୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି କରିଚାଲିଛନ୍ତି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ରାଜ୍ୟବ୍ୟାପୀ ବିକ୍ଷୋଭ ଓ ଧାରଣା ଦେବାକୁ ଡାକରା ଦିଆଯାଇଛି। ଜୁନ୍‌ ୧୧ ଶୁକ୍ରବାର ପୂର୍ବାହ୍ନ ୭ ଟାରୁ ୧୧ଟା ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ବିକ୍ଷୋଭ କରାଯିବ। ମଙ୍ଗଳବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ତୈଳ ଦର ବୃଦ୍ଧି ଯୋଗୁ ଜନସାଧାରଣ ତ୍ରାହି ତ୍ରାହି ଡାକୁଛନ୍ତି। ଦେଶର କେତେକ ଅଞ୍ଚଳରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୧୦୦ ଟଙ୍କା ଅତିକ୍ରମ କରି ସାରିଲାଣି। ତୈଳ ଦର ବୃଦ୍ଧି ଯୋଗୁ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀ ଦର ଆକାଶଛୁଅଁା ହୋଇଛି। ଗତ ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପିଛା ଦର ୫.୭୨ ଟଙ୍କା ବୃଦ୍ଧି ପାଇଥ୍‌ତ୍ବା ବେଳେ ଡିଜେଲ ଦର ଲିଟର ପିଛା ୨୩.୯୩ ଟଙ୍କା ବଢ଼ିଛି। ଚଳିତବର୍ଷ ଗତ ୫ମାସ ମଧ୍ୟରେ ୪୩ ଥର ତୈଳ ଦର ବୃଦ୍ଧି ହୋଇଛି। ସରକାର ଟିକସ ବୃଦ୍ଧି ବାହାନାରେ ମହାମାରୀ ସମୟରେ ଲୋକଙ୍କୁ ଲୁଟି ଚାଲିଛନ୍ତି। ତୁରନ୍ତ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ କରିବାକୁ କଂଗ୍ରେସ ଦାବି କରିଛି। ବିକ୍ଷୋଭ ସମୟରେ କୋଭିଡ୍‌-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟ ରଖି ବ୍ୟାନର, ପ୍ଲାକାର୍ଡ ଧରି ଜନସାଧାରଣଙ୍କୁ କେନ୍ଦ୍ର ସରକାରଙ୍କ ବିଫଳତା ବିଷୟରେ ସୂଚାଇବାକୁ ପିସିିସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲା, ବ୍ଲକ, ନଗର ସ୍ତରରେ ଜିଲା କଂଗ୍ରେସ ସଭାପତିମାନେ ପ୍ରସ୍ତୁତି ବୈଠକ ଡାକି ସମସ୍ତ କଂଗ୍ରେସ ନେତୃମଣ୍ଡଳୀ, ବିଧାୟକଗଣ ଓ ଏମ୍‌ପି, ପ୍ରାକ୍ତନ ବିଧାୟକ ଓ ଏମ୍‌ପି, ବିଧାୟକ ଓ ଏମ୍‌ପି ପ୍ରାର୍ଥୀ, ଏଆଇସିସି ଓ ପିସିସି ସଦସ୍ୟ, ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ କର୍ମକର୍ତ୍ତାଙ୍କୁ ସାମିଲ କରିବାକୁ ନିରଞ୍ଜନ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri