ଆଜି ରାଜ୍ୟବ୍ୟାପୀ କଲମଛାଡ଼: କୋଟିଏ ଟଙ୍କା କ୍ଷତିପୂରଣ ଦାବି

କଟକ,୮।୧୦(କାର୍ତ୍ତିକ ସାହୁ): ରାଜ୍ୟ ବାର୍‌ କାଉନସିଲର ସର୍ବାଧିକ ଭୋଟରେ ନିର୍ବାଚିତ ସଦସ୍ୟ ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣା ପ୍ରତିବାଦରେ ବୁଧବାର ରାଜ୍ୟବ୍ୟାପୀ ଆଇନଜୀବୀମାନେ କଲମଛାଡ଼ କରିବେ। ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ବିବେଦୀ ଏ ନେଇ ପ୍ରେସ୍‌ ଇସ୍ତାହାରରେ ମଙ୍ଗଳବାର ସୂଚନା ଦେଇଛନ୍ତି। ଏଥିସହ ପୀତବାସଙ୍କ ପରିବାରକୁ ସରକାର କୋଟିଏ ଟଙ୍କା କ୍ଷତିପୂରଣ ପ୍ରଦାନ, ୪୮ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ସହ ନ୍ୟାୟିକ ତଦନ୍ତ ଦାବି କରିଛି ରାଜ୍ୟ ଆଇନଜୀବୀ ପରିଷଦ।
ଘଟଣା ଅନୁସାରେ, ଦୁଇଜଣ ଅଜଣା ଯୁବକ ବ୍ରହ୍ମପୁରସ୍ଥିତ ତାଙ୍କ ଘର ସାମ୍ନାରେ ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରିବା ଆଇନଜୀବୀମାନଙ୍କ ପାଇଁ ଅତ୍ୟନ୍ତ ଦୁଃଖଦ ଘଟଣା। ଆଇନ ସେବା ସହ ଜଡ଼ିତ ପ୍ରତ୍ୟେକ ବ୍ୟକ୍ତି ପ୍ରତି ଏହା ସିଧାସଳଖ ଶକ୍ତ ଧକ୍କା। ତେଣୁ ରାଜ୍ୟର ସବୁ ବାର୍‌ର ଆଇନଜୀବୀମାନେ କାର୍ଯ୍ୟରୁ ନିବୃତ ରହି କଲମଛାଡ଼ ଜରିଆରେ ସ୍ବର୍ଗତ ପଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବେ ବୋଲି ରାଜ୍ୟ ଆଇନଜୀବୀ ପରିଷଦର ପ୍ରତିନିଧିଗଣ ବ୍ରହ୍ମପୁର ଗସ୍ତରୁ ଫେରିବା ପରେ ଦ୍ବିବେଦୀ କହିଛନ୍ତି। ଦିବଂଗତ ଆତ୍ମାଙ୍କ ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ପରିଷଦର ସଦସ୍ୟମାନେ ସାନ୍ତ୍ୱନା ପ୍ରଦାନ କରିଛନ୍ତି। ପରିଷଦ ପକ୍ଷରୁ ମାମଲାର ଉଚ୍ଚସ୍ତରୀୟ ତଦନ୍ତ କରି ୩ ମାସ ମଧ୍ୟରେ ରିପୋର୍ଟ ପ୍ରଦାନ ପାଇଁ ଦାବି କରାଯାଇଛି। ବିଶେଷ କରି ମୁଖ୍ୟମନ୍ତ୍ରୀ ଓ ପୋଲିସ ଡିଜି ଏହାକୁ ଅତ୍ୟନ୍ତ ଗୁରୁତର ସହ ଗ୍ରହଣ କରି ଆଇନଜୀବୀମାନଙ୍କ ସୁରକ୍ଷା ପ୍ରତି ତାଙ୍କର ଦାୟବଦ୍ଧତାକୁ ପାଳନ କରନ୍ତୁ ବୋଲି କୁହାଯାଇଛି। ଏ ନେଇ ପରିଷଦ ପକ୍ଷରୁ ଲିଖିତ ଭାବେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ହାଇକୋର୍ଟ ମୁଖ୍ୟ ବିଚାରପତି, ବାର୍‌ କାଉନ୍‌ସିଲ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ, ଆଇନ ମନ୍ତ୍ରୀ, ଆଡ୍‌ଭୋକେଟ ଜେନେରାଲଙ୍କୁ ଅବଗତ କରାଯାଇଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri