ଡିସେମ୍ବର ପହିଲାରୁ ରାଜ୍ୟବ୍ୟାପୀ ବସ୍‌ ଧର୍ମଘଟ, ବନ୍ଦ ରହିବ…

ଭୁବନେଶ୍ୱର,୧୮।୧୧(ରବିନାରାୟଣ ଜେନା): ରାଜ୍ୟ ପୋଲିସ ନିଜର କର୍ତ୍ତବ୍ୟ ଠିକଣା ଭାବେ ସମ୍ପାଦନା କରିପାରୁ ନ ଥିବାରୁ ଅପରାଧ ବଢୁଛି। ଏହି ପରିପ୍ରେକ୍ଷୀରେ ଯଦି ସରକାର ପୋଲିସକୁ ମୋଟର ଯାନ ଯାଞ୍ଚ ଦାୟିତ୍ୱ ପ୍ରଦାନ କରନ୍ତି ତେବେ ବସ୍‌ ଓ ମୋଟର ଯାନ ମାଲିକମାନେ ବିଶେଷ ଭାବେ କ୍ଷତିଗ୍ରସ୍ତ ହେବେ। ସରକାର ତୁରନ୍ତ ଏହାର ସୁବିଚାର କରନ୍ତୁ। ପୋଲିସକୁ ତା’ କାର୍ଯ୍ୟ କରିବାକୁ ଦିଆଯାଉ ଏବଂ ଏମ୍‌ଭିଆଇଙ୍କୁ ତାଙ୍କ କାର୍ଯ୍ୟ କରିବାକୁ ଦିଆଯାଉ ବୋଲି ଅଲ୍‌ ଓଡ଼ିଶା ମୋଟର ବସ୍‌ ଓନର୍ସ ଆସୋସିଏଶନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ରରେ କୁହାଯାଇଛି। ଆସୋସିଏଶନର ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁମାର ସାହୁ କହିଛନ୍ତି, ଯଦି ରାଜ୍ୟ ସରକାର ତାଙ୍କ ନିଷ୍ପତ୍ତିରେ ଅଟଳ ରୁହନ୍ତି, ତେବେ ଡିସେମ୍ବର ପହିଲାରୁ ରାଜ୍ୟବ୍ୟାପୀ ବସ୍‌ ଧର୍ମଘଟ କରାଯିବ। ସୋମବାର ଦେବେନ୍ଦ୍ର ସାହୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିବା ସ୍ମାରକପତ୍ରରେ ଦର୍ଶାଇଛନ୍ତି, ପୋଲିସ ଏହି ଯାଞ୍ଚ ଦାୟିତ୍ୱ ନେବାପାଇଁ ସରକାରୀସ୍ତରରେ ନିଷ୍ପତ୍ତି ହୋଇଛି। ଏହାକୁ ଖୁବ୍‌ଶୀଘ୍ର ଲାଗୁ କରାଯିବାକୁ ରହିଛି। ତେବେ ନିକଟରେ ମାର୍ଶାଘାଇରେ ଏଭଳି ଏକ ଘଟଣା ଯୋଗୁ ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଇତିମଧ୍ୟରେ ୫୦୦ ବସ୍‌ ମାଲିକଙ୍କ ନିକଟକୁ ଇ-ଚାଲାଣ ଆସିଲାଣି। ଏହାଦ୍ୱାରା ବସ୍‌ ମାଲିକମାନେ ବିଶେଷଭାବେ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଏନେଇ ନଭେମ୍ବର ୨୫ରେ ସଂଘର ସାଧାରଣ ବୋର୍ଡ ବୈଠକ ଅନୁଷ୍ଠିତ ହେବ।
ଦେବେନ୍ଦ୍ର କହିଛନ୍ତି, ମୋଟର ଯାନ ଆଇନ-୧୯୮୮ ଅନୁଯାୟୀ ମୋଟରସାଇକେଲ ଚଳାଇବା ବେଳେ ହେଲମେଟ୍‌ ପିନ୍ଧିବା, ସିଟ୍‌ ବେଲ୍‌ଟ ବାନ୍ଧିବା, ତିନିଜଣ ବସି ଯିବା କଥା ନୁହେଁ, ମଦ୍ୟପାନ କରିବା କଥା ନୁହେଁ । ଆଇନର ଅନୁପାଳନ ହେଲେ ଦୁର୍ଘଟଣା କମିପାରିବ। ମାତ୍ର ଏହାକୁ ଗୁରୁତ୍ୱ ନ ଦେଇ ପୋଲିସକୁ ଅତିରିକ୍ତ କ୍ଷମତା ପ୍ରଦାନ କରିବା ଦ୍ୱାରା ବସ୍‌ ମାଲିକମାନେ ଅଧିକ କ୍ଷତିଗ୍ରସ୍ତ ହେବେ। ସରକାର ସଂଘର ପ୍ରସ୍ତାବକୁ ସହୃଦୟତାର ସହ ବିଚାର କରନ୍ତୁ ବୋଲି ଦେବେନ୍ଦ୍ର କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri