ମୂର୍ତ୍ତି ଉଚ୍ଚତା ବିବାଦ:ହାଇକୋର୍ଟରେ ମାମଲା

କଟକ ଅଫିସ,୧୫ା୯:୮ ଫୁଟ ଉଚ୍ଚତାର ମୂର୍ତ୍ତି ନିର୍ମାଣ କରିବାକୁ କଟକ ବାଲୁବଜାର ପୂଜା କମିଟି ସମ୍ପାଦକ ରମେଶ ଚନ୍ଦ୍ର ବେହେରା ମଙ୍ଗଳବାର ହାଇକୋର୍ଟରେ ମାମଲା ଦାଏର କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ତଥା ପୂଜା କମିଟି ସଭାପତି ସୂର୍ଯ୍ୟକାନ୍ତ ସାଙ୍ଗନାରିଆ ମାମଲା ପରିଚାଳନା କରୁଛନ୍ତି। ଏହି ମାମଲାରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କୁ ପକ୍ଷଭୁକ୍ତ କରାଯାଇଛି। ଏ ସମ୍ପର୍କରେ ସୂର୍ଯ୍ୟକାନ୍ତ କହିଛନ୍ତି, ପ୍ରତିବର୍ଷ ଆମେ ୮ ଫୁଟ୍‌ର ମୂର୍ତ୍ତି ନିର୍ମାଣ କରି ପୂଜା କରିଥାଉ। ଏହା ଆମର ୫୦୦ ବର୍ଷର ପରମ୍ପରା। ଏହି ପରମ୍ପରା ରକ୍ଷା କରିବା ପାଇଁ ଗତବର୍ଷ ମୂର୍ତ୍ତି ଉଚ୍ଚତା ନେଇ ଆମେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲୁ। ପରେ ହାଇକୋର୍ଟଙ୍କ ଅନୁମତି ଅନୁଯାୟୀ ଆମେ ସାଢେ ୭ଫୁଟ ଉଚ୍ଚତାର ମୂର୍ତ୍ତି ନିର୍ମାଣ କରି ପୂଜା କରିଥିଲୁ। ଚଳିତବର୍ଷ ୪ ଫୁଟ ଭିତରେ ମା’ଙ୍କ ମୂର୍ତ୍ତି ନିର୍ମାଣ କରିବା ପାଇଁ ସରକାର ଗାଇଡଲାଇନ ଜାରି କରିଛନ୍ତି। ଏହାକୁ ଚ୍ୟାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ମୂର୍ତ୍ତି ଉଚ୍ଚତା ବୃଦ୍ଧି ବା କମ୍‌ ସହ କରୋନା ସଂକ୍ରମଣର ସିଧାସଳଖ କୌଣସି ସମ୍ପର୍କ ନାହିଁ। କିନ୍ତୁ ମୂର୍ତ୍ତି ଉଚ୍ଚତା ପରୋକ୍ଷରେ ସଂକ୍ରମଣ ବଢ଼ାଇବ ବୋଲି ଡିଏମଇଟି ଡା. ସିବିକେ ମହାନ୍ତି କହିଛନ୍ତି। ରାଜ୍ୟରେ ପାର୍ବଣରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା ଓ ମୂର୍ତ୍ତି ଉଚ୍ଚତା ନେଇ ସୃଷ୍ଟି ହୋଇଥିବା ବିବାଦ ସମ୍ପର୍କରେ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ପ୍ରତିକ୍ରିୟା ରଖିଛି। ଏନେଇ ଡିଏମ୍‌ଇଟି କହିଛନ୍ତି, ମୂର୍ତ୍ତିର ଉଚ୍ଚତା ଅଧିକ ହେଲେ ସାଜସଜ୍ଜା ମଧ୍ୟ ବଢ଼ିବ। ଏହାଦ୍ୱାରା ଲୋକମାନେ ଆକର୍ଷିତ ହୋଇ ଏକତ୍ରିତ ହେବେ ଓ ଜନଗହଳିପୂର୍ଣ୍ଣ ସ୍ଥିତି ସୃଷ୍ଟି ହେବ। ଜନଗହଳିପୂର୍ଣ୍ଣ ସ୍ଥିତି ସୃଷ୍ଟି ହେଲେ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରହିବ ନାହିଁ। ମହାରାଷ୍ଟ୍ରରେ ମଧ୍ୟ ଗଣେଶ ପୂଜାରେ ଗଣେଶଙ୍କ ମୂର୍ତ୍ତିର ଉଚ୍ଚତା କମାଯାଇଛି। ଓନମ୍‌ ପର୍ବ ଦ୍ୱାରା କେରଳରେ ସ୍ଥିତି କ’ଣ ହେଲା ତାହା ସମସ୍ତେ ଜାଣନ୍ତି। ତେଣୁ ମୂର୍ତ୍ତିର ଉଚ୍ଚତା ନୁହେଁ ଆମର ଭକ୍ତି ରହୁ। କାରଣ ଜଣେ ସଂକ୍ରମିତ ହେଲେ ଅନେକ ଲୋକ ସଂକ୍ରମିତ ହେବେ ବୋଲି ଡିଏମ୍‌ଇଟି କହିଛନ୍ତି। ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ଯଦିଓ ସଂକ୍ରମଣ କମିଛି ତଥାପି ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ। କିଛି ରାଜ୍ୟରେ ସଂକ୍ରମଣ ଏବେ ବି ଅଧିକ ରହିଛି। ପୂର୍ବ ଥର ମଧ୍ୟ କିଛି ରାଜ୍ୟରେ ସଂକ୍ରମଣ ବଢ଼ି ଚାରି ଆଡ଼କୁ ବ୍ୟାପି ଯାଇଥିଲା। ଆଗକୁ ପାର୍ବଣ ଋତୁ ରହିଛି। ତେଣୁ ଆମେ ଏମିତି ଭୁଲ୍‌ କରିବା ନାହିଁ ଯାହାଦ୍ୱାରା ସଂକ୍ରମଣ ପୁଣି ବଢ଼ିବ। ତେଣୁ କଟକଣା ମାନନ୍ତୁ। ଧର୍ମ ପାଳନ ପାଇଁ ଯଥେଷ୍ଟ ସମୟ ଅଛି। ପ୍ରଥମେ ଶରୀରକୁ ଦେଖନ୍ତୁ ପରେ ଧର୍ମ ପାଳନ କରିବା ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି। ସେହିପରି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ମୂର୍ତ୍ତି ଉଚ୍ଚତା ସହ ସଂକ୍ରମଣର ଯଦିଓ ସିଧାସଳଖ ସମ୍ପର୍କ ନାହିଁ। ମାତ୍ର ଏହାଦ୍ବାରା ଲୋକଙ୍କ ଭିଡ଼ ବଢ଼ିବାର ସମ୍ଭାବନା ରହିବ। ଅନ୍ୟ ରାଜ୍ୟ ସରକାରମାନେ ମଧ୍ୟ ମୂର୍ତ୍ତି ଉଚ୍ଚତାରେ କିଛି କଟକଣା କରିଛନ୍ତି। ମୂର୍ତ୍ତି ବଡ଼ ହେଲେ ଲୋକେ ଆକର୍ଷିତ ହୋଇ ଭିଡ଼ କରିବେ। ତେଣୁ ଆମେ ମଧ୍ୟ ସଂକ୍ରମଣ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନେଇଛୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri