ରାଜ୍ୟବ୍ୟାପୀ ଆନ୍ଦୋଳନ ନିଷ୍ପତ୍ତି

ବରଗଡ଼,୧୧।୭(ପ୍ରେମାନନ୍ଦ ଖମାରୀ): ଅଖିଳ ଭାରତୀୟ ବିଦ୍ୟୁତ୍‌ ଉପଭୋକ୍ତା ମହାସଂଘ (ଏଆଇଇସିଏ) ଓଡ଼ିଶା ଶାଖା ପକ୍ଷରୁ ବିଦ୍ୟୁତ୍‌ ସମସ୍ୟାକୁ ନେଇ ଏକ ରାଜ୍ୟସ୍ତରୀୟ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଛି। ବରଗଡ଼ସ୍ଥିତ ସମତା ଭବନରେ ଅନୁଷ୍ଠିତ ବୈଠକରେ ସଂଘର ଓଡ଼ିଶା ଆବାହକ ଜୟସେନ ମେହେର ଯୋଗଦେଇ ବିଦ୍ୟୁତ କ୍ଷେତ୍ରରେ ଘରୋଇ ଏବଂ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। ବିଦ୍ୟୁତ ବିଲ୍‌ ୨୦୨୩, ବିଦ୍ୟୁତ ସଂଶୋଧନ ବିଲ୍‌ ୨୦୨୨, ପ୍ରି ପେଡ୍‌ ସ୍ମାର୍ଟ ମିଟର, ଟିଓଡ଼ି (ଟାଇମ ଅଫ୍‌ ଡେ) ତଥା ସୋଲାର ଆୱାର ଆଦି ନୀତି ଯଦି ବାତିଲ୍‌ କରା ନ ଯାଏ, ତେବେ ଓଡ଼ିଶା ଭଳି ରାଜ୍ୟର ଅଧିକାଂଶ ଜନତା ବିଦ୍ୟୁତ ବ୍ୟବହାର କରିବାରୁ ବଞ୍ଚତ୍ତ ହେବେ ବୋଲି ସେ କହିଥିଲେ।

ବୈଠକରେ ଜନ ଆନ୍ଦୋଳନ ତଥା ଜୟ କିଷାନ ଆନ୍ଦୋଳନର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଲିଙ୍ଗରାଜ ଯୋଗଦେଇ କହିଥିଲେ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆଭିମୁଖ୍ୟରେ କୌଣସି ଫରକ ନାହିଁ। ଯାହାସବୁ ନୀତି, ନିଷ୍ପତ୍ତି କେନ୍ଦ୍ର ସରକାର ଆଗତ କରୁଛି, ସେସବୁ ରାଜ୍ୟ ସରକାର ବିନା ଦ୍ୱିଧାରେ ରାଜ୍ୟରେ ପ୍ରଣୟନ କରୁଛି। ଏଣୁ ବିଦ୍ୟୁତ୍‌ ସମସ୍ୟାକୁ ନେଇ ଏକ ରାଜ୍ୟସ୍ତରୀୟ ଆନ୍ଦୋଳନର ଆବଶ୍ୟକତା ରହିଛି। ଏହି କ୍ରମରେ ଆସନ୍ତା ସେପ୍ଟେମ୍ବର ୩ତାରିଖରେ ଅନୁଗୋଳରେ ଏକ ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଥିଲା। ସେହିପରି ଅକ୍ଟୋବର ମାସରେ ରାଜ୍ୟବ୍ୟାପୀ ଆନ୍ଦୋଳନ ପାଇଁ ସର୍ବସମ୍ମତ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବଲାଙ୍ଗୀରର ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ, ବରଗଡ଼ର ଚାଷୀନେତା ଶିବ ପ୍ରସାଦ ପ୍ରଧାନ, ଅରୁଣ କୁମାର ସାହୁ, ଜୟ କିଷାନ ଆନ୍ଦୋଳନର ସଭାପତି ସୁଶିଲ କୁମାର ସାହୁ, ସାଧାରଣ ସମ୍ପାଦକ ହର ବଣିଆଁ, ବିଶ୍ୱନାଥ ରଣା, କିଶୋର ସାହୁ, ରମେଶ ପତି, ସୀତାରାମ ମେହେର, ମାନଭଞ୍ଜନ ପ୍ରଧାନ, ମିନିଷ୍ଟର ବାରିକ, ଭଞ୍ଜନ ବାରିକ, ବିଜୟ ପ୍ରଧାନ ପ୍ରମୁଖ ବୈଠକରେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri