ଓଡ଼ିଶାରେ ମାଗଣା ଚାଉଳ ଅବଧି ବୃଦ୍ଧି ହେବ କି ନାହିଁ, ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୧୦।୧୦: କେନ୍ଦ୍ର ପରେ ରାଜ୍ୟ ବଢ଼ାଇବ ଗରିବଙ୍କୁ ମାଗଣା ଚାଉଳ ଅବଧି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ମାଗଣା ଚାଉଳ ଅବଧି ବୃଦ୍ଧି ହେବ। ରାଜ୍ୟର ନିଜସ୍ବ ଯୋଜନାରେ ଚାଉଳ ଯୋଗାଣ ଅବଧି ବୃଦ୍ଧି କରାଯିବ। କେନ୍ଦ୍ର ୨୦୨୮ ଯାଏ ଚାଉଳ ଅବଧି ବୃଦ୍ଧି କରିଥିବାରୁ ଖାଦ୍ୟ ଯୋଗାଣ ମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଯେ, ଗରିବ ଲୋକଙ୍କ ପାଇଁ ଏହା ନିହାତି ଆବଶ୍ୟକ । ରାଜ୍ୟ ସରକାର ନିଜସ୍ବ ଯୋଜନାରେ ମଧ୍ୟ ସେହି ଅନୁପାତରେ ମାଗଣାରେ ଚାଉଳ ଯୋଗାଣ ଅବଧି ବୃଦ୍ଧି କରିବେ ।

ଦଶହରା ଉପଲକ୍ଷେ ଦେଶର କୋଟି କୋଟି ଗରିବଙ୍କୁ ବୁଧବାର କେନ୍ଦ୍ର ସରକାର ଭେଟି ଦେଇଛନ୍ତି। ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମାଗଣା ପୁଷ୍ଟିକର ଚାଉଳ ମିଳିବ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଏହି ଯୋଜନାର ଲାଭ ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ପାଇପାରିବେ। ଏ ନେଇ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଛି। ତେବେ ଏହା ଜୁଲାଇ ୨୦୨୪ରୁ ଡିସେମ୍ବର ୨୦୨୮ ଯାଏ ଚାଲିବ। ଏହି ଯୋଜନରେ ସରକାର ୧୭ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ।

ଖାଦ୍ୟ ଆଇନ ତଥା ଅନ୍ୟାନ୍ୟ କଲ୍ୟାଣକାରୀ ଯୋଜନା ଅନୁଯାୟୀ ୧୭,୦୮୨ କୋଟି ଟଙ୍କା ବଜେଟ ସହିତ ୨୦୨୮ ପର୍ଯ୍ୟନ୍ତ ପୁଷ୍ଟିକର ଚାଉଳର ମାଗଣା ଯୋଗାଣ ଜାରି ରଖିବାକୁ କେନ୍ଦ୍ର କ୍ୟାବିନେଟ ବୁଧବାର ନିଷ୍ପତ୍ତି ନେଇଛି।
ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସୂଚନା


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri