ସ୍ବାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ମାଲକାନଗିରି,୨୬ା୧: ମାଲକାନଗିରି ଜିଲା ସଦରସ୍ଥିତ ଚିଦାନନ୍ଦ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୨ତମ ଗଣତନ୍ତ୍ର ଦିବସ ପାଳନ କରାଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟରେ ୧୭ ବର୍ଷ ଧରି ଶିକ୍ଷାଦାନ କରିଥିବା ଶିକ୍ଷୟିତ୍ରୀ ତଥା ଦକ୍ଷିଣ ଓଡ଼ିଶାର ମଦର୍‌ ଟେରେସା ରୂପେ ପରିଚିତ ସୁଶିଳା ପଟ୍ଟନାୟକଙ୍କ ସ୍ମୃତିରେ ପଶ୍ଚିମ ଓଡ଼ିଶାର ମହିଳା ସ୍ବାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କ ପ୍ରତିମୂର୍ତ୍ତି ସ୍କୁଲ ପରିସରରେ ଉନ୍ମୋଚିତ ହୋଇଛି। ସୁଶିଳା ଏହି ବିଦ୍ୟାଳୟ ସମେତ ଜିଲାର ବିଭିନ୍ନ ସ୍କୁଲରେ ଶିକ୍ଷକତା କରି ସୁନାମ ଅର୍ଜନ କରିଥିଲେ। ଜୀବିତ ଅବସ୍ଥାରେ ସେ ନିଜର ସେବା କାର୍ଯ୍ୟ ନିମନ୍ତେ ସମଗ୍ର ଦକ୍ଷିଣ ଓଡ଼ିଶାରେ ଏକ ପରିଚିତ ସୃଷ୍ଟି କରିଥିଲେ। ୨୦୨୦ ଏପ୍ରିଲ ୨୧ରେ ତାଙ୍କର ପରଲୋକ ଘଟିଥିଲା। ତାଙ୍କୁ ମନେ ପକାଇବା ପାଇଁ ସ୍କୁଲ ପରିସରରେ ପଶ୍ଚିମ ଓଡ଼ିଶାର ଦ୍ୱିତୀୟ ମଦର୍‌ ଟେରେସା ରୂପେ ପରିଚିତ ପାର୍ବତୀ ଗିରିଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ସାଧାରଣତନ୍ତ୍ର ଦିବସ ଅବସରରେ ଜିଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡ଼ିଆମି ପତାକା ଉତ୍ତୋଳନ କରିବା ସହ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ଏହି ଅବସରରେ ସୁଶିଳାଙ୍କ ପରିବାରବର୍ଗ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri