ରହିଛି। ସେହିପରି ଆର୍ଥିକଶୃଙ୍ଖଳା କ୍ଷେତ୍ରରେ ଓଡ଼ିଶା ୫୪, ବ୍ୟୟର ଗୁଣାମତ୍କମାନରେ ୫୨ ଓ ରାଜସ୍ବ ସଂଗ୍ରହରେ ୬୯.୯ ରହିଛି। ଓଡ଼ିଶାର ବିତ୍ତୀୟ ନିଅଣ୍ଟ ଦେଶର ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ସର୍ବନିମ୍ନ ରହିଛି। ୨୦୦୦-୦୧ରେ ରାଜ୍ୟର ବିତ୍ତୀୟ ନିଅଣ୍ଟ ରାଜ୍ୟର ମୋଟ ଘରୋଇ ଉତ୍ପାଦ (ଜିଏସ୍‌ଡିପି)ର ୬.୯ ଭଳି ଉଚ୍ଚ ସ୍ତରରେ ଥିଲା, ଯାହା ୨୦୨୨-୨୩ ବେଳକୁ ମାତ୍ର ୨ପ୍ରତିଶତକୁ ଖସିଆସିଛି। ୨୦୧୯-୨୦ ପରଠାରୁ ଲଗାତର ଭାବେ ଓଡ଼ିଶାର ଋଣ ଭାର ହ୍ରାସ ପାଇବାରେ ଲାଗିଛି।
ଏହି ରିପୋର୍ଟରେ ଓଡ଼ିଶାର ରାଜସ୍ବ ସଂଗ୍ରହ ବୃଦ୍ଧି ହାର ମଧ୍ୟ ଉଲ୍ଲେଖନୀୟ ଭାବେ ଅଗ୍ରଗତି କରିଥିବା ଦର୍ଶାଯାଇଛି। ୨୦୦୦ରେ ନବୀନ ପଟ୍ଟନାୟକ ରାଜ୍ୟର ଶାସନ ଭାର ଗ୍ରହଣ କରିବା ସମୟରେ ରାଜ୍ୟର ଆର୍ଥିକ ସ୍ଥିତି ଏତେ ଦୟନୀୟ ଥିଲା ଯେ ସରକାରୀ କର୍ମଚାରୀଙ୍କୁ ଦରମା ଦେବାକୁ ଓଭରଡ୍ରାଫ୍ଟର ସହାୟତା ନେବାକୁ ପଡୁଥିଲା ଓ ପରେ ରିଜର୍ଭ ବ୍ୟାଙ୍କ ଓଭରଡ୍ରାଫ୍ଟ ଦେବାକୁ ମନାକରି ଦେଇଥିଲା ବୋଲି ସଂତୃପ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri