୨ଲକ୍ଷର ହିସାବ ଦେଇପାରିଲେନି ଥାନା ଅଧିକାରୀ

ବରଗଡ଼ ଅଫିସ୍‌,୩୦।୧୧: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଏକ କାର୍‌(ନଂ-ଓଡ଼ି୧୫କେ ୬୧୧୧) ଯୋଗେ ସମ୍ବଲପୁର ଯାଉଥିବା ବେଳେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲପ୍ଲାଜା ନିକଟରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ତାଙ୍କୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଅଧିକାରୀମାନେ କାର୍‌ରୁ ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ପାଇଥିଲେ। ହେଲେ ଥାନା ଅଧିକାରୀ ଟଙ୍କାର ହିସାବ ଦେଇ ପାରି ନ ଥିବା ଜଣାପଡ଼ିଛି ।

ସେହିପରି ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡିରେ କାର୍ଯ୍ୟରତ ପୋଲିସ କନେଷ୍ଟବଳ ରଞ୍ଜନ ପ୍ରଧାନ ଏକ ଜମି ବିବାଦର ସମାଧାନ ପାଇଁ ୭ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ରୁଷୁଡ଼ା ଫାଣ୍ଡି ପଣ୍ଡକିପାଲି ଗ୍ରାମର ଚୈତନ୍ୟ କୁଦେଇଙ୍କଠାରୁ ସେହି ଲାଞ୍ଚ ଟଙ୍କା ନେଉବେଳେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲେ । ବଙ୍ଗୋମୁଣ୍ଡା ଥାନା ଅଧିକାରୀ ବିନୋଦ ଏବଂ ରୁଷୁଡ଼ା ଫାଣ୍ଡି କନେଷ୍ଟବଳ ରଞ୍ଜନଙ୍କୁ ସମ୍ବଲପୁର ଭିଜିଲାନ୍ସ ଅଫିସରେ ଅଟକ ରଖି ଅଧିକ ପଚରାଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri