ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

ଯୋଡ଼ା,୧୬ା୧୧(ମାନସ ମହାନ୍ତି): ଆଦିବାସୀଙ୍କ ଜୀବନ, ସଂସ୍କୃତି ଏବଂ ସଫଳତାର ଗୌରବମୟ ଇତିହାସକୁ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ନଭେମ୍ବର ୧୫କୁ ବିର୍ସା ମୁଣ୍ଡାଙ୍କ ଜନ୍ମଜୟନ୍ତୀ ଭାବେ ପାଳିତ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ଯୋଡ଼ା ଠାରେ ଜନଜାତିର ଗୌରବ ଦିବସ ତଥା ବିର୍ସା ମୁଣ୍ଡାଙ୍କ ୧୪୮ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ଜେଏସ୍‌ପିଏଲ ସହାୟତାରେ ଯୋଡ଼ା ଆଦିବାସୀ ହୋ ସମାଜ ପକ୍ଷରୁ କଳାପାହାଡ଼ ଛକରେ ବିର୍ସା ମୁଣ୍ଡାଙ୍କର ଏକ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଯାଇଛି। ଭିସି ମାଧ୍ୟମରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲ ଓ ଜିନ୍ଦଲ ଫାଉଣ୍ଡେସନର ଅଧ୍ୟକ୍ଷା ଶାଲୁ ଜିନ୍ଦଲ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ପଦ୍ମଶ୍ରୀ ଡ. ତୁଳସୀ ମୁଣ୍ଡା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି କଳାପାହାଡ଼ ଛକର ନାମକରଣ ବିର୍ସା ମୁଣ୍ଡା ଛକଭାବେ ନାମିତ କରିବାକୁ ଅନୁରୋଧ କରିଥିଲେ। ଯୋଡ଼ା ପୌରାଧ୍ୟକ୍ଷ ଡା. ଜଗଦୀଶ ପ୍ରସାଦ ସାହୁ, ପୂର୍ବତନ ଚମ୍ପୁଆ ବିଧାୟକ ଧନୁର୍ଜୟ ସିଦ୍ଧୁ ପ୍ରମୁଖ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରିଥିଲେ। ସଞ୍ଜିବ ମୁଣ୍ଡାଙ୍କ ଅଧ୍ୟକ୍ଷତାରେ ଆଦିବାସୀ ଭଉଣୀ ଭାଇମାନେ ପାରମ୍ପରିକ ବେଶ ପୋଷାକ ଓ ବାଦ୍ୟର ତାଳେ ତାଳେ ନୃତ୍ୟ ପରିବେଷଣ କରି ସହର ପରିକ୍ରମା କରିଥିଲେ। କେନ୍ଦ୍ରୀୟ ଖେଳପଡ଼ିଆଠାରେ ଆୟୋଜିତ ସଭାରେ କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ଯୋଡ଼ା ପୌରାଧ୍ୟକ୍ଷ ଡା. ସାହୁ, ଟାଟା ଷ୍ଟିଲ ଯୋଡା ମୁଖ୍ୟ ରାଜେଶ କୁମାର ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ଆଇନଜୀବୀ ରମେଶ ଲାଗୁରୀ ଓ ସାମାଜିକକର୍ମୀ ସଞ୍ଜୟ ଗାଗରାଇ ବକ୍ତାଭାବେ ଯୋଗଦେଇ ବିର୍ସା ମୁଣ୍ଡାଙ୍କ ସାହସ ଓ ପରାକ୍ରମ ବିଷୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri