ମାର୍ଚ୍ଚ ୧୫ରେ ଡ୍ରାଇଭରଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଆସନ୍ତା ମାର୍ଚ୍ଚ ୧୫ରୁ ରାଜ୍ୟବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇବେ ଡ୍ରାଇଭର। ୮ଦଫା ଦାବି ନେଇ ଡ୍ରାଇଭର ଏକତା ମହାମଞ୍ଚ ଓଡ଼ିଶା ସଂଘର ଆହ୍ବାନକ୍ରମେ ଡ୍ରାଇଭରମାନେ ଷ୍ଟିୟରିଂ ଛାଡ଼ି ପରିବହନ ବନ୍ଦକରି ଚକାଜାମ କରିବେ। ସ୍ମାର୍ଟ ସିଟି ଅଟୋ ଆସୋସିଏଶନ, ଓଡିଶା ମୋଟର ଚାଳକ ସଂଘ ଏବଂ ଓଡିଶା ପରିବହନ ଚାଳକ ସଂଘ ସମେତ ୧୦ ଡ୍ରାଇଭର ସଂଘ ଏହି ଆନ୍ଦୋଳନରେ ସାମିଲ ହେବେ। ଏହି ଆନ୍ଦୋଳନକୁ ସମର୍ଥନ କରିବା ସହ ରାଜ୍ୟ ସରକାରଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଥିବା ସମସ୍ତ ଆସୋସିଏଶନକୁ ନେଇ ମହାମଞ୍ଚ ପକ୍ଷରୁ ରବିବାର ଭୁବନେଶ୍ୱରର ହ୍ୟାଲୋ ଗାର୍ଡେନ ମଣ୍ଡପଠାରେ ଆୟୋଜିତ ଖବରଦାତା ସମ୍ମିିଳନୀରେ ସୂଚନା ଦିଆଯାଇଛି ା
ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଡ୍ରାଇଭର ସଂଘ ସେମାନଙ୍କ ଦାବି ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଗତ ଡିସେମ୍ବର ୧୫ ସୁଦ୍ଧା ସମସ୍ତ ସମସ୍ୟାର ସମାଧାନ ହେବ ବୋଲି କହିଥିଲେ ସୁଦ୍ଧା ବର୍ତ୍ତମାନ ପର୍ଯ୍ୟନ୍ତ କିଛି ବି ପଦକ୍ଷେପ ନିଆଯାଇ ନାହିଁ। ତେଣୁ ଏଥର ଏକ ଦୁର୍ବାର ଆନ୍ଦୋଳନ ହେବ ଓ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ମହାମଞ୍ଚ ସଭାପତି ପ୍ରଶାନ୍ତ ମୁଣ୍ଡୁଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?