୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି କରିଚାଲିଛନ୍ତି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ରାଜ୍ୟବ୍ୟାପୀ ବିକ୍ଷୋଭ ଓ ଧାରଣା ଦେବାକୁ ଡାକରା ଦିଆଯାଇଛି। ଜୁନ୍‌ ୧୧ ଶୁକ୍ରବାର ପୂର୍ବାହ୍ନ ୭ ଟାରୁ ୧୧ଟା ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ବିକ୍ଷୋଭ କରାଯିବ। ମଙ୍ଗଳବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ତୈଳ ଦର ବୃଦ୍ଧି ଯୋଗୁ ଜନସାଧାରଣ ତ୍ରାହି ତ୍ରାହି ଡାକୁଛନ୍ତି। ଦେଶର କେତେକ ଅଞ୍ଚଳରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୧୦୦ ଟଙ୍କା ଅତିକ୍ରମ କରି ସାରିଲାଣି। ତୈଳ ଦର ବୃଦ୍ଧି ଯୋଗୁ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀ ଦର ଆକାଶଛୁଅଁା ହୋଇଛି। ଗତ ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପିଛା ଦର ୫.୭୨ ଟଙ୍କା ବୃଦ୍ଧି ପାଇଥ୍‌ତ୍ବା ବେଳେ ଡିଜେଲ ଦର ଲିଟର ପିଛା ୨୩.୯୩ ଟଙ୍କା ବଢ଼ିଛି। ଚଳିତବର୍ଷ ଗତ ୫ମାସ ମଧ୍ୟରେ ୪୩ ଥର ତୈଳ ଦର ବୃଦ୍ଧି ହୋଇଛି। ସରକାର ଟିକସ ବୃଦ୍ଧି ବାହାନାରେ ମହାମାରୀ ସମୟରେ ଲୋକଙ୍କୁ ଲୁଟି ଚାଲିଛନ୍ତି। ତୁରନ୍ତ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ କରିବାକୁ କଂଗ୍ରେସ ଦାବି କରିଛି। ବିକ୍ଷୋଭ ସମୟରେ କୋଭିଡ୍‌-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟ ରଖି ବ୍ୟାନର, ପ୍ଲାକାର୍ଡ ଧରି ଜନସାଧାରଣଙ୍କୁ କେନ୍ଦ୍ର ସରକାରଙ୍କ ବିଫଳତା ବିଷୟରେ ସୂଚାଇବାକୁ ପିସିିସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲା, ବ୍ଲକ, ନଗର ସ୍ତରରେ ଜିଲା କଂଗ୍ରେସ ସଭାପତିମାନେ ପ୍ରସ୍ତୁତି ବୈଠକ ଡାକି ସମସ୍ତ କଂଗ୍ରେସ ନେତୃମଣ୍ଡଳୀ, ବିଧାୟକଗଣ ଓ ଏମ୍‌ପି, ପ୍ରାକ୍ତନ ବିଧାୟକ ଓ ଏମ୍‌ପି, ବିଧାୟକ ଓ ଏମ୍‌ପି ପ୍ରାର୍ଥୀ, ଏଆଇସିସି ଓ ପିସିସି ସଦସ୍ୟ, ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ କର୍ମକର୍ତ୍ତାଙ୍କୁ ସାମିଲ କରିବାକୁ ନିରଞ୍ଜନ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri