ମୂର୍ତ୍ତି ଉଚ୍ଚତା ବିବାଦ:ହାଇକୋର୍ଟରେ ମାମଲା

କଟକ ଅଫିସ,୧୫ା୯:୮ ଫୁଟ ଉଚ୍ଚତାର ମୂର୍ତ୍ତି ନିର୍ମାଣ କରିବାକୁ କଟକ ବାଲୁବଜାର ପୂଜା କମିଟି ସମ୍ପାଦକ ରମେଶ ଚନ୍ଦ୍ର ବେହେରା ମଙ୍ଗଳବାର ହାଇକୋର୍ଟରେ ମାମଲା ଦାଏର କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ତଥା ପୂଜା କମିଟି ସଭାପତି ସୂର୍ଯ୍ୟକାନ୍ତ ସାଙ୍ଗନାରିଆ ମାମଲା ପରିଚାଳନା କରୁଛନ୍ତି। ଏହି ମାମଲାରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କୁ ପକ୍ଷଭୁକ୍ତ କରାଯାଇଛି। ଏ ସମ୍ପର୍କରେ ସୂର୍ଯ୍ୟକାନ୍ତ କହିଛନ୍ତି, ପ୍ରତିବର୍ଷ ଆମେ ୮ ଫୁଟ୍‌ର ମୂର୍ତ୍ତି ନିର୍ମାଣ କରି ପୂଜା କରିଥାଉ। ଏହା ଆମର ୫୦୦ ବର୍ଷର ପରମ୍ପରା। ଏହି ପରମ୍ପରା ରକ୍ଷା କରିବା ପାଇଁ ଗତବର୍ଷ ମୂର୍ତ୍ତି ଉଚ୍ଚତା ନେଇ ଆମେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲୁ। ପରେ ହାଇକୋର୍ଟଙ୍କ ଅନୁମତି ଅନୁଯାୟୀ ଆମେ ସାଢେ ୭ଫୁଟ ଉଚ୍ଚତାର ମୂର୍ତ୍ତି ନିର୍ମାଣ କରି ପୂଜା କରିଥିଲୁ। ଚଳିତବର୍ଷ ୪ ଫୁଟ ଭିତରେ ମା’ଙ୍କ ମୂର୍ତ୍ତି ନିର୍ମାଣ କରିବା ପାଇଁ ସରକାର ଗାଇଡଲାଇନ ଜାରି କରିଛନ୍ତି। ଏହାକୁ ଚ୍ୟାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ମୂର୍ତ୍ତି ଉଚ୍ଚତା ବୃଦ୍ଧି ବା କମ୍‌ ସହ କରୋନା ସଂକ୍ରମଣର ସିଧାସଳଖ କୌଣସି ସମ୍ପର୍କ ନାହିଁ। କିନ୍ତୁ ମୂର୍ତ୍ତି ଉଚ୍ଚତା ପରୋକ୍ଷରେ ସଂକ୍ରମଣ ବଢ଼ାଇବ ବୋଲି ଡିଏମଇଟି ଡା. ସିବିକେ ମହାନ୍ତି କହିଛନ୍ତି। ରାଜ୍ୟରେ ପାର୍ବଣରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା ଓ ମୂର୍ତ୍ତି ଉଚ୍ଚତା ନେଇ ସୃଷ୍ଟି ହୋଇଥିବା ବିବାଦ ସମ୍ପର୍କରେ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ପ୍ରତିକ୍ରିୟା ରଖିଛି। ଏନେଇ ଡିଏମ୍‌ଇଟି କହିଛନ୍ତି, ମୂର୍ତ୍ତିର ଉଚ୍ଚତା ଅଧିକ ହେଲେ ସାଜସଜ୍ଜା ମଧ୍ୟ ବଢ଼ିବ। ଏହାଦ୍ୱାରା ଲୋକମାନେ ଆକର୍ଷିତ ହୋଇ ଏକତ୍ରିତ ହେବେ ଓ ଜନଗହଳିପୂର୍ଣ୍ଣ ସ୍ଥିତି ସୃଷ୍ଟି ହେବ। ଜନଗହଳିପୂର୍ଣ୍ଣ ସ୍ଥିତି ସୃଷ୍ଟି ହେଲେ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରହିବ ନାହିଁ। ମହାରାଷ୍ଟ୍ରରେ ମଧ୍ୟ ଗଣେଶ ପୂଜାରେ ଗଣେଶଙ୍କ ମୂର୍ତ୍ତିର ଉଚ୍ଚତା କମାଯାଇଛି। ଓନମ୍‌ ପର୍ବ ଦ୍ୱାରା କେରଳରେ ସ୍ଥିତି କ’ଣ ହେଲା ତାହା ସମସ୍ତେ ଜାଣନ୍ତି। ତେଣୁ ମୂର୍ତ୍ତିର ଉଚ୍ଚତା ନୁହେଁ ଆମର ଭକ୍ତି ରହୁ। କାରଣ ଜଣେ ସଂକ୍ରମିତ ହେଲେ ଅନେକ ଲୋକ ସଂକ୍ରମିତ ହେବେ ବୋଲି ଡିଏମ୍‌ଇଟି କହିଛନ୍ତି। ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ଯଦିଓ ସଂକ୍ରମଣ କମିଛି ତଥାପି ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ। କିଛି ରାଜ୍ୟରେ ସଂକ୍ରମଣ ଏବେ ବି ଅଧିକ ରହିଛି। ପୂର୍ବ ଥର ମଧ୍ୟ କିଛି ରାଜ୍ୟରେ ସଂକ୍ରମଣ ବଢ଼ି ଚାରି ଆଡ଼କୁ ବ୍ୟାପି ଯାଇଥିଲା। ଆଗକୁ ପାର୍ବଣ ଋତୁ ରହିଛି। ତେଣୁ ଆମେ ଏମିତି ଭୁଲ୍‌ କରିବା ନାହିଁ ଯାହାଦ୍ୱାରା ସଂକ୍ରମଣ ପୁଣି ବଢ଼ିବ। ତେଣୁ କଟକଣା ମାନନ୍ତୁ। ଧର୍ମ ପାଳନ ପାଇଁ ଯଥେଷ୍ଟ ସମୟ ଅଛି। ପ୍ରଥମେ ଶରୀରକୁ ଦେଖନ୍ତୁ ପରେ ଧର୍ମ ପାଳନ କରିବା ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି। ସେହିପରି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ମୂର୍ତ୍ତି ଉଚ୍ଚତା ସହ ସଂକ୍ରମଣର ଯଦିଓ ସିଧାସଳଖ ସମ୍ପର୍କ ନାହିଁ। ମାତ୍ର ଏହାଦ୍ବାରା ଲୋକଙ୍କ ଭିଡ଼ ବଢ଼ିବାର ସମ୍ଭାବନା ରହିବ। ଅନ୍ୟ ରାଜ୍ୟ ସରକାରମାନେ ମଧ୍ୟ ମୂର୍ତ୍ତି ଉଚ୍ଚତାରେ କିଛି କଟକଣା କରିଛନ୍ତି। ମୂର୍ତ୍ତି ବଡ଼ ହେଲେ ଲୋକେ ଆକର୍ଷିତ ହୋଇ ଭିଡ଼ କରିବେ। ତେଣୁ ଆମେ ମଧ୍ୟ ସଂକ୍ରମଣ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନେଇଛୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୪।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୪।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri