ଆଜି ରାଜ୍ୟବ୍ୟାପୀ କଲମଛାଡ଼: କୋଟିଏ ଟଙ୍କା କ୍ଷତିପୂରଣ ଦାବି

କଟକ,୮।୧୦(କାର୍ତ୍ତିକ ସାହୁ): ରାଜ୍ୟ ବାର୍‌ କାଉନସିଲର ସର୍ବାଧିକ ଭୋଟରେ ନିର୍ବାଚିତ ସଦସ୍ୟ ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣା ପ୍ରତିବାଦରେ ବୁଧବାର ରାଜ୍ୟବ୍ୟାପୀ ଆଇନଜୀବୀମାନେ କଲମଛାଡ଼ କରିବେ। ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ବିବେଦୀ ଏ ନେଇ ପ୍ରେସ୍‌ ଇସ୍ତାହାରରେ ମଙ୍ଗଳବାର ସୂଚନା ଦେଇଛନ୍ତି। ଏଥିସହ ପୀତବାସଙ୍କ ପରିବାରକୁ ସରକାର କୋଟିଏ ଟଙ୍କା କ୍ଷତିପୂରଣ ପ୍ରଦାନ, ୪୮ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ସହ ନ୍ୟାୟିକ ତଦନ୍ତ ଦାବି କରିଛି ରାଜ୍ୟ ଆଇନଜୀବୀ ପରିଷଦ।
ଘଟଣା ଅନୁସାରେ, ଦୁଇଜଣ ଅଜଣା ଯୁବକ ବ୍ରହ୍ମପୁରସ୍ଥିତ ତାଙ୍କ ଘର ସାମ୍ନାରେ ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରିବା ଆଇନଜୀବୀମାନଙ୍କ ପାଇଁ ଅତ୍ୟନ୍ତ ଦୁଃଖଦ ଘଟଣା। ଆଇନ ସେବା ସହ ଜଡ଼ିତ ପ୍ରତ୍ୟେକ ବ୍ୟକ୍ତି ପ୍ରତି ଏହା ସିଧାସଳଖ ଶକ୍ତ ଧକ୍କା। ତେଣୁ ରାଜ୍ୟର ସବୁ ବାର୍‌ର ଆଇନଜୀବୀମାନେ କାର୍ଯ୍ୟରୁ ନିବୃତ ରହି କଲମଛାଡ଼ ଜରିଆରେ ସ୍ବର୍ଗତ ପଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବେ ବୋଲି ରାଜ୍ୟ ଆଇନଜୀବୀ ପରିଷଦର ପ୍ରତିନିଧିଗଣ ବ୍ରହ୍ମପୁର ଗସ୍ତରୁ ଫେରିବା ପରେ ଦ୍ବିବେଦୀ କହିଛନ୍ତି। ଦିବଂଗତ ଆତ୍ମାଙ୍କ ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ପରିଷଦର ସଦସ୍ୟମାନେ ସାନ୍ତ୍ୱନା ପ୍ରଦାନ କରିଛନ୍ତି। ପରିଷଦ ପକ୍ଷରୁ ମାମଲାର ଉଚ୍ଚସ୍ତରୀୟ ତଦନ୍ତ କରି ୩ ମାସ ମଧ୍ୟରେ ରିପୋର୍ଟ ପ୍ରଦାନ ପାଇଁ ଦାବି କରାଯାଇଛି। ବିଶେଷ କରି ମୁଖ୍ୟମନ୍ତ୍ରୀ ଓ ପୋଲିସ ଡିଜି ଏହାକୁ ଅତ୍ୟନ୍ତ ଗୁରୁତର ସହ ଗ୍ରହଣ କରି ଆଇନଜୀବୀମାନଙ୍କ ସୁରକ୍ଷା ପ୍ରତି ତାଙ୍କର ଦାୟବଦ୍ଧତାକୁ ପାଳନ କରନ୍ତୁ ବୋଲି କୁହାଯାଇଛି। ଏ ନେଇ ପରିଷଦ ପକ୍ଷରୁ ଲିଖିତ ଭାବେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ହାଇକୋର୍ଟ ମୁଖ୍ୟ ବିଚାରପତି, ବାର୍‌ କାଉନ୍‌ସିଲ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ, ଆଇନ ମନ୍ତ୍ରୀ, ଆଡ୍‌ଭୋକେଟ ଜେନେରାଲଙ୍କୁ ଅବଗତ କରାଯାଇଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri